Horoscope Today 1 December 2022: ମେଷ- ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।


COMMERCIAL BREAK
SCROLL TO CONTINUE READING

ବୃଷ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।  


ମିଥୁନ- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ । 


କର୍କଟ- ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।  


ସିଂହ- ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ ।


କନ୍ୟା- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।


ତୁଳା- ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ କଚେରୀ ସମ୍ପର୍କିତ ରାୟ ଆପଣଙ୍କ ବିପକ୍ଷରେ ଯିବ ।  


ଅଧିକ ପଢ଼ନ୍ତୁ:-'ମୋର ରେକର୍ଡ ଖରାପ ନୁହେଁ', ଲାଇଭ୍ ସାକ୍ଷାତକାରରେ ହର୍ଷ ଭୋଗଲେଙ୍କ ସହ ମୁହାଁମୁହିଁ ହେଲେ ଋଷଭ ପନ୍ତ; ଦେଖନ୍ତୁ Video


ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ପାଇଁ ବଡ଼ ଖବର: ମୋଦି ସରକାର ବଦଳାଇଲେ ନିୟମ, ଶେଷ ହେବ ପେନସନ୍ ଓ ଗ୍ରାଚ୍ୟୁଇଟି!


ଅଧିକ ପଢ଼ନ୍ତୁ:-ଭଉଣୀର ଅନୈତିକ ସମ୍ପର୍କ ନେଲା ଭାଇର ଜୀବନ, ବିବାହିତ ପ୍ରେମିକର କଟୁରୀ ଚୋଟରେ ବାପା ଗୁରୁତର


 


ବିଛା- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି ।


ଧନୁ- ଶାରୀରିକ ଅସୁସ୍ଥତା ଦେଖାଦେବ । ଆର୍ଥିକ ସ୍ଥିତିରେ ଅବନତି ହେବ । କର୍ମ କ୍ଷେତ୍ରରେ କର୍ମଚାପ ବଢିବ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ବ୍ୟବସାୟ ମଧ୍ୟମ ଧରଣର ହେବ ।  


ମକର- ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।  


କୁମ୍ଭ- ବ୍ୟସ୍ତତା ଭିତରେ ଦିନ କଟିବ ।  ଠକାମିର ଶିକାର ହେବେ । କୌଣସି ଦ୍ରବ୍ୟ ହଜି, ଚୋରି ବା ନଷ୍ଟ ହୋଇପାରେ । ଯାନବାହନ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ ।


ମୀନ-ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।