Shani Gochar 2024: ଶନିଙ୍କ କୃପାରୁ ଆଜିଠୁ ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ମିଳିବ ଚାକିରିରେ ପଦୋନ୍ନତି ସହ...

Shani Gochar 2024: ନବଗ୍ରହଙ୍କ ମଧ୍ୟରୁ ଶନିଦେବ ସବୁଠୁ ନିଷ୍ଠୁର ଗ୍ରହ ବୋଲି ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି। ଶନି ପ୍ରାୟ ଅଢେଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରି ଥାଆନ୍ତି। ତେବେ, କ୍ରମର ଶନି ମହାରାଜ ଆଜି ସକାଳ ୮ଟା ୪୫ ମିନିଟ୍ ସମୟରେ ଶତାବିଶ ନକ୍ଷେତ୍ରକୁ ଚଳନ କରିବେ। ଶନିଙ୍କ ଏହି ନକ୍ଷେତ୍ର ପରିବର୍ତ୍ତନ କିଛି ରାଶିକୁ ଶୁଭଫଳ ପ୍ରଦାନ କରିବାକୁ ଥିବା ବେଳେ ଆଉ କିଛି ରାଶି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିବ। ଜାତକ ବା ରାଶିରେ ଶନିଙ୍କ ସ୍ଥିତି ମଜବୁତ୍ ରହିଲେ ବ୍ୟକ୍ତିର ଜୀବନରେ କୌଣସି ଦୁଃଖକଷ୍ଟ ପାଖ ମାଡେ ନାହିଁ ବୋଲି ବିଶ୍ବାସ ରହିଛି। ତେବେ, ଆସନ୍ତୁ ଜାଣିବା ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ କେଉଁ ରାଶିଙ୍କୁ ଧନବାନ୍ କରିବାକୁ ଯାଉଛନ୍ତି।

Narmada Behera Tue, 03 Sep 2024-7:31 am,
1/3

ମେଷ: ଶନିଙ୍କ ନକ୍ଷେତ୍ର ପରିବର୍ତ୍ତନ ଏହି ରାଶିର ଭାଗ୍ୟ ଉଦୟ କରିବ। ଦିର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାରୁ ମୁକ୍ତି ମିଳିବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ଅଧିକାରୀଙ୍କ ଠାରୁ ସମସ୍ତ କାର୍ଯ୍ୟରେ ପୂର୍ଣ୍ଣ ସମର୍ଥନ ପାଇବେ। ପଦୋନ୍ନତି ମିଳିବା ସହ ଦରମା ବୃଦ୍ଧି ହୋଇପାରେ। ଦିର୍ଘ ଦିନଧରି ଲାଗି ରହିଥିବା କୋର୍ଟ କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ବ୍ୟବସାୟୀମାନେ ବ୍ୟବସାୟରେ ଅଗ୍ରଗତି କରିବେ। ସେୟାର ମାର୍କେଟ୍ କିମ୍ବା ଲଟେରିରୁ ଲାଭବାନ୍ ହେବେ। ସମାଜରେ ମାନ ସମ୍ନାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। 

ALSO READ: Today Horoscope: ଆଜି ସତର୍କ ରୁହନ୍ତୁ ଏହିସବୁ ରାଶି, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର?

ALSO READ: Guru Vakri 2024: ବୃହସ୍ପତି ଚମକାଇବେ ଏହି ସବୁ ରାଶିଙ୍କ ଭାଗ୍ୟ, ମିଳିବ ନୂଆ ଚାକିରି ସାଙ୍ଗକୁ ଶୁଭଫଳ!

