• ବଦଳିଲେ BMC କମିସନର ପ୍ରେମଚନ୍ଦ୍ର ଚୌଧୁରୀ
  • ୧୯୯୭ ବ୍ୟାଚ୍ IAS ସଞ୍ଜୟ କୁମାର ସିଂ ହେଲେ BMC କମିଶନର
  • ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ଦାୟିତ୍ବ
  • BMC ପକ୍ଷରୁ ଆରମ୍ଭ ହେଲା ଡ୍ରାଇଭ ଇନ୍ ଟେଷ୍ଟିଂ
  • ଦେଶରେ ଦୈନିକ ସଂକ୍ରମଣ ୩ ଲକ୍ଷ ୪୮ ହଜାର ୪୨୧
  • ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୪୨୦୫ ଜଣଙ୍କ ଜୀବନ
  • ରାଜ୍ୟରେ ଆଜି ୧୭ ଜଣଙ୍କ ମୁଣ୍ଡ ନେଲା କୋରୋନା
  • ରାଜ୍ୟରେ ଆଜି ୧୦ ହଜାର ୯୮୨ କୋରୋନା ଆକ୍ରାନ୍ତ ଚିହ୍ନଟ
  • ଆଜିଠୁ ତେଲଙ୍ଗାନାରେ ୧୦ ଦିନିଆ ଲକ୍‌ଡାଉନ୍
  • ସାଧୁସନ୍ଥ, ଭିକାରୀ, କଏଦୀ ଓ ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ହେବ ଟିକାକରଣ

Horoscope 22 April 2021: ଜାଣନ୍ତୁ ଆଜିର ରାଶିଫଳ, ତୁଳା ଓ କୁମ୍ଭ ରାଶି ପାଇଁ ଘାତବାର

ଜାଣନ୍ତୁ କଣ କହୁଛି ଆଜି ଆପଣଙ୍କ ଭାଗ୍ୟ

Horoscope 22 April 2021: ଜାଣନ୍ତୁ ଆଜିର ରାଶିଫଳ, ତୁଳା ଓ କୁମ୍ଭ ରାଶି ପାଇଁ ଘାତବାର

ଗୁରୁବାର-ସୁଦଶା ବ୍ରତ,ସର୍ବତ ବାସନ୍ତିକ ଦଶହରା ଦେବୀଙ୍କ ପାଲିଙ୍କତରେ ଗମନ,ଶ୍ରୀମନ୍ଦିରରେ ଯଜ୍ଞ ରକ୍ଷା ଧରିତ୍ରୀ ଦିବସ   ଚନ୍ଦ୍ର- କର୍କଟ ଦିବା ୮/୧୩ ଗତେ ସିଂହ  ତିଥି-୧୦ମୀ ତିଥି ୧୧/୩୫ ଗତେ ଏକାଦଶୀ   ନକ୍ଷତ୍ର-ଅଶ୍ଳେଷା ଦିବା ୮/୧୩ ଗତେ ରାହୁକାଳ-ଦିବା ୧/୧୯ ରୁ ୨/୫୪  ଶୁଭ ସମୟ-ରାତ୍ରି ୧୧/୪୪ ରୁ ୧/୧୦  ଘାତଚନ୍ଦ୍ର-ଦିବା ୮/୧୩ ଗତେ କର୍କଟ ଓ ମକର ରାଶିରେ   ଘାତବାର-ତୁଳା ଓ କୁମ୍ଭ

ମେଷ-  ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।

ବୃଷ-  ଶରୀର ସୁସ୍ଥ  ରହିବ ।  ସଫଳତା ପ୍ରାପ୍ତି ପାଇଁ ଅଧିକ ପରିଶ୍ରମ କରନ୍ତୁ ।ଆୟ ବ୍ୟୟ ସମାନ ରହିବ । କାର୍ଯ୍ୟାଳୟରେ ପ୍ରଶଂସା ଭାଜନ ହେବେ । ବ୍ୟବସାୟରେ ପୁଞ୍ଜି ନିବେଶ କରିବେ ।

ମିଥୁନ- ନୂତନ କର୍ମରେ ଯୋଗ ଦେଇ ଖୁସି ହେବେ । ମନ ପ୍ରସନ୍ନ ରହିବ । ଅର୍ଥ ପ୍ରାପ୍ତି ସୂଚନା ମିଳୁଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଦୂରଯାତ୍ରା କରିପାରନ୍ତି ।

କର୍କଟ- ଶରୀର ସାମାନ୍ୟ ଅସୁସ୍ଥ ରହିବ । କର୍ମକ୍ଷେତ୍ରରେ ଅଶାନ୍ତିର ବାତାବରଣ ମିଳିବ । ଆର୍ଥିକ ଅନଟନ ଦେଇ ଗତିକରିବେ । ପାରିବାରିକ ସୁଖଶାନ୍ତି ବ୍ୟାହତ ହେବ ।

ସିଂହ- କର୍ମ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଚିନ୍ତାଧାରା ଉନ୍ନତମାନର ହେବ । ପାରିବାରିକ ସୁଖ ମିଳିବ ।

କନ୍ୟା-ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।

ତୁଳା-  ମନ ବିଷର୍ଣ୍ଣ ରହିବ । ଅଶାନ୍ତିର ବାତାବରଣ ଦେଖାଦେବ । ଦୁଶ୍ଚିନ୍ତା ଦେଇ ଗତି କରିବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି ।

ବିଛା- ସୁଖପୂର୍ଣ୍ଣ ଜୀବନ ଯାପନ କରିବେ । କର୍ମ କ୍ଷେତ୍ର ସହଜ ସରଳ ବୋଧଗମ୍ୟ ହେବ । ବନ୍ଧୁ ସାହାଯ୍ୟ ପାଇ ଖୁସି ହେବେ । ସନ୍ତାନଙ୍କ କୃତିତ୍ୱ ଆତ୍ମଶାନ୍ତି ପ୍ରଦାନ କରିବ । ନିର୍ଭୀକ ଭାବେ କାର୍ଯ୍ୟ ସମ୍ପାଦନ କରିବେ । ବନ୍ଧୁଙ୍କ ସହଯୋଗ ମିଳିବ । ଆୟ ବୃଦ୍ଧି ପାଇବ ।

ଧନୁ- କର୍ମ ପ୍ରବଣତା ପ୍ରକାଶ ପାଇବ । ସମସ୍ତ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ଧନ ପ୍ରାପ୍ତିର ସୁଯୋଗ ସୃଷ୍ଟିହେବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ମକର- ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ପ୍ରତି ସଜାଗ ରୁହନ୍ତୁ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଚୌର ଭୟ ରହିବ । ଅଚିହ୍ନା ଅପରିଚିତ ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ-  ସ୍ୱାସ୍ଥ୍ୟ ଭଲ ରହିବ ନାହଁ । ମନ ଭାରାକ୍ରାନ୍ତ ରହିବ । ଆୟ ବାଧା ପ୍ରାତ୍ତ ହେବ । ପାରିବାରିକ ଜୀବନ ଶାନ୍ତ ରେ କଟିବ ।

ମୀନ- ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ ।ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।