ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର
Advertisement

ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର

Horoscope Today 3 August 2022: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ବୁଧବାର

ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର

Horoscope Today 3 August 2022: ମେଷ - ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।  ଦୂରଯାତ୍ରା ଶୁଭମୟ ।

ବୃଷ- ଶରୀର ଅସୁସ୍ଥ ରହିବ । ଚିଡିଚିଡା ସ୍ୱଭାବର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପଲାଭ ଯୁକ୍ତ ହେବ । ସନ୍ତାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ । 

ମିଥୁନ- ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ ।  ପାରିବାରିକ ସୁଖଶାନ୍ତି ଲାଭ କରିବେ । ବ୍ୟାଙ୍କିଙ୍ଗ୍‌, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।  

କର୍କଟ- ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।  

ସିଂହ- ଶାରୀରିକ କ୍ଲେଶ ବୃଦ୍ଧିପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

କନ୍ୟା- ଶାରୀରିକ ଅସୁସ୍ଥତା ଦେଖାଦେବ । କର୍ମକ୍ଷେତ୍ରରେ ଉନ୍ନତି ଘଟିବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ଦୂରଯାତ୍ରା କରନ୍ତୁ ନାହିଁ ।

ତୁଳା- ଶାରୀରିକ ଯନ୍ତ୍ରଣା ଦେଖାଦେଇପାରେ । ମାନସିକ ଶାନ୍ତି ବଜାୟ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ  ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦୂରଯାତ୍ରା କରନ୍ତୁ ନାହିଁ ।  

ଏହା ବି ପଢ଼ନ୍ତୁ:-'ଯଦି ମୁଁ କହିବା ଆରମ୍ଭ କରିବି ତ ଭୂକମ୍ପ ଆସିଯିବ', ଜାଣନ୍ତୁ କାହିଁକି ଏମିତି କହିଲେ ଏକନାଥ ସିନ୍ଦେ

ଏହା ବି ପଢ଼ନ୍ତୁ:-BJP ପ୍ରସ୍ତୁତ କଲା ଓଡ଼ିଶା ବିଧାନସଭା ନିର୍ବାଚନରେ ​​ଜିତିବାର ରଣନୀତି, ଜାଣନ୍ତୁ କ'ଣ ରହିଛି ଦଳର ପୂରା ଗେମ୍ ପ୍ଲାନ୍

ବିଛା- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । 

ଧନୁ- ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।  

ମକର- ଦୃଢମନା ହେବେ । କର୍ମକ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।  

କୁମ୍ଭ- ଦେହ ଅସୁସ୍ଥ ହୋଇପାରେ । କର୍ମକ୍ଷେତ୍ରରେ ମଧ୍ୟମ ଧରଣର ଫଳ ମିଳିବ । ଉପରିସ୍ଥ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ଆୟ ବ୍ୟୟ ସମାନ ରହିବ ।  ଦୂରଯାତ୍ରା ନକରିବା ଭଲ ।

ମୀନ- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ବ୍ୟସ୍ତତା ମଧ୍ୟେ ଦିନ କାଟିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ ।