• ମମିତା ମେହେର ହତ୍ୟା ମାମଲା
  • ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ବହିଷ୍କାର ଦାବି ତେଜିଲା
  • ମନ୍ତ୍ରୀଙ୍କୁ ବହିଷ୍କାର ଦାବିରେ ଭୁବନେଶ୍ୱରରେ ଛାତ୍ର କଂଗ୍ରେସର ରାଲି
  • ନବୀନ ନିବାସ ଘେରାଉ ପାଇଁ ଯିବା ବେଳେ ପୋଲିସ ସହ ଧସ୍ତାଧସ୍ତି
  • ବ୍ୟାରିକେଡ ଭାଙ୍ଗିବା ସହ ଟମାଟୋ ମାଡ଼ କଲେ ଛାତ୍ର କଂଗ୍ରେସ କର୍ମୀ
  • ହାଇକୋର୍ଟରେ ୨୦୦୬ ଓଏଏସ୍ ନିଯୁକ୍ତି ବିବାଦ ମାମଲା
  • ୩୭୮ OASଙ୍କ ଚାକିରି ବୈଧ , ସ୍ୟାଟଙ୍କ ଆଦେଶ ରଦ୍ଦ ସହ ନିଯୁକ୍ତି ବୈଧ କଲେ ହାଇକୋର୍ଟ
  • କୋରୋନା ଟିକା କୋଭାକ୍ସିନର ଜରୁରୀକାଳୀନ ବ୍ୟବହାରକୁ ସ୍ୱୀକୃତି ଦେବା ଲାଗି ହୁ ର ପଦକ୍ଷେପ
  • ଆଜି ଏନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ-ହୁର ବସୁଛି ବୈଠକ
  • ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ହତ୍ୟା ମାମଲା

ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଶନିବାର

Horoscope of September 18: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହି ଶନିବାର...

 ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଶନିବାର

Horoscope of September 18: ମେଷ ରାଶି:- କାର୍ଯ୍ୟକ୍ଷେତ୍ରରେ ଢେର ଉନ୍ନତି ଘଟିବ । ସୁଖ-ଦୁଃଖରେ ବନ୍ଧୁ ସହାୟତା ପାଇବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ମନ, ପ୍ରାଣ ଢାଳି ଦେଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ସହାୟତା ଓ ପରାମର୍ଶରେ ଆଗକୁ ବଢିବେ ।

ବୃଷ ରାଶି:- ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳବାନ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ ।

ମିଥୁନ ରାଶି:- ଉଚ୍ଚଆଶା ଫଳବତୀ ହେବ । ରୋଜଗାର ଆଶନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ମଧୁରଭାଷୀ ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ ।  

କର୍କଟ ରାଶି:- ବ୍ୟବସାୟ ଲାଭଜନକ ହେବ । ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା-କଫ ଜନିତ ପୀଡା ଅନୁଭବ କରିବେ । ପ୍ରେମୀ ଓ ସାହସୀ ହୋଇପାରନ୍ତି । 
     
ସିଂହ ରାଶି:- ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।

କନ୍ୟା ରାଶି:- ଚିନ୍ତାଗ୍ରସ୍ତ ରହିବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିଙ୍କ କ୍ରୋଧର ଶିକାର ହେବେ । ପରିବାରରେ ସାମାନ୍ୟ ମତଭେଦ ଦେଖାଦେବ । ପଡୋଶୀଙ୍କ ସମ୍ପର୍କରେ ତିକ୍ତତା ଆସିବ ।

ତୁଳା ରାଶି:- ଜ୍ଞାନ ଗରିମାଯୁକ୍ତ ହେବେ । ସାହସୀ ହେବେ । ଗୁପ୍ତ ବିଦ୍ୟାରେ ରୁଚି ରହିବ । ରାଜନୀତି ଆଡକୁ ମନ ବଳାଇ ପାରନ୍ତି । କାର୍ଯ୍ୟରେ ବାଧା ଉପୁଜିପାରେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ ।

ବିଛା ରାଶି:- କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟ ଲାଭଜନକ ହେବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧମାତ୍ମ, ପ୍ରବାସର୍ପ୍ରି ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ ।

ଧନୁ ରାଶି:- ନୂତନ ଜମି କ୍ରୟ କରିବାର ସୁଯୋଗ ଅଛି । ବେଳେ ବେଳେ ଉଦାସ ମନୋଭାବ ପୋଷଣ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ।

ମକର ରାଶି:- ସାମୂହିକ କାର୍ଯ୍ୟରେ ଆଗେଇବେ । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମଧୁରଭାଷା ବ୍ୟବହାର କରି ଅନୁସରଣକାରୀଙ୍କୁ ଉତ୍ସାହିତ କରିବେ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇଙ୍କଠାରୁ ଆଦର ମିଳିବ ।

କୁମ୍ଭ ରାଶି:- ଗୃହ ଉପକରଣ ସଂଗ୍ରହ କରିପାରନ୍ତି । ସମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ଈର୍ଷା ପରାୟଣ ହୋଇପାରନ୍ତି । ସତର୍କରେ ଚଳିବାକୁ ପଡିବ ।

ମୀନ ରାଶି:- ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଏକ ପତ୍ନୀ ବ୍ରତଧାରୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ବ୍ୟବସାୟରୁ ଅଧିକ ଧନଲାଭ ହେବ । ସୁଖୀ ହେବେ ।