Horoscope Today 5 August 2022: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଶୁକ୍ରବାର
Trending Photos
Horoscope Today 5 August 2022: ମେଷ- ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।
ବୃଷ- ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।
ମିଥୁନ- ଶାରୀରିକ ସୁସ୍ଥତା ବୋଧ ହେବ । କାର୍ଯ୍ୟାଳୟରେ ଦାୟିତ୍ୱର ସହ ସମସ୍ତ ନ୍ୟସ୍ତ କାର୍ଯ୍ୟ ନିର୍ବାହ କରିବେ । ଆର୍ଥିକ ସ୍ଥିତି ପୂର୍ବଭଳି ରହିବ । ପରିବାରରେ ଗୁରୁଜନଙ୍କ ସ୍ନେହଶ୍ରଦ୍ଧା ତଥା ଆଶୀର୍ବାଦ ପ୍ରାପ୍ତ ହେବ ।
କର୍କଟ- ଶାରୀରିକ କ୍ଲେଶ ବୃଦ୍ଧିପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
ସିଂହ- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ବ୍ୟସ୍ତତା ମଧ୍ୟେ ଦିନ କାଟିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ ।
କନ୍ୟା- ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ ।
ତୁଳା- ମାନସିକ ଶାନ୍ତି ବଜାୟ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ଦୂରଯାତ୍ରା ସଫଳ ହେବ ।
ଏହା ବି ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ବଡ଼ ଖୁସି ଖବର, ବଢ଼ିଲା ୫ ପ୍ରତିଶତ ମହଙ୍ଗା ଭତ୍ତା; ସରକାର କଲେ ଘୋଷଣା
ଏହା ବି ପଢ଼ନ୍ତୁ:-ଚୀନ-ତାଇୱାନ ବିବାଦ ମଧ୍ୟରେ ଆରମ୍ଭ ହେଲା ଆର୍ମେନିଆ-ଆଜେରବାଇଜାନ ଯୁଦ୍ଧ, ଜାଣନ୍ତୁ ଏହି ଯୁଦ୍ଧର ମୁଖ୍ୟ କାରଣ
ବିଛା- ଶରୀର ଅସୁସ୍ଥ ରହିବ । କାର୍ଯ୍ୟରେ ମାନ୍ଦାବସ୍ଥା ଦେଖାଦେବ । ଦୂରଯାତ୍ରା କରନ୍ତୁ ନାହିଁ । ଆୟ ବ୍ୟୟ ସମାନ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।
ଧନୁ- ମନ ପ୍ରସନ୍ନ ରହିଲେ ବି ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ । ଦୂରଯାତ୍ରାକୁ ସ୍ଥଗିତ ରଖନ୍ତୁ । ପରିବାରକୁ ଅଧିକ ସମୟ ଦିଅନ୍ତୁ । ଦେଖିଚାହିଁ ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିବେ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।
ମକର- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଉପୁଜିବ । କର୍ମକ୍ଷେତ୍ରରେ ମଧ୍ୟମଧରଣର ଫଳ ମିଳିବ । ଋଣ ପରିଶୋଧ କରିବାର ଯୋଗ ରହୁଛି । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ଦୂରଯାତ୍ରା ବିପଜ୍ଜନକ ହୋଇପାରେ ।
କୁମ୍ଭ- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । ଆୟ ବୃଦ୍ଧି ପାଇବ ।
ମୀନ- ଶାରିରୀକ ଅସୁସ୍ଥତା ଦେଖାଦେଇପାରେ । କର୍ମକ୍ଷେତ୍ରରେ ମଧ୍ୟମ ଧରଣର ଫଳ ମିଳିବ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଉପୁଜିପାରେ ।