• ବଣାଇ ସହର ଭିତରେ ପଶିଲେ 2ଟି ଦନ୍ତା ହାତୀ
  • ଗତ ୮ ଦିନ ଧରି ୨ଟି ଦନ୍ତାଙ୍କ ଉତ୍ପାତ ପାଇଁ ଲୋକେ ଭୟଭୀତ
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କିଲର ଭାଇରସ
  • ରାଜ୍ୟରେ ଦିନକରେ ଆଉ ୪୪୭ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଭୁବନେଶ୍ବର ବିନ୍ଦୁସାଗରକୁ ଡେଇଁ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା
  • ମୃତ ଛାତ୍ର ସାଇ ଶ୍ରୀ ଜ୍ୟୋତି ପ୍ରକାଶ
  • ଦେଶରେ ପୁଣି ବଢ଼ିଲା ପେଟ୍ରୋଲ ଏବଂ ଡିଜେଲ ଦର
  • ଭୁବନେଶ୍ବରରେ ପେଟ୍ରୋଲ ୩୫ ପଇସା ବୃଦ୍ଧି
  • ଅଧ୍ୟାପିକା ମମିତା ମେହେର ହତ୍ୟା ମାମଲା
  • ଆଜି ସରୁଛି ଗୋବିନ୍ଦ ସାହୁର ୫ ଦିନିଆ ରିମାଣ୍ଡ ଅବଧି

ଶୁଭଙ୍କର ହେବ ଶୁକ୍ରବାର, କେବଳ ଏହି ତିନି ରାଶିର ବ୍ୟକ୍ତି ରହନ୍ତୁ ଜାଗ୍ରତ

ମାନସିକ ଓ ଶାରିରୀକ ସୁସ୍ଥତା ମିଳିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶତ୍ରୁ ପରାଜିତ ହେବେ । କର୍ମ ତତ୍ପରତା ବୃଦ୍ଧି ପାଇବ ।  

 ଶୁଭଙ୍କର ହେବ ଶୁକ୍ରବାର, କେବଳ ଏହି ତିନି ରାଶିର ବ୍ୟକ୍ତି ରହନ୍ତୁ ଜାଗ୍ରତ
ପ୍ରତିକାତ୍ମକ ଫଟୋ

ମେଷ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସନ୍ତାନ ସନ୍ତତି ଭିତ୍ତିକ ସମସ୍ୟା ଦୂରିଭୂତ ହେବ । ମନ ପ୍ରଫୁଲ୍ଲ୍ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ ।

ବୃଷ: ମନ ପ୍ରସନ୍ନ ରହିବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ବିବାହ ଭୋଜି ଆଦିରେ ଯୋଗ ଦେବେ । ଆୟ ବ୍ୟୟ ସମାନ ରହିବ ।

ମିଥୁନ: ନିଜ ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ଦୂର ସହରକୁ ଯାତ୍ରା କରିପାରନ୍ତି । ବିବାଦୀୟ ଘଟଣାର ଅବସାନ ଘଟିବ ।

କର୍କଟ: ମାନସିକ ଓ ଶାରିରୀକ ସୁସ୍ଥତା ମିଳିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶତ୍ରୁ ପରାଜିତ ହେବେ । କର୍ମ ତତ୍ପରତା ବୃଦ୍ଧି ପାଇବ ।

Also Read: କେବଳ ଗୋଟିଏ ମେସେଜ; ସବୁଦିନ ପାଇଁ ବନ୍ଦ ହୋଇଯିବ କୋରୋନା କଲର୍ ଟ୍ୟୁନ୍!

ସିଂହ: ଘାତଚନ୍ଦ୍ର ଭୋଗ ହେତୁ ଦିନଟି କଷ୍ଟଦାୟକ ହେବ । ବହୁ ପରିଶ୍ରମର ସମ୍ମୁଖୀନ ହେବେ । ନିନ୍ଦା ଅପବାଦର ଶିକାର ହେବେ । ଗାଡିମଟର ଚାଳନା ବେଳେ ସତର୍କତା ଅବଲମ୍ବନ କରନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।
 
କନ୍ୟା: ପୂଜା ଅର୍ଚ୍ଚନା ପାଇଁ ମନ ବଳିବ । କର୍ତ୍ତବ୍ୟ ନିଷ୍ଠ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଆୟ ଅବ୍ୟାହତ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ପାଇବେ ।

ତୁଳା: ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ପରିଶ୍ରମୀ ହେବେ । ବ୍ୟବସାୟରେ ଉତ୍ତମ ଲାଭ କରିବେ । ରାଜନୈତିକ ବ୍ୟକ୍ତିବିଶେଷଙ୍କ ପାଇଁ ସମ୍ମାନର ଦିନ । ଆଇନ ଅଦାଲତର ରାୟ ଆପଣଙ୍କ  ସପକ୍ଷରେ ଯିବ ।

ବିଛା: ମନ ଅଶାନ୍ତି ରହିବ । ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନର ସାମ୍ନା କରିବେ । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ତିକ୍ତତା ଆସିବ । ବ୍ୟବସାୟ ସ୍ୱଳ୍ପ ଲାଭଯୁକ୍ତ ହେବ ।

Also Read: ଭାରତ ପାଇଁ ଜାତିସଂଘରୁ ବାଜିଲା ସତର୍କ ଘଣ୍ଟି

ଧନୁ: ମନ ବିଷର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେବ । ଦୁଶ୍ଚିନ୍ତା ଦେଇ ଗତି କରିବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।  

ମକର: ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।  

କୁମ୍ଭ: ଆମୋଦ ପ୍ରମୋଦରେ ଦିନ ଅତିବାହିତ କରିବେ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିବ । ଛାତ୍ରଛାତ୍ରୀ ପାଠପଢାରେ ଅବହେଳା ପ୍ରଦର୍ଶନ କରିବେ ।

ମୀନ: ମନରେ ଈର୍ଷାଭାବ ଜାଗ୍ରତ ହେବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ଦିନଟିରେ ଜଗି ରଖି ଚଳନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।