Horoscope 15 April 2021: ଜାଣନ୍ତୁ କେଉଁ ମାନଙ୍କ ପାଇଁ ଶୁଭ ରହିବ ଗୁରୁବାର
Advertisement

Horoscope 15 April 2021: ଜାଣନ୍ତୁ କେଉଁ ମାନଙ୍କ ପାଇଁ ଶୁଭ ରହିବ ଗୁରୁବାର

ରାଶି ଅନୁସାରେ ଜାଣନ୍ତୁ କଣ କହୁଛି ଆଜି ଆପଣଙ୍କ ଭାଗ୍ୟ 

Horoscope 15 April 2021: ଜାଣନ୍ତୁ କେଉଁ ମାନଙ୍କ ପାଇଁ ଶୁଭ ରହିବ ଗୁରୁବାର

ମେଷ-ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।

ବୃଷ-ଦୃଢମନୋବଳ ଯୋଗୁଁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସଂପାଦନ କରିବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ହଠାତ ସୁଖବର ପ୍ରାପ୍ତି ହେବ ।

ମିଥୁନ- ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ ।

କର୍କଟ- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ

ସିଂହ- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ ।

କନ୍ୟା- ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ । 

ତୁଳା- ଚିନ୍ତାଗ୍ରସ୍ତ ରହିବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ

ବିଛା- ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ଧୈର୍ଯ୍ୟଚ୍ୟୁତ ହେବେ । ପାଖଲୋକ ବିଶ୍ୱାସଘାତକତା କରିବେ । ପଡୋଶୀଙ୍କ ସମ୍ପର୍କରେ ତିକ୍ତତା ଆସିବ ।

ଧନୁ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।

ମକର- ବିଳାସ ବ୍ୟସନରେ ଦୀନଚର୍ଯ୍ୟା କରିବେ । ବେପରୁଆ ଭାବେ ଖର୍ଚ୍ଚ କରିବେ । କର୍ମ କ୍ଷେତ୍ରରେ ପାରଦର୍ଶିତା ଦେଖାଇବେ । ବିବାଦୀୟ ଘଟଣାରେ ଜୟଯୁକ୍ତ ହେବେ । ସୁବର୍ଣ୍ଣ ସଂପଦ ପ୍ରାପ୍ତିର ଯୋଗ ରହିଛି ।

କୁମ୍ଭ- ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।

ମୀନ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।