• हिन्दी
  • English
  • मराठी
  • বাংলা
  • தமிழ்
  • മലയാളം
  • ગુજરાતી
  • తెలుగు
  • ಕನ್ನಡ
  • ଓଡ଼ିଶା
  • सलाम
  • Z Bharat
  • PHH
  • Business
  • WION
  • facebookyoutubetwitterwhatsapp
Zee Odisha News
  • News
  • Video
  • Photos
  • Live Blog
Add Zee Business As A Preferred Source
App
  • LIVE टीवी
  • ହୋମ୍
  • ରାଜନୀତି
  • ରଥଯାତ୍ରା
  • ଭିଡ଼ିଓ
  • ଫଟୋ ଗ୍ୟାଲେରୀ
  • ରାଜ୍ୟ ଖବର
  • କ୍ରୀଡ଼ା
  • ଟ୍ରେଣ୍ଡିଙ୍ଗ୍
  • ମନୋରଞ୍ଜନ
  • ଜୀବନଚର୍ଯ୍ୟା
  • ଦେଶ-ବିଦେଶ
  • ଶିକ୍ଷା ଓ ନିଯୁକ୍ତି
  • ଓଡ଼ିଶା ନ୍ୟୁଜ
  • /Odisha LifeStyle and Others
  • /ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ରାଶି ଅନୁଯାୟୀ ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ ?

Edited ByRasmita Sahoo
Published: Mar 22, 2021, 11:07 AM IST|Updated: Mar 22, 2021, 11:07 AM IST
joinshare
ଜାଣନ୍ତୁ ଆଜିର ରାଶିଫଳ

About the Author

    Rasmita Sahoo

    Rasmita Sahoo

    Trending

    • News
    • Photos
    • Videos
    Top 10 News: ପୁଣି ଅଶାନ୍ତ ଯାଜପୁର ଧର୍ମଶାଳା, ଓଡ଼ିଶା ପୋଲିସକୁ ବଡ ସଫଳତା ଓ ଅନ୍ୟ ଖବର

    Top 10 News: ପୁଣି ଅଶାନ୍ତ ଯାଜପୁର ଧର୍ମଶାଳା, ଓଡ଼ିଶା ପୋଲିସକୁ ବଡ ସଫଳତା ଓ ଅନ୍ୟ ଖବର

    2

    ‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

    3

    Bus Accident: ସରକାରୀ ବସ୍‌ ଦୁର୍ଘଟଣାର ସମ୍ମୁଖୀନ, ୪ ଯାତ୍ରୀ ଆହତ

    4

    Top 10 News Today: ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା ଅନୁଭୂତ,ସ୍ମିତ ମଚ୍ଛାରଙ୍କ ସହ କଥା ହେଲେ ଇସ

    5

    ନୟାପଲ୍ଲୀ ଘଟଣାରେ ସିପିଙ୍କ ବଡ ବୟାନ, ପୁରୁଷ ହକି ଟିମକୁ ମିଳିବ ପୁରସ୍କାର ଓ ଅନ୍ୟ ଖବର

    ମେଷ ରାଶି:- ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ ଆକସ୍ମିକ ଅର୍ଥ ଲାଭ ହେବ ।

    ବୃଷ ରାଶି:- କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । ସତ୍‌ସଙ୍ଗ ପ୍ରତି ମନ ମଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ । ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।

    ମିଥୁନ ରାଶି:- କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି । ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍ ବ୍ୟବହାର କରିବା କଷ୍ଟକର ହେବ ।

    କର୍କଟ ରାଶି:- ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ହଠାତ୍ ହଜି ଯାଇଥିବା ବ୍ୟକ୍ତି, ଚୋରି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି ।

    ସିଂହ ରାଶି:- ଆଜି ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିକ ସମସ୍ୟାର ସମାଧାନ ଘଟିବ । ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ । ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦର ଅବସାନ ଘଟିବ ।

    କନ୍ୟା ରାଶି:- ଆଜି ପରିବାରେ ସମସ୍ୟା ବଢିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ ।

    ତୁଳା ରାଶି:- ଆଜି ସ୍ୱାସ୍ଥ୍ୟ ଅବନତି ପରିଲକ୍ଷିତ ହେବା ଆଶଙ୍କା ରହିଛି । ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି । ସଂଗଠନ, ରାଜନୀତି, କଳା, ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ ।

    ବିଛା ରାଶି:- ଆଜି ଆପଣଙ୍କୁ କୌଣସି ନୀଚ୍ଚ ଜାତିର ବ୍ୟକ୍ତିବିଶେଷ ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହରାଇପାରନ୍ତି ।

    ଧନୁରାଶି:- ଆକସ୍ମିକ ଭାବରେ ବନ୍ଧୁମାନଙ୍କ ସହ ଭ୍ରମଣ କରିପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ପାରଷ୍ପରିକ ଉତ୍ତମ ବୁଝାବଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍ ରହିବ । ବାଣିଜ୍ୟରେ ଆଶା କରୁଥିବା ଫଳ ଅବଶ୍ୟ ପାଇବେ ।

    ମକର ରାଶି:- ପାରସ୍ପରିକ ମତଭେଦ କାରଣରୁ ଅଫିସରେ କାମଗୁଡିକ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ଅଘଟଣ ଘଟିପାରେ । ଘରୋଇ କଥାରେ ଗୁରତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ । ଆର୍ଥିକକ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ ।

    କୁମ୍ଭ ରାଶି:- ଆଜି ପିଲାମାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ । ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ପଡି ଦୂରେଇ ଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିଜମାରେ ରହିଥିବା ସମସ୍ୟା ଦୂରୀଭୂତ ହୋଇଯିବ ।

    ମୀନ ରାଶି:- ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ । ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ ।

    Add Zee News as a Preferred Source
    TAGS:
    todays horoscope
    zodiac sign