2/3

ସିଂହ:  ଶନିଙ୍କ କୃପାରୁ ଏହି ରାଶିର ଲୋକଙ୍କ ଭାଗ୍ୟରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏହି ଅବଧି ମଧ୍ୟରେ କ୍ୟାରିୟରକୁ ନେଇ କୌଣସି ଖୁସି ଖବର ପାଇ ପାରନ୍ତି। ଯେଉଁମାନେ, ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନଙ୍କୁ ଭଲ ଚାକିରି ମିଳିବ। ବ୍ୟବସାୟୀମାନେ ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ସମୟ ଶୁଭ ରହିବ।  ଧାର-କରଜ କରିଥିବା ଋଣକୁ ପରିଶୋଧ କରିବାରେ ସଫଳ ହେବେ।  ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଆକସ୍ମିକ ଧନଲାଭର ଯୋଗ ରହିଛି। ହେଲେ ପ୍ରେମୀମାନଙ୍କ ପାଇଁ ସମୟ ଆଦୌ ଭଲ ରହିବ ନାହିଁ। ନିଜ ସାଥୀଙ୍କ ସହ କୌଣସି କଥାକୁ ନେଇ ମତାନ୍ତର ହୋଇପାରେ । ନୂଆକରି ବିବାହ କରିଥିବା ଲୋକେ ସନ୍ତାନ ପ୍ରାପ୍ତି ନେଇ ଖୁସି ଖବର ପାଇପାରନ୍ତି।  ସ୍ବାସ୍ଥ୍ୟ ଭଲ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦୂରଯାତ୍ରାରୁ ନିବୃତ୍ତ ରହିବା ଭଲ। 

3/3

ଧନୁ:  ଶନିଙ୍କ ନକ୍ଷେତ୍ର ପରିବର୍ତ୍ତନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ରହିବ। ଏହି ଅବଧି ମଧ୍ୟରେ ପ୍ରତ୍ୟକ କାର୍ଯ୍ୟରେ ସଫଳତା ପ୍ରାପ୍ତ କରିବେ।  ସରକାରୀ ଚାକିରିଆଙ୍କ ପାଇଁ ସମୟ ଅନୁକୂଳ ରହିବ। ପଦୋନ୍ନତି ସହ ଦରମା ବଢିବ। ଏବଂ ମନ ପସନ୍ଦର ସ୍ଥାନକୁ ଟ୍ରାନ୍ସଫର ହୋଇପାରେ। ବେକାରିଙ୍କୁ ଭଲ ନିଯୁକ୍ତି ମିଳିବ। ବ୍ୟବସାୟୀମାନେ ପୁରୁଣା ବିନିଯୋଗରୁ ଲାଭ ପାଇବେ। ନୂତନ ବ୍ୟବସାୟରେ ପୁଞ୍ଜି ବିନିଯୋଗ ପାଇଁ ସମୟ ଖୁବ୍ ଅନୁକୂଳ ରହିଛି। ସମାଜରେ ମାନ ସମ୍ମାନ ବୃଦ୍ଧି ହେବ। ରାଜନୈତିକ ବ୍ୟକ୍ତି ବିଶେଷମାନେ ଦଳ ପକ୍ଷରୁ କୌଣସି ବଡ଼ ପଦବୀ ଓ ଦାୟିତ୍ବ ମିଳିପାରେ। ନିଜ ବନ୍ଧୁଙ୍କ ଠାରୁ ସାହାର୍ଯ୍ୟ ପାଇ ମନ ଖୁସି ରହିବ। କିନ୍ତୁ ସ୍ବାସ୍ଥ୍ୟ ଜନିତ ସମସ୍ୟା ଲାଗି ରହିବ। ଗାଡି଼ ଚାଳନା ବେଳେ ସତର୍କତା ଅବଲମ୍ବନ କରିବା ଜରୁରୀ।    (Disclamer: ଉପରେ ଦିଆଯାଇଥିବା ସୂଚନା ZEE ODISHA NEWSର ନିଜସ୍ୱ ମତ ନୁହେଁ। ଜ୍ୟୋତିଷ ଶାସ୍ତ୍ର, ପଞ୍ଚାଙ୍ଗ, ପୁରାଣ ତଥ୍ୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି ତଥ୍ୟ ପ୍ରଦାନ କରାଯାଇଛି। ଏଥିପାଇଁ ZEE ODISHA NEWS ଦାୟୀ ରହିବ ନାହିଁ।)

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link