Guru Gochar 2024: ବୃହସ୍ପତିଙ୍କ ଚଳନ, ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ, ମିଳିବ ନୂଆ ଚାକିରି ସାଙ୍ଗକୁ...

Guru Gochar 2024: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ଦେବଗୁରୁ ବୃହସ୍ପତିଙ୍କୁ ଦାନ, ପୁଣ୍ୟ,ଧନ ଓ ବୁଦ୍ଧିର କାରକ ବୋଲି ବିବେଚନା କରାଯାଏ। ଏହି କ୍ରମରେ ଦେବଗୁରୁ ବୃହସ୍ପତି ଆଜି ସକାଳ ୧୦ ଟା ବାଜି ୧୦ ମିନିଟ୍ ସମୟରେ ବୃଷ ରାଶିକୁ ଚଳନ କରିବେ। ଏହି ରାଶିରେ ପ୍ରାୟ ୧୧୦ ଦିନ ଅବସ୍ଥାନ କରିବେ। ବୃହସ୍ପତିଙ୍କ ଏହି ଚଳନ ରାଶିଚକ୍ରରେ ଥିବା ୧୨ଟି ରାଶି ଉପରେ ପ୍ରଭାବ ପକାଇବା। କେଉଁ ରାଶିକୁ ଶୁଭଫଳ ମିଳିବ ତ ଆଉ କେଉଁ ରାଶି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିବ। ତେବେ, ଆସନ୍ତୁ ଜାଣିବା ବୃହସ୍ପତିଙ୍କ କୃପାରୁ କେଉଁ ରାଶିର ଲୋକଙ୍କ ଭାଗ୍ୟ ବଦଳିବାକୁ ଯାଉଛି।

Narmada Behera Tue, 17 Sep 2024-9:48 am,
1/3

କର୍କଟ:  ଦେବଗୁରୁ ବୃହସ୍ପତିଙ୍କ ଚଳନ ଏହି ରାଶିର ବ୍ୟକ୍ତି ଙ୍କ ପାଇଁ ବେଶ୍ ଫଳଦାୟୀ ରହିବ। ଏହି ଅବଧି ମଧ୍ୟରେ କଠିନ ପରିଶ୍ରମର ଫଳ ଫଳ ମିଳିବ। କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ମିଳିବ। ଦରମା ବୃଦ୍ଧି ହେବ। ଯେଉଁମାନେ କମ୍ପିଟେଟିଭ୍ ଏକ୍ସାମ୍ ପାଇଁ ପ୍ରସ୍ତୁତ ହେଉଛନ୍ତି ସେମାନେ ଭଲ ରେଜଲ୍ଟ କରିବେ।  ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ। ବିଶେଷକରି ବ୍ୟବସାୟୀମାନଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ରହିବ। ପୂର୍ବ ଯୋଜନାକୁ ବ୍ୟବସାୟରେ କାର୍ଯ୍ୟକାରୀ କରିବେ। ଯେଉଁଥିରୁ ପ୍ରଚୁର ଲାଭ ପାଇବେ। ବାକି ପଡିଥିବା ଟଙ୍କା ମିଳିବ। କିନ୍ତୁ ସ୍ବାସ୍ଥ୍ୟ ଜନିତ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ସଂକ୍ରମଣ , ଜ୍ବାର, ଥଣ୍ତା ଜନିତ ରୋଗରେ ଘାଣ୍ଟିହେବ। ପାରିବାରିକ ଜୀବନ ସୁଖମୟ ହେବ। ଦୂରଯାତ୍ରାରୁ ଶୁଭଫଳ ମିଳିବ। ପ୍ରେମୀ ମାନେ ସାଥୀଙ୍କ ସହ ଏକ ରୋମାଣ୍ଟିକ୍ ଡେଟ୍ ରେ ଯିବେ। 

ALSO READ: Shani Vakri 2024: ନବରାତ୍ରରେ ଶନିଙ୍କ ଓଲଟା ଚଳନ, ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ!

