ମିଥୁନ: ଏହି ରାଶିର ଲୋକଙ୍କ ପାଇଁ ନୂଆ ସପ୍ତାହ ଲାଭଦାୟୀ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ବିଶେଷକରି, କ୍ୟାରିୟର ଦୃଷ୍ଟିକୋଣରୁ ଆସନ୍ତା ସପ୍ତାହ ଭଲ ରହିବ। ଯେଉଁମାନେ ବିଦେଶରେ ବ୍ୟବସାୟ କରୁଛନ୍ତି । ସେମାନେ ଗୁରୁତ୍ବପୂର୍ଣ୍ଣ ଡିଲ୍ ଫାଇନାଲ୍ କରିବାର ସମର୍ଥ ହେବେ। ବ୍ୟବସାୟରେ ଅଗ୍ରଗତି କରିବେ। ଘରେ କୌଣସି ପ୍ରକାର ଶୁଭ କାର୍ଯ୍ୟ ହେବ। ଇଶ୍ବରଙ୍କ ଉପରେ ଆଶା ଓ ଭରସା ବୃଦ୍ଧି ପାଇବ। ଶିକ୍ଷା କ୍ଷେତ୍ରରେ ଜଡ଼ିତ ଲୋକଙ୍କ ପାଇଁ ସମୟ ଅନୁକୂଳ ରହିବ। ବିଦେଶରେ ପାଠ-ପଢିବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀଙ୍କ ଆଶା ପୂରଣ ହେବ। ପ୍ରେମୀମାନେ ନିଜ ସାଥୀଙ୍କୁ ପ୍ରତ୍ୟକ କାର୍ଯ୍ୟରେ ସମର୍ଥନ କରିବେ। ବୈବାହିକ ଜୀବନ ଅଧିକ ସୁଖମୟ ହେବ।
କୁମ୍ଭ: କର୍ମକ୍ଷେତ୍ରରେ କାର୍ଯ୍ୟଭାର ଅଧିକ ରହିବ। ଯାହାକୁ ନେଇ ଆପଣ ବିଚଳିତ ହେବେ ଓ ଟେନସନ୍ -ରେ ରହିବେ। ସପ୍ତାହ ଆରମ୍ଭରୁ ସହକର୍ମୀଙ୍କ ସହ କୋଣସି କଥାକୁ ନେଇ ବିବାଦ ଦେଖାଦେଇପାରେ। ବ୍ୟବସାୟୀମାନେ କୌଣସି ସ୍ଥାନରେ ଟଙ୍କା ବିନିଯୋଗ ଯଦି କରୁଛନ୍ତି । ତେବେ, ଜଣେ ବିଶେଷଜ୍ଞଙ୍କ ପରାମର୍ଶ ନେଇ କରନ୍ତୁ ନଚେତ୍ କ୍ଷତି ସହିବେ। କୌଣସି କାର୍ଯ୍ୟରେ କଠିନ ପରିଶ୍ରମର ଫଳ ମିଳିବ ନାହିଁ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହେବେ। ସପ୍ତାହର ଦ୍ବୀତିୟାର୍ଦ୍ଧରେ ଅସୁସ୍ଥତା ଅନୁଭବ କରିବେ। ପୁରୁଣା ରୋଗ କଷ୍ଟ ପାଇବେ। ପ୍ରେମୀମାନଙ୍କ ପାଇଁ ସମୟ ପ୍ରତିକୂଳ ରହିବ। ସାଥୀଙ୍କ ଠାରୁ ଧୋକା ମିଳିପାରେ। ବୈବାହିକ ଜୀବନ ସୁଖମୟ ହେବ।
ट्रेन्डिंग फोटोज़