ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହି ବୁଧବାର
X

ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହି ବୁଧବାର

Horoscope of October 20: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ବୁଧବାର

ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହି ବୁଧବାର

Horoscope of October 20: ମେଷ - ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।

ବୃଷ-  ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ଥ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । ଆୟ ବୃଦ୍ଧି ପାଇବ ।

ମିଥୁନ- ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମ କ୍ଷେତ୍ରରେ ଚଳଚଞ୍ଚଳ  ରହିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ ।  ପାରିବାରିକ ସୁଖଶାନ୍ତି ଲାଭ କରିବେ । ବ୍ୟାଙ୍କିଙ୍ଗ୍‌, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।

କର୍କଟ- ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ । ଜରୁରୀ କାର୍ଯ୍ୟ କିମ୍ବା ନିର୍ଣ୍ଣୟ ନିଅନ୍ତୁ ନାହିଁ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥନଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ । ବ୍ୟାପରରେ ବାଧା ଆସିପାରେ । ପରିବାରରେ ହଠାତ ପ୍ରତିକ୍ର୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ ।  

ସିଂହ- କର୍ମ ଚଞ୍ଚଳ ରହିବେ । ବନ୍ଧୁବାନ୍ଧବ ତଥା ପଡୋଶୀଙ୍କ ମେଳରେ ମଉଜ୍ ମଜଲିସରେ ଦିନ କାଟିବେ । ଖର୍ଚ୍ଚ ବୃଦ୍ଧି ପାଇବ । ନୂତନ ଦ୍ରବ୍ୟ କିମ୍ବା ବସ୍ତ୍ର କ୍ରୟ କରିବେ । ପାରିବାରିକ ସୁଖଶାନ୍ତି ଉପଲବ୍ଧ ହେବ । ବ୍ୟବସାୟରେ କାରବାର ବୃଦ୍ଧି ପାଇବ ।

କନ୍ୟା- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିଙ୍କ କ୍ରୋଧର ଶିକାର ହେବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପରିବାରରେ ସାମାନ୍ୟ ମତଭେଦ ଦେଖାଦେବ । ଦୂରଯାତ୍ରା ସଫଳ ହେବ ।

ତୁଳା- ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।

ବିଛା- ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।

ଧନୁ- ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ ଲୋଡିବେ । କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବ୍ୟବସାୟୀଙ୍କ ଦୃଷ୍ଟିକୋଣରୁ ଦିନଟି ଉତ୍ତମ ଅଟେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନୋନିବେଶ କରିବେ ।  

ମକର- ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ୍‌, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।

କୁମ୍ଭ-  ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । ବକେୟା କାର୍ଯ୍ୟ ସବୁ ସଂପାଦନ କରିବେ । ବ୍ୟବସାୟରେ ସ୍ୱଳ୍ପଲାଭ ମିଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ ।

ମୀନ- ଆଶାବାଦୀ ହେବେ । ଅସଂପୂର୍ଣ୍ଣ କାର୍ଯ୍ୟ ଆଜି ସଂପୂର୍ଣ୍ଣ  କରିବେ । ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅପରାହ୍ନରେ କୌଣସି ଶୁଭକାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ ।

ଏହା ବି ପଢ଼ନ୍ତୁ:-ଏକ ମାତ୍ର ଭଲ କାମ: ତାଲିବାନ ନେଲା ଏଭଳି ଏକ ପଦକ୍ଷେପ, ଦୁନିଆ କରୁଛି ପ୍ରଶଂସା

ଏହା ବି ପଢ଼ନ୍ତୁ:-ଏହି ଆସନରୁ ନିର୍ବାଚନ ଲଢ଼ିବେ ପ୍ରିୟଙ୍କା!

ଏହା ବି ପଢ଼ନ୍ତୁ:-କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍

ଏହା ବି ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କୁ ଦୀପାବଳୀର ଉପହାର, ୩୦ ଦିନର ଦରମାର ବରାବର ମିଳିବ ବୋନସ୍

Trending news