ଜାଣନ୍ତୁ ଆଜିର ରାଶିଫଳ

ରାଶି ଅନୁସାରେ ଜାଣନ୍ତୁ କଣ କହୁଛି ଆଜି ଆପଣଙ୍କ ଭାଗ୍ୟ

ଜାଣନ୍ତୁ ଆଜିର ରାଶିଫଳ

ମେଷ- ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ ।

ବୃଷ- ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।

ମିଥୁନ- କର୍ମ କ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ବ୍ୟସ୍ତତା ମଧ୍ୟେ ଦିନ କଟିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ। ବ୍ୟବସାୟ ଲାଭପ୍ରଦ ହେବ ।

କର୍କଟ- ଦେହ ଓ ମନ ଭଲ ରହିବ । ଯୋଜନା ଅନୁଯାୟୀ ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ।

ସିଂହ-  ଶରୀର ଅସୁସ୍ଥ ରହିବ । ଚିଡିଚିଡା ସ୍ୱଭାବର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପଲାଭ ଯୁକ୍ତ ହେବ । ସନ୍ତାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ ।

କନ୍ୟା- ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ବ୍ୟାଙ୍କିଂ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ।

ତୁଳା- ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।

ବିଛା- ଶାନ୍ତିପୂର୍ଣ୍ଣ ଜୀବନଯାପନ କରିବେ । କର୍ମକ୍ଷେତ୍ର ସହଜ ସରଳ ବୋଧଗମ୍ୟ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । ବ୍ୟାଙ୍କ ଓ ବୀମା କର୍ମଚାରୀମାନେ ବିଶେଷ ଉପକୃତ ହେବେ ।

ଧନୁ- ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ।

ମକର- ଚିନ୍ତାଗ୍ରସ୍ତ ରହିବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ

କୁମ୍ଭ- ଦିନଟି ଆପଣଙ୍କ ପାଇଁ ଶୁଭପ୍ରଦ ଅଟେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କର୍ମ ସମ୍ପାଦନ କରିବେ । ଆୟ ବୃଦ୍ଧି ପାଇବ । ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ଶୁଭପ୍ରଦ ଅଟେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ  ରହିବ ।

ମୀନ-  ଉଚ୍ଚଆଶା ଫଳବତୀ ହେବ । ରୋଜଗାର ଆଶନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ମଧୁରଭାଷୀ ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ ।