Guru Chandra Yuti 2025: ଫେବୃଆରୀ ୬ରେ ବୃହସ୍ପତି -ଚନ୍ଦ୍ରଙ୍କ ଦୁର୍ଲଭ ଯୋଗ, ଏହିସବୁ ରାଶିଙ୍କୁ ମିଳିବ ପୁଳା ପୁଳା ଟଙ୍କା ସହ...
Guru Chandra Yuti 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ଦେବଗୁରୁ ବୃହସ୍ପତିଙ୍କୁ ଦାନ, ଜ୍ଞାନ, ସନ୍ତାନ, ଧନ, ପୁଣ୍ୟ ଓ ବୁଦ୍ଧିର କାରକ ବୋଲି ବିବେଚନା କରାଯାଏ । ଏହି କ୍ରମରେ ଦେବଗୁରୁ ବୃହସ୍ପତି ବର୍ତ୍ତମାନ ବୃହସ୍ପତିରେ ବିରାଜମାନ ଥିବା ବେଳେ ସେହି ରାଶିକୁ ଫେବୃଆରୀ ୬ ତାରିଖ ଦିନ ୨ଟା ୧୫ ମିନିଟ୍ ସମୟରେ ମନ, ଭାବନା ଓ ଭୌତିକ ସୁଖର କାରକ ଚନ୍ଦ୍ର ସେହି ରାଶିକୁ ଚଳନ କରିବେ। ଗୋଟିଏ ରାଶିରେ ବୃହସ୍ପତି ଓ ଚନ୍ଦ୍ରଙ୍କ ଯୋଗ ଗୁରୁ ଚନ୍ଦ୍ର ୟୁତି ବା ଦୁର୍ଲଭ ଯୋଗ ବା ଗଜକେଶରୀ ଯୋଗ ସୃଷ୍ଟି କରୁଛି। ଏହି ଯୋଗ କିଛି ରାଶି ପାଇଁ ବେଶ୍ ଶୁଭଫଳ ପ୍ରଦାନ କରିବାକୁ ଯାଉଛି। ଯଦି ଜାତକରେ ଚନ୍ଦ୍ର ଓ ବୃହସ୍ପତିଙ୍କ ସ୍ଥିତି ମଜବୁତ୍ ରୁହେ, ତେବେ, ବ୍ୟକ୍ତି ଜୀବନରେ ସୁଖି ହେବା ସହିତ ପ୍ରତ୍ୟକ କ୍ଷେତ୍ରରେ ସଫଳତା ପାଇଥାଏ। ତେବେ, ଆସନ୍ତୁ ଜାଣିବା ଆସନ୍ତା ୬ ତାରିଖରୁ କେଉଁ ରାଶିର ଭାଗ୍ୟ ବଦଳିବାକୁ ଯାଉଛି...
)
କର୍କଟ: ବୃହସ୍ପତି ଓ ଚନ୍ଦ୍ରଙ୍କ ବିଶେଷ କୃପାରୁ ଲାଭବାନ୍ ହେବେ ଏହି ରାଶି। ଆର୍ଥିକ ସ୍ଥିତି ମଜବୁତ୍ ରହିବ। କ୍ୟାରିୟରରେ ଅଭୂତ ପୂର୍ବ ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ଲାଗି ରହିଥିବା ବିବାଦ ଦୂର ହେବ। ବରିଷ୍ଠ ଅଧିକାରୀ ଓ ସହକର୍ମୀଙ୍କ ସହଯୋଗ ମିଳିବ। ଆୟରେ ବୃଦ୍ଧି ଘଟିବ। ବ୍ୟବସାୟୀମାନେ ବାଣିଜ୍ୟ-ବ୍ୟବସାୟରେ ଅଗ୍ରଗତି କରିବେ। ଯେଉଁମାନେ, ନୂଆ ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ସେମାନେ ଏହି ସମୟରେ ନୂଆ ବାଣିଜ୍ୟ-ବ୍ୟବସାୟ ଆରମ୍ଭ କଲେ ପ୍ରଚୁର ଲାଭ ପାଇବେ। ନୂଆ ଘର କିଣିବାର ସ୍ବପ୍ନ ସାକାର ହେବ। ପୁରୁଣା ରୋଗରୁ ମୁକ୍ତି ମିଳିବ। ଦାମ୍ପତ୍ୟ ଜୀବନରେ ଲାଗି ରହିଥିବା ସମସ୍ୟା ଦୂର ହେବ।
ALSO READ: Prakruti Mishra Video: ଏହି ଯୁବକଙ୍କ ସହ ଜିମ-ରୁ ଭାଇରାଲ୍ ହେଲା ପ୍ରକୃତି ମିଶ୍ରଙ୍କ ଭିଡିଓ, ଦେଖନ୍ତୁ...
ALSO READ: Today Horoscope: ଆଜି ଏହିସବୁ ରାଶିଙ୍କ ପାଇଁ ବଢିପାରେ ଅଡୁଆ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?
)
ସିଂହ: ବୃହସ୍ପତି ଓ ଚନ୍ଦ୍ରଙ୍କ କୃପାରୁ ଏହି ରାଶିର ଲୋକଙ୍କ ଭାଗ୍ୟ ଚମକି ଉଠିବ। ବିଶେଷକରି, ବ୍ୟବସାୟୀଙ୍କ ପାଇଁ ସମୟ ଅନୁକୂଳ ରହିବ। ବାଣିଜ୍ୟ-ବ୍ୟବସାୟରୁ ଅପ୍ରତ୍ୟାଶିତ ଲାଭ ପାଇବେ। ବିଦେଶରେ ଚାଲିଥିବା ବ୍ୟବସାୟରୁ ପ୍ରଚୁର ଟଙ୍କା ରୋଜଗାର କରିବାରେ ସମର୍ଥ ହେବେ। ଆଣିଥିବା ଧାର-କରଜ ଟଙ୍କାକୁ ସୁଝିବାରେ ସଫଳ ହେବେ। ସମ୍ପର୍କୀୟଙ୍କ ସହ ଲାଗି ରହିଥିବା ବିବାଦର ଅନ୍ତ ଘଟିବ। ପୁରୁଣା ବିନିଯୋଗର ଲାଭ ପାଇବେ। ବିଦେଶରେ ଉଚ୍ଚ ଶିକ୍ଷା ପାଇଁ ସ୍ବପ୍ନ ଦେଖୁଥିବା ଛାତ୍ରଛାତ୍ରୀଙ୍କ ଆଶା ପୂରଣ ହେବ। ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଆଶାୟୀଙ୍କୁ ଶୁଭଫଳ ମିଳିବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ଦରମାରେ ବୃଦ୍ଧି ଘଟିବ। ଦିର୍ଘ ଦିନର ଆଶା ପୂରଣ ହେବ। ନିଜ ପରିବାର ସହ ଭଲ ସମୟ ଅତିବାହିତ କରିବେ।
ତୁଳା: ବୃହସ୍ପତି ଓ ଚନ୍ଦ୍ରଙ୍କ ଆର୍ଶିବାଦରୁ ଏହି ରାଶିର ଲୋକଙ୍କ ଭାଗ୍ୟରେ ବିରାଟ ପରିବର୍ତ୍ତନ ଆସିବ। ଦିର୍ଘ ଦିନର ଆଶା ପୂରଣ ହେବ। ନୂଆ ଘର କିମ୍ବା ଜମି କିଣିବେ। ଅଧା ରହିଥିବା ଗୃହ କାର୍ଯ୍ୟ ଶେଷ ହେବ। କର୍ମକ୍ଷେତ୍ରରେ ମାନ-ସମ୍ମାନ ବୃଦ୍ଧି ପାଇବା ସହ ସମ୍ମାନୀତ ହେବେ। ଭଲ କାର୍ଯ୍ୟ କରି ବରିଷ୍ଠ ଅଧିକାରୀଙ୍କ ମନ କିଣିବେ। କମ୍ପିଟେଟିଭ୍ ଏକଜାମ୍ ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀମାନେ ଭଲ ରେଜଲ୍ଟ କରିବେ। ବ୍ୟବସାୟୀମାନଙ୍କର ଆର୍ଥିକ ସ୍ଥିତି ବଦଳିବ। ପୂର୍ବ ଯୋଜନାକୁ ବ୍ୟବସାୟରେ କାର୍ଯ୍ୟକାରୀ କରି ଅଧିକ ଟଙ୍କା ରୋଜଗାର କରିବାରେ ସକ୍ଷମ ହେବ। ରିୟଲି-ଇ-ଷ୍ଟେଟ୍ କ୍ଷେତ୍ରରେ କାର୍ଯ୍ୟରତ ଲୋକେ ନୂଆ ପ୍ରୋଜେକ୍ଟ ପାଇବେ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ-କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହିତ ପୁରୁଣା ରୋଗରୁ ମୁକ୍ତି ମିଳିବ। ପ୍ରେମୀ ମାନଙ୍କ ପାଇଁ ସମୟ ଅନୁକୂଳ ରହିବ।
