ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଗୁରୁବାର
Advertisement

ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of October 21: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହି ଗୁରୁବାର...

ପ୍ରତୀକାତ୍ମକ ଫଟୋ

Horoscope of October 21: ମେଷ- ଘାତଚନ୍ଦ୍ର ଭୋଗ ହେତୁ ଦିନଟି କଷ୍ଟଦାୟକ ହେବ । ବହୁ ପରିଶ୍ରମର ସମ୍ମୁଖୀନ ହେବେ । ନିନ୍ଦା ଅପବାଦର ଶିକାର ହେବେ । ଗାଡିମଟର ଚାଳନା ବେଳେ ସତର୍କତା ଅବଲମ୍ବନ କରନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।
 
ବୃଷ- ଦୃଢମନା ହୋଇ ଏକାଗ୍ର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ଆର୍ଥିକ ସ୍ଥିତି ମଜ୍‌ଭୁତ ହେବ । ଅ୍ଧବନ ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ପରିଲକ୍ଷିତ ହେବ ।

ମିଥୁନ- ପୂଜା ଅର୍ଚ୍ଚନା ପାଇଁ ମନ ବଳିବ । କର୍ତ୍ତବ୍ୟ ନିଷ୍ଠ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଆୟ ଅବ୍ୟାହତ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ପାଇବେ ।

କର୍କଟ- ମାନସିକ ଓ ଶାରିରୀକ ସୁସ୍ଥତା ମିଳିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶତ୍ରୁ ପରାଜିତ ହେବେ । କର୍ମ ତତ୍ପରତା ବୃଦ୍ଧି ପାଇବ ।

ସିଂହ- ଆମୋଦ ପ୍ରମୋଦରେ ଦିନ ଅତିବାହିତ କରିବେ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିବ । ଛାତ୍ରଛାତ୍ରୀ ପାଠପଢାରେ ଅବହେଳା ପ୍ରଦର୍ଶନ କରିବେ ।

କନ୍ୟା- ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ପରିଶ୍ରମୀ ହେବେ । ବ୍ୟବସାୟରେ ଉତ୍ତମ ଲାଭ କରିବେ । ରାଜନୈତିକ ବ୍ୟକ୍ତିବିଶେଷଙ୍କ ପାଇଁ ସମ୍ମାନର ଦିନ । ଆଇନ ଅଦାଲତର ରାୟ ଆପଣଙ୍କ  ସପକ୍ଷରେ ଯିବ ।

ତୁଳା- ମନ ଉଦାସ ରହିବ । ପ୍ରିୟଜନଙ୍କ ସହ ମନାନ୍ତର ମତାନ୍ତର ଦେଖାଦେବ । ଅର୍ଥ ଅନାଟନ ଯୋଗୁଁ ଧାର କରଜ କରିପାରନ୍ତି । ବ୍ୟବସାୟିକ ଶିଥିଳତା ଦେଖାଦେବ ।

ବିଛା- ମନ ପ୍ରସନ୍ନ ରହିବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ବିବାହ ଭୋଜି ଆଦିରେ ଯୋଗ ଦେବେ । ଆୟ ବ୍ୟୟ ସମାନ ରହିବ ।

ଧନୁ- ନିଜ ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ଦୂର ସହରକୁ ଯାତ୍ରା କରିପାରନ୍ତି । ବିବାଦୀୟ ଘଟଣାର ଅବସାନ ଘଟିବ ।

ମକର- ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।  

କୁମ୍ଭ- ମନ ବିଷର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେବ । ଦୁଶ୍ଚିନ୍ତା ଦେଇ ଗତି କରିବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।  

ମୀନ- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସନ୍ତାନ ସନ୍ତତି ଭିତ୍ତିକ ସମସ୍ୟା ଦୂରିଭୂତ ହେବ । ମନ ପ୍ରଫୁଲ୍ଲ୍ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ ।

ଏହା ବି ପଢ଼ନ୍ତୁ:-କୃଷକଙ୍କ ପାଇଁ ଗୁଡ୍ ନ୍ୟୁଜ୍! ଏହି ଦିନ ଆସିବ ପିଏମ କିସାନ ଯୋଜନାର ଦଶମ କିସ୍ତି

ଏହା ବି ପଢ଼ନ୍ତୁ:-ମମିତା ମେହେର ହତ୍ୟା ମାମଲାରେ CBI ତଦନ୍ତ ଦାବି କଲା BJP

ଏହା ବି ପଢ଼ନ୍ତୁ:-ଟି-20 ବିଶ୍ୱକପରେ ପାକିସ୍ତାନ ସହିତ ମ୍ୟାଚ୍ ଖେଳିବ ନାହିଁ ଭାରତ? BCCI ଦେଲା ଏହି ଜବାବ

ଏହା ବି ପଢ଼ନ୍ତୁ:-ପୁଣି କୋରୋନା ମାମଲାରେ ବୃଦ୍ଧି, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

ଏହା ବି ପଢ଼ନ୍ତୁ:-ତାଲିବାନ ପାଇଁ ଖୁସି ଖବର! ଆଫଗାନିସ୍ତାନକୁ ନେଇ ପୁଣି ସକ୍ରିୟ ହେଲା ଋଷ