ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶନିବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶନିବାର

Horoscope of May 8: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଶନିବାର

Horoscope of May 8: ମେଷ- ଶାରୀରିକ ସୁସ୍ଥତା ବୋଧ ହେବ । ପ୍ରତ୍ୟେକଟି କାର୍ଯ୍ୟକୁ ସଫଳ ରୂପାୟନ ଦେବେ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ନୂତନ ବସ୍ତ୍ରାଦି କ୍ରୟ କରିବେ । ବ୍ୟୟ ଭରା ବୃଦ୍ଧି ପାଇବ ।

ଅଧିକ ପଢ଼ନ୍ତୁ:-କୋରୋନାରେ ଅଣ୍ଡରୱାର୍ଲ୍ଡ ଡନ୍ ଛୋଟା ରାଜନର ମୃତ୍ୟୁକୁ ନେଇ ଗୁଜବ

ବୃଷ- ଶାରୀରିକ ଅସୁସ୍ଥତା ଦେଖାଦେବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ମନ ଭାରାକ୍ରାନ୍ତ ରହିବ । ପାରିବାରିକ ସୁଖଶାନ୍ତି ବାଧାପ୍ରାପ୍ତ ହେବ ।

ମିଥୁନ- ଦେହ ଓ ମନ ଭଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାନ ଧର୍ମ ପ୍ରତି ମନ ବଳିବ । କର୍ମ କ୍ଷେତ୍ର ସହଜ ସରଳ ହେବ । ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ଅନୁକୂଳ ।

କର୍କଟ-  ଦେହ ଓ ମନ ଭଲ ରହିବ । ବିବାହ ଭୋଜିରେ ଯୋଗଦେବେ । ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ଲାଭ କରିବେ ।  

ଅଧିକ ପଢ଼ନ୍ତୁ:-ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଆଜିର ରେଟ୍

ସିଂହ- କାର୍ଯ୍ୟରେ ବାଧା ଉପୁଜିବ । ମାନସିକ ଅବସାଦ ଦେଖାଦେବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । କର୍ମ କ୍ଷେତ୍ରରେ ପ୍ରତିଯୋଗିତାପୂର୍ଣ୍ଣ ବାତାବରଣ ମିଳିବ ।

କନ୍ୟା- ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗି ରହିବ । ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।
 
ତୁଳା- ମନ ଚଞ୍ଚଳ ରହିବ । ଆୟ ପରିମାଣ ବୃଦ୍ଧି ପାଇବ । ବାରମ୍ବାର ଚେଷ୍ଟା କଲେ ସଫଳତା ମିଳିବ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଉନ୍ନତି ପଥରେ ଆଗେଇ ଚାଲିବେ । ସରକାରଙ୍କ କୃପା ଦୃଷ୍ଟି ରହିଛି । ଜନାଦୃତ ଲାଭ କରିବେ ।   

ଅଧିକ ପଢ଼ନ୍ତୁ:-ବର୍ତ୍ତମାନ ଯାଏ ଦେଶର ଏସବୁ ରାଜ୍ୟରେ ଲାଗି ସାରିଛି ଲକଡାଉନ୍, ଜାଣନ୍ତୁ କ'ଣ କ'ଣ ରହିଛି ପ୍ରତିବନ୍ଧକ
   
ବିଛା- ଶରୀର ଆରୋଗ୍ୟ ରହିବ । ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ ।  

ଧନୁ- ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ । 

ଅଧିକ ପଢ଼ନ୍ତୁ:-କେବେ ଶେଷ ହେବ କୋରୋନା? ମହାମାରୀର ତୃତୀୟ ଲହରକୁ ନେଇ ଚେତାବନୀ ଜାରି କଲେ ମୋଦି ସରକାରଙ୍କ ମୁଖ୍ୟ ବୈଜ୍ଞାନିକ ପରାମର୍ଶଦାତା 

ମକର- କର୍ତ୍ତବ୍ୟ ପରାୟଣ ହେବେ । ଉଚ୍ଚ ଆଶା ଫଳବତୀ ହେବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବେ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।

କୁମ୍ଭ- ଦିନଟି ଆପଣଙ୍କ ସପକ୍ଷରେ । ମାନସିକ ଓ ଶାରୀରିକ ସୁସ୍ଥତା ମିଳିବ । ଶତ୍ରୁ ପରାଜିତ ହେବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ସୁଖଶାନ୍ତି ଭୋଗ କରିବେ ।

ମୀନ- ଶରୀର ସୁସ୍ଥ ରହିବ । ମନରେ ବିରକ୍ତି ଭାବ ପ୍ରକାଶ ପାଇବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ କ୍ରୋଧର ଶିକାର ହେବେ । ପାରିବାରିକ ଜଞ୍ଜାଳ ବଢିଯିବ ।