Panchuka Horoscope: ମହାଦେବଙ୍କ କୃପାରୁ ପଞ୍ଚୁକରୁ ଚମକିବ ୫ ରାଶିର ଭାଗ୍ୟ
Panchuka Horoscope: ରାତି ପାହିଲେ ପଞ୍ଚୁକ ଆରମ୍ଭ। କାର୍ତ୍ତିକ ମାସର ଶେଷ ୫ ଦିନକୁ ପଞ୍ଚୁକ ଭାବେ ପାଳନ କରାଯାଇଥାଏ। ମାତ୍ର ଚଳିତ ବର୍ଷ ପଞ୍ଚୁକ ୪ ଦିନ ପାଳିତ ହେବ। ଏହି ପଞ୍ଚୁକ ତିଥିରେ ଗ୍ରହ ନକ୍ଷତ୍ରଙ୍କ ଚଳନ କାରଣରୁ ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶି ପ୍ରଭାବିତ ହେବାକୁ ଯାଉଛି। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଏହି ପଞ୍ଚୁକ ସମୟରେ ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...
)
ମେଷ ରାଶି କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଦେହ ଓ ମନ ଭଲ ରହିବ । ବ୍ୟବସାୟରେ ସଫଳତା ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ଆଇନ, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।
)
ବୃଷ ରାଶି ପଞ୍ଚୁକ ୪ ଦିନ ସତର୍କ ରୁହନ୍ତୁ । କର୍ମ କ୍ଷେତ୍ରରେ କର୍ମ ଚାପ ବୃଦ୍ଧି ପାଇବ । ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡିପାରନ୍ତି। ବ୍ୟବସାୟରେ ମଧ୍ୟମ ସଫଳତା ପାଇବେ। ଦୂର ଯାତ୍ରା କରନ୍ତୁ ନାହିଁ।
)
ମିଥୁନ ରାଶି ଆଶାବାଦୀ ହେବେ। ଅସଂପୂର୍ଣ୍ଣ କାର୍ଯ୍ୟ ଆଜି ସଂପୂର୍ଣ୍ଣ କରିବେ। ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ। ଆୟ ବ୍ୟୟ ପ୍ରାୟ ସମାନ ରହିବ। ଅପରାହ୍ନରେ କୌଣସି ଶୁଭକାର୍ଯ୍ୟରେ ଯୋଗ ଦେବେ। ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ।
କର୍କଟ ରାଶି ଆରୋଗ୍ୟ ରହିବେ । ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟୀମାନେ ଭଲ ଲାଭ କରିବେ ।
ସିଂହ ରାଶି ଦେହ ସୁସ୍ଥ ରହିବ । ମନ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ବ୍ୟବସାୟରେ ଅଭିବୃଦ୍ଧି ଦେଖାଦେବ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ। ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ ।
କନ୍ୟା ରାଶି ଶରୀର ସୁସ୍ଥ ରହିବ । କର୍ମ ତତ୍ପର ହେବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟ ଲାଭପ୍ରଦ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।
ତୁଳା ରାଶି ଶାରିରୀକ ସୁସ୍ଥତା ଲାଭ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । କାର୍ଯ୍ୟାଳୟରେ କାର୍ଯ୍ୟ ଚାପ ରହିବ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭ ପ୍ରଦ ହେବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଅପରାହ୍ନରେ ଶୁଭଖବର ପ୍ରାପ୍ତ ହେବ ।
ବିଛା ରାଶି ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ। ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।
ଧନୁ ରାଶି ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।
ମକର ରାଶି ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହଠାରୁ ନିଜକୁ ଦୂରେଇ ରଖନ୍ତୁ । ବ୍ୟବସାୟ ମାନ୍ଦା ହେବ । ପାରିବାରିକ ଜୀବନରେ ଭୁଲ ବୁଝାମଣାର ଶିକାର ହେବେ ।
କୁମ୍ଭ ରାଶି ଦେହ ଓ ମନ ଭଲ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ରହିବ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ବ୍ୟବସାୟରେ ସଫଳତା ପ୍ରାପ୍ତି କରିବେ । ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ ।
ମୀନ ରାଶି ଶାରିରୀକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
Disclamer:ଉପରେ ଦିଆଯାଇଥିବା ସୂଚନା ZEE ODISHA NEWSର ନିଜସ୍ୱ ମତ ନୁହେଁ। ଜ୍ୟୋତିଷ ଶାସ୍ତ୍ର, ପଞ୍ଚାଙ୍ଗ, ପୁରାଣ ତଥ୍ୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି ତଥ୍ୟ ପ୍ରଦାନ କରାଯାଇଛି। ଏଥିପାଇଁ ZEE ODISHA NEWS ଦାୟୀ ରହିବ ନାହିଁ।