ALSO READ:  Petrol Diesel Price Today: ନୂଆ ତେଲ ଦର ଜାରି, ଜାଣନ୍ତୁ ରାଜ୍ୟରେ ଆଜି ଲିଟର ପିଛା କେତେ ବଢିଲା ପେଟ୍ରୋଲ-ଡିଜେଲ୍ ରେଟ୍?

 

2/3

ବିଛା:  ବୃହସ୍ପତିଙ୍କ ଚଳନ ଏହି ରାଶିକୁ ପ୍ରତ୍ୟକ କ୍ଷେତ୍ରରେ ଶୁଭଫଳ ପ୍ରଦାନ କରିବ।  ଏହି ଅବଧି ମଧ୍ୟରେ କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ। ଦିର୍ଘ ଦିନର ଆଶା ପୂରଣ ହେବ। ନୂଆ ଘର କିଣିବେ। ପୈତୃକ ସମ୍ପତ୍ତିରୁ ଲାଭ ପାଇବେ। ବ୍ୟବସାୟୀମାନ କୌଣସି ବଡ଼ ଡିଲ୍ ଫାଇନାଲ୍ କରିବେ। ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ।  ଯଦି କୌଣସି ସ୍ଥାନରେ ଟଙ୍କା ବିନିଯୋଗ ପାଇଁ ଯୋଜନା କରିଛନ୍ତି । ତେବେ, ଜଣେ ଏକ୍ସପର୍ଟଙ୍କ ପରାମର୍ଶ ନେଇ ବିନିଯୋଗ କରନ୍ତୁ। ପ୍ରତ୍ୟକ କାର୍ଯ୍ୟରେ ପରିବାର ଲୋକଙ୍କ ସମର୍ଥନ ପାଇବେ। ପ୍ରେମୀମାନଙ୍କ ପାଇଁ ସମୟ ଅତ୍ୟନ୍ତ ଖାସ୍ ରହିବ । ସାଥୀଙ୍କ ସହ ଏକ ରୋମାଣ୍ଟିକ୍ ଡେଟ୍ ରେ ଯିବେ। ଦାମ୍ପତ୍ୟ ଜୀବନରେ ମଧୁରତା ଭରିବ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ।

3/3

ମୀନ: ବୃହସ୍ପତିଙ୍କ ଚଳନ ଏହି ରାଶିଙ୍କ ପାଇଁ ବେଶ୍ ଲାଭଦାୟୀ ରହିବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ।  ରୋଜଗାରର ନୂଆ ଉତ୍ସ ସୃଷ୍ଟି ହେବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନଙ୍କୁ ଭଲ ଚାକିରି ମିଳିବ। ଆୟରେ ବୃଦ୍ଧି ଘଟିବ। ବ୍ୟବସାୟୀମାନେ ବ୍ୟବସାୟରେ ଅଗ୍ରଗତି କରିବେ। ବିଦେଶ ଯାତ୍ରାର ଆଶା ପୂରଣ ହେବ। ଘରେ କୌଣସି ପ୍ରକାର ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ପିତା-ମାତାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବ। ସ୍ବାସ୍ଥ୍ୟ ଭଲ ରହିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ୍ ହେବ। ଅବିବାହିତଙ୍କ ପାଇଁ ଘରକୁ ଭଲ ବିବାହ ପ୍ରସ୍ତାବ ଆସିବ। 

(Disclamer: ଉପରେ ଦିଆଯାଇଥିବା ସୂଚନା ZEE ODISHA NEWSର ନିଜସ୍ୱ ମତ ନୁହେଁ। ଜ୍ୟୋତିଷ ଶାସ୍ତ୍ର, ପଞ୍ଚାଙ୍ଗ, ପୁରାଣ ତଥ୍ୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି ତଥ୍ୟ ପ୍ରଦାନ କରାଯାଇଛି। ଏଥିପାଇଁ ZEE ODISHA NEWS ଦାୟୀ ରହିବ ନାହିଁ।)

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link