Guru Budha Yuti 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଦେବଗୁରୁ ବୃହସ୍ପତି ବର୍ତ୍ତମାନ ବୃଷ ରାଶିରେ ବିରାଜମାନ ଥିବା ବେଳେ ମେ ୧୪ ତାରିଖ ସକାଳ ୬ଟା ୪୦ ମିନିଟ୍ ସମୟରେ ମିଥୁନ ରାଶିରୁ ଚଳନ କରିବେ। ଯେଉଁ ରାଶିରେ କି ପୂର୍ବରୁ ଗ୍ରହମାନଙ୍କ ରାଜକୁମାର ବୁଧ ବିରାଜମାନ। ଗୋଟିଏ ରାଶିରେ ବୃହସ୍ପତି-ବୁଧଙ୍କ ଶୁଭ ମିଳନ କିଛି ରାଶି ପାଇଁ ବୃହସ୍ପତି ବୁଧ ୟୁତି ବା ରାଜଯୋଗ ସୃଷ୍ଟି କରୁଛି। ଏହି ଯୋଗ ଦିର୍ଘ ୩୦ ବର୍ଷ ପରେ ସୃଷ୍ଟି ହୋଇଛି। ଏହି ଯୋଗ କିଛି ରାଶି ପାଇଁ ଶୁଭଫଳ ପ୍ରଦାନ କରିବ। ଯଦି,ଜାତକରେ ବୁଧଙ୍କ ସ୍ଥିତି ମଜବୁତ୍ ରୁହେ। ତେବେ, ବ୍ୟକ୍ତି ଜୀବନରେ ଅମାପ ଧନ-ସମ୍ପତ୍ତିର ଅଧିକାରୀ ହେବା ସହିତ କ୍ୟାରିୟରରେ ଅଗ୍ରଗତି କରିଥାଏ। ତେବେ, ଆସନ୍ତୁ ଜାଣିବା ବୁଧ-ବୃହସ୍ପତିଙ୍କ କୃପାରୁ କେଉଁସବୁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି। ....
)
ମିଥୁନ: ବୁଧ-ବୃହସ୍ପତିଙ୍କ କୃପାରୁ ଏହି ରାଶିର ଭାଗ୍ୟ ଉଦୟ ହେବ। ଏହି ସମୟ ମଧ୍ୟରେ ଆର୍ଥିକ ସ୍ଥିତି ମଜବୁତ୍ ହେବ। କ୍ୟାରିୟର ଦୃଷ୍ଟିକୋଣରୁ ସମୟ ଶୁଭ ରହିବ। ଏହି ସମୟରେ କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବା ସହିତ ଦରମା ବଢିବ। ବ୍ୟବସାୟୀମାନେ ବ୍ୟବସାୟରେ ଅଗ୍ରଗତି କରିବେ। ନୂଆ ଯୋଜନାକୁ ବ୍ୟବସାୟରେ କାର୍ଯ୍ୟକାରୀ କରି ଅଧିକ ଟଙ୍କା ରୋଜଗାର କରିବାରେ ସଫଳ ହେବେ। ଧାର-କରଜ ଆଣିଥିବା ଟଙ୍କାକୁ ସୁଝିବାରେ ସଫଳ ହେବେ। ନିଜ ପିତମାତାଙ୍କ ସହିତ ଧାର୍ମିକ ସ୍ଥଳ ଯାତ୍ରା କରିବେ। ନିଜ ସନ୍ତାନ ମାନଙ୍କ ଠାରୁ କୌଣସି ପ୍ରକାର ଖୁସି ଖବର ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟ ଭଲ ରହିବ।
ALSO READ: Today Horoscope: ଆଜି ମେଷ-ବିଛା ସହ ସତର୍କ ରୁହନ୍ତୁ ଏହିସବୁ ରାଶି, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର?
)
ଧନୁ: ବୃହସ୍ପତି ଓ ଧନୁଙ୍କ ଶୁଭଦୃଷ୍ଟି ଏହି ରାଶି ଉପରେ ରହିବ। ପ୍ରତ୍ୟକ କାର୍ଯ୍ୟରେ ସଫଳତା ହାସଲ କରିବେ। ବ୍ୟବସାୟୀମାନେ ବ୍ୟବସାୟରେ ବଡ଼ ଡିଲ୍ ଫାଇନାଲ୍ କରିବେ। ଯେଉଁଥିରୁ ପ୍ରଚୁର ଲାଭ ପାଇବେ। ବିଦେଶରେ ଚାଲିଥିବା ବାଣିଜ୍ୟ-ବ୍ୟବସାୟରୁ ଅପ୍ରତ୍ୟାଶିତ ଲାଭ ପାଇବେ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନେ କୌଣସି ଏକ କମ୍ପାନୀରୁ ଭଲ ଚାକିରି ପାଇବେ। ପରିବାର ଓ ସମ୍ପର୍କୀୟ ମାନଙ୍କ ସହ ହୋଇଥିବା ମତଭେଦ ଦୂର ହେବ। ଟଙ୍କା ବିନିଯୋଗ ପାଇଁ ସମୟ ଶୁଭ ରହିବ। ଏହି ସମୟରେ କୌଣସି ଏକ ସଂସ୍ଥାରେ ଟଙ୍କା ବିନିଯୋଗ କଲେ ଭଲ ରିଟର୍ଣ୍ଣ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୌତୃକ ସମ୍ପତ୍ତିରୁ ଲାଭ ପାଇବେ। ସ୍ବାସ୍ଥ୍ୟ ଭଲ ରହିବ।
)
ମକର: ବୁଧ-ବୃହସ୍ପତିଙ୍କ କୃପାରୁ ଚମକିବ ଏହି ରାଶିର ଭାଗ୍ୟ। କ୍ୟାରିୟରକୁ ନେଇ କୌଣସି ପ୍ରକାର ଖୁସି ଖବର ମିଳିବ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ। ସହକର୍ମୀମାନେ ପ୍ରତ୍ୟକ କାର୍ଯ୍ୟରେ ସହଯୋଗ କରିବେ। ବାଣିଜ୍ୟ-ବ୍ୟବସାୟରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବ। ପାର୍ଟନରସିପ୍ ରେ ଚାଲିଥିବା ବ୍ୟବସାୟରୁ ଅଧିକ ଟଙ୍କା ରୋଜଗାର କରିବାକୁ ସକ୍ଷମ ହେବେ। କମ୍ପିଟେଟିଭ୍ ଏକଜାମ୍ ଦେଉଥିବା ଛାତ୍ରଛାତ୍ରୀମାନେ ଭଲ ରେଜଲ୍ଟ କରିବେ। ଦିର୍ଘ ଦିନ ଧରି କୋର୍ଟ-କଚେରୀରେ ଲାଗି ରହିଥିବା ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ଅବିବାହିତଙ୍କ ବିବାହ ଯୋଗ ଫିଟିବ। ପ୍ରେମୀମାନଙ୍କ ପାଇଁ ସମୟ ଶୁଭ ରହିବ। ଏହି ସମୟରେ ପ୍ରେମ ସମ୍ପର୍କରେ ନିଜ ସାଥୀଙ୍କ ସହ ବିବାହ ହେବ। ନୂଆ ଘର ଓ ଗାଡି କିଣିବାର ଆଶା ପୂରା ହେବ। ସ୍ବାସ୍ଥ୍ୟ ଭଲ ରହିବା ସହିତ ପିତାମାତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିବ।
(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)
ट्रेन्डिंग फोटोज़