• ବଦଳିଲେ BMC କମିସନର ପ୍ରେମଚନ୍ଦ୍ର ଚୌଧୁରୀ
  • ୧୯୯୭ ବ୍ୟାଚ୍ IAS ସଞ୍ଜୟ କୁମାର ସିଂ ହେଲେ BMC କମିଶନର
  • ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ଦାୟିତ୍ବ
  • BMC ପକ୍ଷରୁ ଆରମ୍ଭ ହେଲା ଡ୍ରାଇଭ ଇନ୍ ଟେଷ୍ଟିଂ
  • ଦେଶରେ ଦୈନିକ ସଂକ୍ରମଣ ୩ ଲକ୍ଷ ୪୮ ହଜାର ୪୨୧
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୪୨୦୫ ଜଣଙ୍କ ଜୀବନ
  • ରାଜ୍ୟରେ ଆଜି ୧୭ ଜଣଙ୍କ ମୁଣ୍ଡ ନେଲା କୋରୋନା
  • ରାଜ୍ୟରେ ଆଜି ୧୦ ହଜାର ୯୮୨ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଆଜିଠୁ ତେଲଙ୍ଗାନାରେ ୧୦ ଦିନିଆ ଲକ୍‌ଡାଉନ୍
  • ସାଧୁସନ୍ଥ, ଭିକାରୀ, କଏଦୀ ଓ ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ହେବ ଟିକାକରଣ

Horoscope 17 April 2021: ଜାଣନ୍ତୁ କେଉଁମାନଙ୍କ ପାଇଁ ଶୁଭ ରହିବ ଶନିବାର

ରାଶି ଅନୁସାରେ ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ ?

Horoscope 17 April 2021: ଜାଣନ୍ତୁ କେଉଁମାନଙ୍କ ପାଇଁ ଶୁଭ ରହିବ ଶନିବାର

ମେଷ- ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ଈଶ୍ୱର ବିଶ୍ୱାସୀ ହେବେ । ଦାନ ଧର୍ମ ପ୍ରତି ମନ ବଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ ।

ବୃଷ- ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ-ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ବନ୍ଧୁସୂତ୍ରରୁ ଲାଭବାନ୍ ହେବେ । ପାରିବାରିକ ସୁଖଶାନ୍ତି ଲାଗି ରହିବ ।

କର୍କଟ- ମନ ପ୍ରସନ୍ନ ରହିବ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ପାଇବେ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହୁଛି । ମହିଳାମାନେ ଗୃହ ନିପୁଣା ହେବେ ।

ସିଂହ-  ସାମୟିକ ଶରୀର ପୀଡା ଭୋଗିବେ । କୌଣସି ବାଦ ବିବାଦରେ ଜଡିତ ହେବେ । ଧାର କରଜ ଆଦି କରିପାରନ୍ତି । ବ୍ୟବସାୟ ସ୍ୱଳ୍ପ ଲାଭ ଯୁକ୍ତ ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ।

କନ୍ୟା-  ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହଠାରୁ ନିଜକୁ ଦୂରେଇ ରଖନ୍ତୁ । ବ୍ୟବସାୟ ମାନ୍ଦା ହେବ । ପାରିବାରିକ ଜୀବନରେ ଭୁଲ ବୁଝାମଣାର ଶିକାର ହେବେ ।

ତୁଳା- ଆନନ୍ଦ ଉଲ୍ଲାସରେ ଦିନ କାଟିବେ । ନୂତନ ବସ୍ତ୍ରାଦି କ୍ରୟ କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ । ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ।

ବିଛା- ଘାତ ତିଥି  ଭୋଗ ହେଉଥିବାରୁ ଆପଣଙ୍କୁ ସାବଧାନତା ସହ ଦୀନ ଚର୍ଯ୍ୟା କରିବାକୁ ପଡିବ । ଶାରୀରିକ କ୍ଲେଶ ଅନୁଭବ କରିବେ । ଆର୍ଥିକ ସମସ୍ୟାକୁ ନେଇ ଚିନ୍ତିତ ରହିବେ ।

ଧନୁ- ମନରେ ପ୍ରସନ୍ନ ଭାବ ଉଦ୍ରେକ ହେବ । ବହୁ ଦିନରୁ ପଡିରହିଥିବା କାମ ଆଜି ସଂପୂର୍ଣ୍ଣ କରିବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଆଇନ ଅଦାଲତର କାମ ଆପଣଙ୍କ ସପକ୍ଷରେ ଯିବ ।

ମକର- ଶରୀର ଆରୋଗ୍ୟ ରହିବ । ଦୃଢ ମନୋବଳ ନେଇ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ଛାତ୍ରଛାତ୍ରୀମାନେ ପଡାପଢିରେ ଭଲ କରିବେ ।

କୁମ୍ଭ- ଦେହ ଓ ମନ ସୁସ୍ଥ ରହିବ । ସୁଖ ସମ୍ମାନ ମିଳିବ । ବିବାଦୀୟ ଘଟଣାର ଅବସାନ ଘଟିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସହକର୍ମୀଙ୍କ ନିକଟରୁ ପୂର୍ଣ୍ଣ ସହଯୋଗ ମିଳିବ ।

ମୀନ-ସ୍ୱାସ୍ଥ୍ୟ ସଚେତନ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ନୂତନ ଦ୍ରବ୍ୟ ଆଦି କ୍ରୟ କରିବେ । ଆୟ ପୂର୍ବବତ ରହିବ । ବ୍ୟବସାୟୀମାନେ ଆଶାନୁରୂପକ ଲାଭ ପାଇବେ ।