Horoscope 21 April 2021: ଆଜିର ରାଶିଫଳ, କର୍କଟ ରାଶି ପାଇଁ ଘାତବାର
Advertisement

Horoscope 21 April 2021: ଆଜିର ରାଶିଫଳ, କର୍କଟ ରାଶି ପାଇଁ ଘାତବାର

ରାଶି ଅନୁସାରେ ଜାଣନ୍ତୁ କେମିତି କଟିବ ଆଜିର ଦିନ ?

Horoscope 21 April 2021: ଆଜିର ରାଶିଫଳ, କର୍କଟ ରାଶି ପାଇଁ ଘାତବାର

ଆଜିର ଦିନ: ଚୈତ୍ର ଶୁକ୍ଳପକ୍ଷ  ଶ୍ରୀ ରାମ ନବମୀ   ଚନ୍ଦ୍ର-କର୍କଟ ରାଶିରେ  ତିଥି-ନବମୀ ରାତ୍ର ୧୨.୩୫ପରେ ଦଶମୀ   ନକ୍ଷତ୍ର-ପୁଷ୍ୟା ପ୍ରାତଃ ୦୭.୫୭ପରେ ଅସ୍ଳେସା   ରାହୁକାଳ-୧୧.୪୫ ରୁ ୦୧.୧୯ ଦିବା    ଶୁଭ ସମୟ-୧୦.୧୧ ରୁ ୧୧.୨୦   ଘାତ ଚନ୍ଦ୍ର-ନାସ୍ତି    ଘାତବାର-କର୍କଟ ରାଶିରେ

ମେଷ- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସନ୍ତାନ ସନ୍ତତି ଭିତ୍ତିକ ସମସ୍ୟା ଦୂରିଭୂତ ହେବ । ମନ ପ୍ରଫୁଲ୍ଲ୍ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ ।

ବୃଷ- ମନ ପ୍ରସନ୍ନ ରହିବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ଆୟ ବ୍ୟୟ ସମାନ ରହିବ ।

ମିଥୁନ - -ନିଜ  ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ବିବାଦୀୟ ଘଟଣାର ଅବସାନ ଘଟିବ ।

କର୍କଟ - ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ମନ ଦୁର୍ବଳ ରହିବ । ଆୟ ମଧ୍ୟମ ଧରଣର ହେବ । ଈଶ୍ୱରଙ୍କ ପ୍ରତି ଆସ୍ଥା ବଢିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ

ସିଂହ- ଦେହ ଓ ମନ ଭଲ ରହିବ । ଯୋଜନା ଅନୁଯାୟୀ  ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ତଥା ଜ୍ଞାତି ପରିଜନଙ୍କ ଗହଣରେ ଦିନ କାଟିବେ ।

କନ୍ୟା- ଶରୀର ସୁସ୍ଥ ରହିବ । କର୍ତ୍ତବ୍ୟ ପରାୟଣ ହେବେ । ବ୍ୟବସାୟ ଉତ୍ତମ ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ପାରିବାରିକ ଜୀବନ ସୁଖମୟ ହେବ ।

ତୁଳା- ଦେହ ସୁସ୍ଥ ରହିବ । ମନ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ  ମଧୁର ହେବ ।

ବିଛା- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ ।

ଧନୁ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ

ମକର- ମନୋବଳ ଖୁବ ଟାଣ ରହିବ । ଆୟ ଉତ୍ତମ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ କାର୍ଯ୍ୟକୁ ସହଜ ସରଳ କରିବ । ପଡୋଶୀଙ୍କ ସହ ବାଦବିବାଦର ଆଜି ଅନ୍ତଃ ଘଟିବ ।

କୁମ୍ଭ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।

ମୀନ- ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମ କ୍ଷେତ୍ରରେ ଚଳଚଞ୍ଚଳ  ରହିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ ।  ପାରିବାରିକ ସୁଖଶାନ୍ତି ଲାଭ କରିବେ । ବ୍ୟାଙ୍କିଙ୍ଗ୍‌, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।