• ସୁନ୍ଦରଗଡ଼ ବାଲିଶଙ୍କରା ପଞ୍ଚାୟତର ସବୁ ଗାଁ ଲକ୍‌ଡାଉନ୍
  • କାଲିଠୁ ୭ ଦିନ ପାଇଁ ଲକ୍‌ଡାଉନ୍ ଘୋଷଣା କଲେ ସରପଞ୍ଚ
  • କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦିୟୁରପ୍ପା କୋରୋନା ପଜିଟିଭ
  • ଏଣିକି ପ୍ରତି ଶନିବାର ଓ ରବିବାର ସାଧାରଣ ଦର୍ଶନାର୍ଥୀଙ୍କ ପାଇଁ ବନ୍ଦ
  • ଆସନ୍ତା ୨୪ ତାରିଖଠାରୁ ଲାଗୁ ହେବ କଟକଣା
  • କଟକ DCP ଅଫିସରେ ହେଲା ହାଇଦରର କୋଭିଡ ଟେଷ୍ଟ
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କୋରୋନା
  • ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୩ ହଜାର ଟପିଲା
  • ମାସ୍କ ପ୍ରସଙ୍ଗରେ ଉତ୍ତରପ୍ରଦେଶ ସରକାରଙ୍କ ବଡ ନିଷ୍ପତ୍ତି
  • ମାସ୍କ ନ ପିନ୍ଧିଲେ ପ୍ରଥମ ଥର ୧୦୦୦, ୨ୟ ଥର ୧୦ହଜାର ଜରିମାନା

ଜାଣନ୍ତୁ ଆଜିର ରାଶିଫଳ

କଣ କହୁଛି ଆଜି ଆପଣଙ୍କ ରାଶି

ଜାଣନ୍ତୁ ଆଜିର ରାଶିଫଳ

ମେଷ- ଆପଣଙ୍କ ପାଇଁ ଦିନଟି ସୁଖ ସ୍ୱାଚ୍ଛନ୍ଧ ଭରା ରହିବ । ଦେହ ଓ ମନ ଭଲ ରହିବ । ସେବା ଧର୍ମ ପ୍ରତି ମନ ବଳିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ଛାତ୍ରଛାତ୍ରୀମାନେ ପଢାପଢିରେ ଭଲ ପ୍ରଦର୍ଶନ କରିବେ ।

ବୃଷ- କର୍ତ୍ତବ୍ୟ ନିଷ୍ଠ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ଈଶ୍ୱର ବିଶ୍ୱାସୀ ହେବେ ।

ମିଥୁନ- - ଦେହ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ । ଆୟ ଓ ବ୍ୟୟ ସମାନ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ।

କର୍କଟ-- ଗାଡି ମଟର ଚାଳନାରୁ ନିବୃତ୍ତ ରୁହନ୍ତୁ । ଦୂରଯାତ୍ରା ବିପଦପୂର୍ଣ୍ଣ ହେବ । ବୃଥା ନିନ୍ଦା ଅପବାଦ ମିଳିପାରେ । ବାକ୍ ସଂଯମତା ରକ୍ଷା ନ କଲେ ବିପଦରେ ପଡିବେ । ଅର୍ଥହାନି ହେବ ।

 ସିଂହ- ଶରୀର ଆରୋଗ୍ୟ ରହିବ । କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନ କାଟିବେ । ଆୟ ଆଶାନୁରୂପକ ହେବ । ଗୃହକୁ ବିବାହ ପ୍ରସ୍ତାବ ଆଦି ଆସିପାରେ । ସାଂସାରିକ ଜୀବନ ସୁଖମୟ ହେବ ।

କନ୍ୟା- ସମାନୁବର୍ତ୍ତୀ ହୋଇ ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ତୁଲାଇବେ । ସେବା ପୂଜାରେ ମନ ନିବେଶ କରିବେ । ଶରୀର ଓ ମନ ସୁସ୍ଥ ରହିବ । ଆୟ ଓ ବ୍ୟୟ ସମାନ ରହିବ ।

ତୁଳା-ଦିନଟିରେ ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ମନ ପ୍ରସନ୍ନ ରହିବ । ସନ୍ତାନଙ୍କ କୃତ୍ତିତ୍ୱରେ ଆତ୍ମସନ୍ତୋଷ ଲାଭ କରିବେ । ନବ ଦମ୍ପତିଙ୍କ ପାଇଁ ଦିନଟି ବେଶ୍ ଆମୋଦଦାୟକ ହେବ ।

ବିଛା- ଦେହ ଓ ମନ ଭଲ ରହିବ । ଉଚ୍ଚ ସମ୍ମାନ ଲାଭ କରିବେ । ଗୃହକୁ ବିବାହ ପ୍ରସ୍ତାବ ଆସିପାରେ । ଅବସର ସମୟର ସଠିକ୍ ଉପଯୋଗ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ ।

ଧନୁ- ମାନସିକ ଓ ଶାରିରୀକ ସୁସ୍ଥତା ମିଳିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶତ୍ରୁ ପରାଜିତ ହେବେ । କର୍ମ ତତ୍ପରତା ବୃଦ୍ଧି ପାଇବ ।

ମକର- ଦିନଟିରେ ଆପଣ କର୍ମ ତତ୍ପର ହେବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ପଡୋଶୀଙ୍କ ସହ ସୁସମ୍ପର୍କ ବଜାୟ ରହିବ । ପାରିବାରିକ ହସଖୁସି ଲାଗି ରହିବ ।

କୁମ୍ଭ- କର୍ମ ଚଞ୍ଚଳ ରହିବେ । ବନ୍ଧୁବାନ୍ଧବ ତଥା ପଡୋଶୀଙ୍କ ମେଳରେ ମଉଜ୍ ମଜ୍‌ଲିସରେ ଦିନ କାଟିବେ । ଖର୍ଚ୍ଚ ବୃଦ୍ଧି ପାଇବ । ନୂତନ ଦ୍ରବ୍ୟ କ୍ରୟ କରିବେ । ପାରିବାରିକ ସୁଖଶାନ୍ତି ଉପଲବ୍ଧ ହେବ ।

ମୀନ-ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ଧୈର୍ଯ୍ୟଚ୍ୟୁତ ହେବେ । ପାଖଲୋକ ବିଶ୍ୱାସଘାତକତା କରିବେ । ପଡୋଶୀଙ୍କ ସମ୍ପର୍କରେ ତିକ୍ତତା ଆସିବ ।