ଆଜିର ରାଶିଫଳ: ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି
X

ଆଜିର ରାଶିଫଳ: ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି

ସ୍ୱାସ୍ଥ୍ୟ ସଚେତନ ହେବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଅର୍ଥ ଓ ସମ୍ମାନ ମିଳିବ । ସାମାଜିକ ପ୍ରତିଷ୍ଠା ଅକ୍ଷୂର୍ଣ୍ଣ ରହିବ ।

ଆଜିର ରାଶିଫଳ: ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି

ମେଷ: ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।

ବୃଷ: ସ୍ୱାସ୍ଥ୍ୟ ସଚେତନ ହେବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଅର୍ଥ ଓ ସମ୍ମାନ ମିଳିବ । ସାମାଜିକ ପ୍ରତିଷ୍ଠା ଅକ୍ଷୂର୍ଣ୍ଣ ରହିବ ।

ମିଥୁନ: ଉତ୍ତମ ଆୟ  ଯୋଗ ରହୁଛି । ମନ ପ୍ରଫୁଲ୍ଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ସୁସମ୍ବାଦ ପ୍ରାପ୍ତ ହେବ । ଦାମ୍ପତ୍ୟ ଜୀବନ ସୁଖ ବୋଧ ହେବ ।

କର୍କଟ: ହସ ଖୁସିରେ ଦିନ ଅତିବାହିତ କରିବେ । ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ବ୍ୟବସାୟରେ ଅଗ୍ରଗତି ହେବ । ଦୂରଯାତ୍ରା ସଫଳ ହେବ ।

Also Read: ଆଉ କାହା ପ୍ରେମରେ ପାଗଳ Neha Kakkarଙ୍କ ପତି Rohanpreet

ସିଂହ: ମନ ପ୍ରଫୁଲ୍ଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ସହ କାର୍ଯ୍ୟ ତୁଳାଇବେ । ଅକସ୍ମାତ ସୁସମ୍ବାଦ ପ୍ରାପ୍ତ ହେବ । ବିଭିନ୍ନ ସୂତ୍ରରୁ ଆୟର ଯୋଗ ରହୁଛି ।

କନ୍ୟା: ଦୃଢମନୋବଳ ଯୋଗୁଁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସଂପାଦନ କରିବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

ତୁଳା: ଜୀବନ ଆନନ୍ଦମୟ ହେବ । ମାନ ସମ୍ମାନ ମିଳିବ । ବନ୍ଧୁ ସହଯୋଗ ପ୍ରାପ୍ତ ହେବ । ଅକସ୍ମାତ ଧନ ଲାଭର ସୂଚନା ମିଳୁଛି । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ ।

ବିଛା: ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି ।

Also Read: ପ୍ରେମିକାର Dress ଖୋଲିବାକୁ Officeରୁ ଛୁଟିରେ ଆସିଲା Boyfriend

ଧନୁ: ମନ ବିଷର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେବ । ଦୁଶ୍ଚିନ୍ତା ଦେଇ ଗତି କରିବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।  

ମକର: ମନ ପ୍ରସନ୍ନ ରହିବ । ପ୍ରିୟଜନଙ୍କ ଠାରୁ ଶୁଭ ଖବର ମିଳିବ । ଲିଖନ ପଠନରେ ଅଧିକାଂଶ ସମୟ ବିତିବ । ଅନ୍ୟକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।

କୁମ୍ଭ: କର୍ତ୍ତବ୍ୟନିଷ୍ଠ ହେବେ । ଆୟ ଅବ୍ୟାହତ ରହିବ । ନୂତନ ଦ୍ରବ୍ୟ ଲାଭ ଯୋଗ ରହିଛି । ଉଚ୍ଚ ଆସା ସଫଳ ହେବ । ପାରିବାରିକ ଜୀବନ ଭୋଗବିଳାସରେ କଟିବ ।

ମୀନ: ବ୍ୟସ୍ତତା ମଧ୍ୟେ ଦିନ କଟିବ । କୌଣସି ଦୁଃସମ୍ବାଦ ପାଇ ବିଚଳିତ ହେବେ । ବାଦ ବିବାଦ ଠାରୁ ଦୂରେଇ ରୁହନ୍ତୁ । କଥାବାର୍ତ୍ତାରେ ସଂଯମତା ରଖି ଚଳନ୍ତୁ ।

 

Trending news