Horoscope Today 17 December 2022: ଏହି ତିନି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ୍, ଘଟିପାରେ ଅଘଟଣ ! ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର
Advertisement

Horoscope Today 17 December 2022: ଏହି ତିନି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ୍, ଘଟିପାରେ ଅଘଟଣ ! ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର

Horoscope Today 17 December 2022: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ।

Horoscope Today 17 December 2022: ଏହି ତିନି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ୍, ଘଟିପାରେ ଅଘଟଣ ! ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର

Horoscope Today 17 December 2022: ମେଷ : ମେଶ ରାଶିର ଲୋକଙ୍କ ପାଇଁ ଆଜି  ଦିନଟି ଖୁବ ଭଲ ରହିବ । ପାରିବାରିକ ବାତାବରଣ ଖୁସି ଓ ଆନନ୍ଦ ପୂର୍ଣ୍ଣ ରହିବ। ମିତ୍ରମାନଙ୍କ ସହିତ ଆନନ୍ଦରେ ସମୟ କାଟିବେ। ମାତାଙ୍କ ତରଫରୁ ଲାଭ ହେବ। ଯାତ୍ରାର ଯୋଗ ଅଛି। ଧନ ଲାଭ, ଉତ୍ତମ ଭୋଜନ ଏବଂ ଭେଟ-ଉପହାର ମିଳିବାରରୁ ଆପଣ ଆନନ୍ଦିତ ରହିବେ।

ବୃଷ : କ୍ରୋଧ ଏବଂ ହତାସାର ଭାବନା ନିଜର ମନ ଉପରେ ପ୍ରଭାବ ନପକାଉ ସେଥିପାଇଁ ଚେଷ୍ଟା କରିବେ। ଶାରୀରିକ ସ୍ଵାସ୍ଥ୍ୟ ଟିକେ ଖରାପ ହୋଇପାରେ, ଖାଦ୍ୟ-ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ଘର-ପରିବାରର ଚିନ୍ତା ସାଥିରେ ଖର୍ଚ୍ଚ ମାମଲାରେ ମଧ୍ୟ ଆଜି ଚିନ୍ତିତ ରହିବେ। ନିଜର ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିଶ୍ରମ ବ୍ୟର୍ଥ ହେବା ପରି ଲାଗିବ।

ମିଥୁନ : ପରିବାରରେ ଖୁସି ଏବଂ ଆନନ୍ଦର ମାହୌଲ ରହିବ। ଚାକିରି ଏବଂ ବ୍ୟବସାୟରେ ଆପଣଙ୍କୁ ଲାଭର ସମାଚାର ମିଳିବ। ଉଚ୍ଚ ଅଧିକାରୀ ଆପଣଙ୍କଠାରୁ କାର୍ଯ୍ୟଗୁଡ଼ିକର ପ୍ରଶଂସା ମିଳିବ। ବୈବାହିକ ଯୋଗ ଅଛି। ମହିଳା ମିତ୍ରମାନଙ୍କର ବିଶେଷ ଲାଭ ହେବ। ଦାମ୍ପତ୍ୟଜୀବନରେ ମାଧୁର୍ଯ୍ୟର ଆନନ୍ଦ ନେବେ। ସନ୍ତାନମାନଙ୍କ ତରଫରୁ ଶୁଭ ସମାଚାର ମିଳିବ।

କର୍କଟ : ନୂଆ ଘରପାଇଁ ଦ୍ରବ୍ୟ କିଣିବାର ସଂଭାବନା ଅଛି। ବ୍ୟାପାରିମାନଙ୍କ ଏବଂ ଚାକିରି କରୁଥିବା ଲୋକମାନଙ୍କର ଲାଭ ତଥା ପଦୋନ୍ନତିର ଆଶା ରଖିପାରନ୍ତି। ପାରିବାରିକ ସୁଖ-ଶାନ୍ତିର ବାତାବରଣ ରହିବ। ସରକାରୀ ଲାଭ ମିଳିବ। ଆପଣଙ୍କ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଆର୍ଥିକ ଲାଭ ହେବ। ଆଜି ସମସ୍ତ କାର୍ଯ୍ୟ ସୁସ୍ଥତା ଏବଂ ସରଳତାପୂର୍ବକ ସମ୍ପୂର୍ଣ୍ଣ ହେବ।