ବିଛା: ବୃହସ୍ପତି ଓ ଚନ୍ଦ୍ରଙ୍କ ମିଳନ ଏହି ରାଶିକୁ ଧନବାନ୍ କରାଇବ। କର୍ମକ୍ଷେତ୍ରରେ ଲାଗି ରହିଥିବା ଅସ୍ଥିରତା ଦୂର ହେବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନଙ୍କୁ କୌଣସି ଏକ ସଂସ୍ଥାରୁ ଭଲ ଚାକିରି ଅଫରି ମିଳିବ। ବାଣିଜ୍ୟ-ବ୍ୟବସାୟରେ ଲାଗି ରହିଥିବା ମାନ୍ଦା ବସ୍ଥା ଦୂର ହେବ। ଆର୍ଥିକ ଦେଣନେଣ ପାଇଁ ସମୟ ଭଲ ରହିବ। ବ୍ୟବସାୟରେ ବଡ଼ ଡିଲ୍ ଫାଇନାଲ୍ ହେବ। ବ୍ୟବସାୟରେ ପୁରୁଣା ଯୋଜନାକୁ କାର୍ଯ୍ୟକାରୀ କରି, ସେଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ୍ ହେବ। ପ୍ରେମ ବିବାହରେ ଆସୁଥିବା ବାଧା,ବିଘ୍ନ ଦୂର ହେବ। ବିଦେଶରେ ଚାକିରି କରିବା ଇଚ୍ଚା କରିଥିବା ଆଶାୟୀଙ୍କ ଆଶା ପୂରଣ ହେବ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ସ୍ବାସ୍ଥ୍ୟ ଭଲ ରହିବ। ପିତାମାତାଙ୍କ ସହ ଧାର୍ମିକ ସ୍ଥାନ ପରିଦର୍ଶନ କରିବେ।
ମୀନ: ମୀନ ରାଶିଙ୍କ ପାଇଁ ଶୁଭ ସମୟ ଆରମ୍ଭ ହେବାକୁ ଯାଉଛି। ଉଭୟ ଚାକିରିଆ ଓ ବ୍ୟବସାୟୀଙ୍କ ପାଇଁ ସମୟ ଖାସ୍ ରହିବ। ଯେଉଁମାନେ, କୌଣସି ସଂସ୍ଥାରେ ଟଙ୍କା ବିନିଯୋଗ କରିବା ପାଇଁ ସ୍ବପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ସମୟ ଶୁଭ ରହିବ। ଏହି ସମୟରେ ବିନିଯୋଗ କଲେ ଭଲ ଲାଭ ପାଇବେ। ବ୍ୟବସାୟୀମାନେ ବିଦେଶ ଯାତ୍ରା କରିବେ। ବଡ଼ ଡିଲ୍ ଫାଇନାଲ୍ କରିବେ, ଯେଉଁଥିରୁ ଭଲ ଦ୍ବି-ପଇସା ରୋଜଗାର କରିବେ। ଆର୍ଥିକ କାରବାର ପାଇଁ ସମୟ ଶୁଭ ରହିବ। ବ୍ୟବସାୟରେ ବାକି ପଡିଥିବା ଚଙ୍କା ମିଳିବ। କର୍ମକ୍ଷେତ୍ରରୁ ମଧ୍ୟ ଶୁଭଫଳ ପାଇବେ। ଅବିବାହିତଙ୍କ ବିବାହ ଯୋଗ ଫିଟିବ। ପ୍ରେମୀମାନେ ନିଜ ସାଥୀଙ୍କ ସହିତ ଡେଟ୍ ରେ ଯିବେ। ଦାମୀ ଉପହାର ପାଇବେ। ପୁରୁଣା ରୋଗରୁ ମୁକ୍ତି ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)