Horoscope Today 28 February 2023: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର
Horoscope Today 28 February 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଫେବୃଆରୀ ୨୮ ହେଉଛି ମଙ୍ଗଳବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....
Horoscope Today 28 February 2023: ମେଷ- ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।
ବୃଷ- ଘାତ ଚନ୍ଦ୍ର ଭୋଗ ହେତୁ ଦିନଟିରେ ସତର୍କ ରୁହନ୍ତୁ । କର୍ମ କ୍ଷେତ୍ରରେ କର୍ମ ଚାପ ବୃଦ୍ଧି ପାଇବ । ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡିବେ । ବ୍ୟବସାୟରେ ମଧ୍ୟମ ସଫଳତା ପାଇବେ । ଦୂର ଯାତ୍ରା କରନ୍ତୁ ନାହିଁ ।
ମିଥୁନ- ଆଶାବାଦୀ ହେବେ । ଅସଂପୂର୍ଣ୍ଣ କାର୍ଯ୍ୟ ଆଜି ସଂପୂର୍ଣ୍ଣ କରିବେ । ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅପରାହ୍ନରେ କୌଣସି ଶୁଭକାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ ।
କର୍କଟ-ଆରୋଗ୍ୟ ରହିବେ । ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟୀମାନେ ଭଲ ଲାଭ କରିବେ ।
ସିଂହ- ଦେହ ସୁସ୍ଥ ରହିବ । ମନ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ବ୍ୟବସାୟରେ ଅଭିବୃଦ୍ଧି ଦେଖାଦେବ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ ।
କନ୍ୟା- ଶରୀର ସୁସ୍ଥ ରହିବ । କର୍ମ ତତ୍ପର ହେବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟ ଲାଭପ୍ରଦ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।
ତୁଳା- ଶାରିରୀକ ସୁସ୍ଥତା ଲାଭ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । କାର୍ଯ୍ୟାଳୟରେ କାର୍ଯ୍ୟ ଚାପ ରହିବ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭ ପ୍ରଦ ହେବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଅପରାହ୍ନରେ ଶୁଭଖବର ପ୍ରାପ୍ତ ହେବ ।
ଅଧିକ ପଢ଼ନ୍ତୁ:-ରୋହିତ ଶର୍ମାଙ୍କ ବଢ଼ିଲା ଟେନସନ୍! ଆହତ ସତ୍ତ୍ୱେ ତୃତୀୟ ଟେଷ୍ଟ ଖେଳିବେ ଏହି ଖତରନାକ୍ ଖେଳାଳି
ଅଧିକ ପଢ଼ନ୍ତୁ:-କେବଳ ଦିନିକିଆ ବିଶ୍ୱକପ ୨୦୨୩ ନୁହେଁ, ଟି-20 ବିଶ୍ୱକପ ୨୦୨୪ ବି ଖେଳିପାରିବେନି ଋଷଭ ପନ୍ତ! ହଠାତ୍ ସାମ୍ନାକୁ ଆସିଲା ଏହି ବଡ଼ ଅପଡେଟ୍
ଅଧିକ ପଢ଼ନ୍ତୁ:-ଓଡ଼ିଶାର ଏହି ୩ ଜିଲ୍ଲାରେ ମିଳିଲା ସୁନା ଖଣି, ରାଜ୍ୟ ସରକାର ଦେଲେ ସୂଚନା
ବିଛା- ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।
ଧନୁ- ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।
ମକର- ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହଠାରୁ ନିଜକୁ ଦୂରେଇ ରଖନ୍ତୁ । ବ୍ୟବସାୟ ମାନ୍ଦା ହେବ । ପାରିବାରିକ ଜୀବନରେ ଭୁଲ ବୁଝାମଣାର ଶିକାର ହେବେ ।
କୁମ୍ଭ- ଦେହ ଓ ମନ ଭଲ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ରହିବ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ବ୍ୟବସାୟରେ ସଫଳତା ପ୍ରାପ୍ତି କରିବେ । ସନ୍ତାନଙ୍କ ପାଇଁ ଚିନ୍ତାରେ ରହିବେ ।
ମୀନ- ଶାରିରୀକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।