Horoscope Today 29 April 2023: ଆଜି ଏହି ୫ଟି ରାଶି ପାଇଁ ଅତ୍ୟନ୍ତ ଶୁଭ, ଏସବୁ ରାଶି ରୁହନ୍ତୁ ସାବଧାନ; ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର
Advertisement
Article Detail0/zeeodisha/odisha1672706

Horoscope Today 29 April 2023: ଆଜି ଏହି ୫ଟି ରାଶି ପାଇଁ ଅତ୍ୟନ୍ତ ଶୁଭ, ଏସବୁ ରାଶି ରୁହନ୍ତୁ ସାବଧାନ; ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର

Horoscope Today 29 April 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଏପ୍ରିଲ ୨୯ ହେଉଛି ଶନିବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

Horoscope Today 29 April 2023: ଆଜି ଏହି ୫ଟି ରାଶି ପାଇଁ ଅତ୍ୟନ୍ତ ଶୁଭ, ଏସବୁ ରାଶି ରୁହନ୍ତୁ ସାବଧାନ; ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର

Horoscope Today 29 April 2023: ମେଷ- ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ବୃଷ- ସାମାନ୍ୟ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ଉପୁଜିପାରେ । ଖର୍ଚ୍ଚାନ୍ତ ହେବେ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ମାନସିକ ଅବସାଦ ଦେଖାଦେବ । ଚିନ୍ତାଗ୍ରସ୍ତ ରହିବେ । କାର୍ଯ୍ୟରେ ବାଧା ଓ ଅବରୋଧ ଦେଖାଦେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେବ ।

ମିଥୁନ- ନୂତନ କର୍ମରେ ଯୋଗ ଦେଇ ଖୁସି ହେବେ । ମନ ପ୍ରସନ୍ନ ରହିବ । ଅର୍ଥ ପ୍ରାପ୍ତି ସୂଚନା ମିଳୁଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଦୂରଯାତ୍ରା କରିପାରନ୍ତି ।

କର୍କଟ- ସୁଖପୂର୍ଣ୍ଣ ଜୀବନ ଯାପନ କରିବେ । କର୍ମ କ୍ଷେତ୍ର ସହଜ ସରଳ ବୋଧଗମ୍ୟ ହେବ । ବନ୍ଧୁ ସାହାଯ୍ୟ ପାଇ ଖୁସି ହେବେ । ସନ୍ତାନଙ୍କ କୃତିତ୍ୱ ଆତ୍ମଶାନ୍ତି ପ୍ରଦାନ କରିବ ।

ସିଂହ- ଶରୀର ସାମାନ୍ୟ ଅସୁସ୍ଥ ରହିବ । କର୍ମକ୍ଷେତ୍ରରେ ଅଶାନ୍ତିର ବାତାବରଣ ମିଳିବ । ଆର୍ଥିକ ଅନାଟନ ଦେଇ ଗତିକରିବେ । ପାରିବାରିକ ସୁଖଶାନ୍ତି ବ୍ୟାହତ ହେବ ।

କନ୍ୟା- ସାମାନ୍ୟ ଶରୀର ପୀଡା ଦେଖାଦେବ । ଆଜି ଆପଣ ନାନା ସମସ୍ୟାରେ ଜଡିତ ହେବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଈର୍ଷାର ଶିକାର ହେବେ । ପାରିବାରିକ ଜୀବନରେ ଭୁଲ ବୁଝାମଣା ଦେଖାଦେବ 

ତୁଳା- କର୍ମ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଚିନ୍ତାଧାରା ଉନ୍ନତମାନର ହେବ । ପାରିବାରିକ ସୁଖ ମିଳିବ ।
  
ବିଛା- ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ  ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ ।

ଧନୁ- କର୍ମ ପ୍ରବଣତା ପ୍ରକାଶ ପାଇବ । ସମସ୍ତ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ଧନ ପ୍ରାପ୍ତିର ସୁଯୋଗ ସୃଷ୍ଟିହେବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ମକର- ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ନିର୍ଭୀକ ଭାବେ କାର୍ଯ୍ୟ ସମ୍ପାଦନ କରିବେ । ବନ୍ଧୁଙ୍କ ସହଯୋଗ ମିଳିବ । ଆୟ ବୃଦ୍ଧି ପାଇବ । ବିବାହ ଆଦି  ଭୋଜିଭାତରେ ଯୋଗ ଦେବେ ।

ଅଧିକ ପଢ଼ନ୍ତୁ-ବୁଦ୍ଧ ପୂର୍ଣ୍ଣିମାରେ ଲାଗିବ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ; ୩ଟି ରାଶିର ଖୋଲିଯିବ ଭାଗ୍ୟ, ନୂତନ ଚାକିରି-ପଦୋନ୍ନତି ସହ ମିଳିବ ପ୍ରବଳ ଟଙ୍କା

ଅଧିକ ପଢ଼ନ୍ତୁ-ଟିମ୍ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା, ଏସିଆ କପ୍ ଓ ODI ବିଶ୍ୱକପରୁ ବାହାର ହେଲେ ଏହି ଖତରନାକ୍ ଖେଳାଳି!

ଅଧିକ ପଢ଼ନ୍ତୁ-କେନ୍ଦ୍ର କର୍ମଚାରୀଙ୍କ ପାଇଁ ୨ ଦିନ ପରେ ଆସିବ ବଡ଼ ଖୁସି ଖବର; ପୁଣି ଏତେ ବଢ଼ିଯିବ ଦରମା, ଆକାଉଣ୍ଟକୁ ଆସିବ ମୋଟା ଅଙ୍କର ଟଙ୍କା

କୁମ୍ଭ- ମନ ପ୍ରସନ୍ନ ରହିବ । କର୍ତ୍ତବ୍ୟ ନିଷ୍ଠା ହେବେ । ପ୍ରତ୍ୟେକଟି କାର୍ଯ୍ୟ ସୁଚାରୁ ରୁପେ ହବ । ବନ୍ଧୁ ସହଯୋଗ ପାଇବେ । ବ୍ୟବସାୟରେ ଲାଭପ୍ରଦ ହବ । ପାରିବାରିକ ଜୀବନ ଶାନ୍ତି ପୂର୍ଣ୍ଣ ରହିବ ।

ମୀନ- ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ ।ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।