ସିଂହ : ଆଜି ସ୍ଵଭାବରେ ଉଗ୍ରତା ଏବଂ କ୍ରୋଧ ରହୁଥିବା କାରଣରୁ ଆପଣଙ୍କ କାମ କରିବାରେ ମନ ଲାଗିବ ନାହିଁ। ବାଦ-ବିବାଦରେ କୌଣସି ଅସନ୍ତୋଷର ବାତାବରଣ ହୋଇପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବାକୁ ପଡ଼ିବ। ଚାକିରି କ୍ଷେତ୍ରରେ ଅବରୋଧ ଆସିବାରୁ ନିର୍ଦ୍ଧାରିତ କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ ନାହିଁ। ଧାର୍ମିକ ଯାତ୍ରାର ଆୟୋଜନ ହେବ।

କନ୍ୟା: ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଚେଷ୍ଟା କରିବେ। ଅଫିସରେ କାମର ବୋଝ ଅଧିକ ହୋଇପାରେ। ଅଚାନକ ଧନଲାଭ ହେବ। ପ୍ରେମ ସଂପର୍କ ନିବିଡ଼ ହେବ।

ତୁଳା: ଚାକିରିଆଙ୍କ ଲାଗି ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ। ଖାଦ୍ୟ ପାନୀୟ ପ୍ରତି ସଜାଗ ରୁହନ୍ତୁ।

ବିଛା: ପରିବାରରେ ଅଶାନ୍ତି ଦେଖାଦେଇପାରେ। ବନ୍ଧୁବାନ୍ଧବଙ୍କ ସାହାଯ୍ୟ ସହଯୋଗ ମିଳିବ। ଅର୍ଥପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିପାରନ୍ତି।

ଧନୁ: କୌଣସି ବଡ଼ଧରଣର କାର୍ଯ୍ୟ ତୁଲାଇବେ। ସାଂସାରିକ ସୁଖସମୃଦ୍ଧି ପ୍ରାପ୍ତି ହେବ। ପ୍ରଶାସନିକ ସକ୍ରିୟ ରହିବେ। ବ୍ୟବସାୟ ବୃଦ୍ଧି ନିମନ୍ତେ ନୂତନ ରାସ୍ତା ପାଇବେ।

ମକର: ବୁଦ୍ଧି ବଳରେ କାର୍ଯ୍ୟକୁ ନିଜ ଆୟତ୍ତରେ ରଖିବେ। ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ବ୍ୟବହାର କୁଶଳତା ରକ୍ଷା କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ପରିଲକ୍ଷିତ ହେବ।

କୁମ୍ଭ: ବିଭିନ୍ନ ସ୍ତରରୁ ସହଯୋଗ ପାଇପାରନ୍ତି। ମୂଲ୍ୟବାନ ଦ୍ରବ୍ୟ ପାଇ ସନ୍ତୁଷ୍ଟ ହେବେ। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି କରିପାରନ୍ତି। କୃଷିକାର୍ଯ୍ୟରେ ନିୟୋଜିତ ହେବେ।

ମୀନ: ନିଜ ପ୍ରଚେଷ୍ଟାରେ ସଫଳତା ପାଇବେ। ଆପଣଙ୍କ କଥା ଅନୁସାରେ ସବୁ କାର୍ଯ୍ୟ ହୋଇପାରେ । ଘରେ ଲାଗିରହିଥିବା ତିକ୍ତତା ଭିନ୍ନମୋଡ଼ ନେବ। ପରିସ୍ଥିତିକୁ ଲକ୍ଷ୍ୟ କରି ନିଜକୁ ବଦଳାଇବାକୁ ଚେଷ୍ଟା କରିବେ।