Shani Chandra Yuti 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଶନି ବର୍ତ୍ତମାନ କୁମ୍ଭ ରାଶିରେ ବିରାଜମାନ ଥିବା ବେଳେ ସେହି ରାଶିକୁ ମନ, ନାରୀ ,ମାତା ଓ ଭାବନାର କାରକ ଚନ୍ଦ୍ର ମାର୍ଚ୍ଚ ୨୬ ତାରିଖ ଅପରାହ୍ନ ୩ଟା ୧୪ ମିନିଟ୍ ସମୟରେ ଚଳନ କରିଛନ୍ତି। ଗୋଟିଏ ରାଶିରୁ ୨ ବଡ଼ ଗ୍ରହଙ୍କ ଶୁଭ ମିଳନ ଶନି-ଚନ୍ଦ୍ର ୟୁତି ବା ଦୁର୍ଲଭ ଯୋଗ ସୃଷ୍ଟି କରୁଛି। ଏହି ଯୋଗ କିଛି ରାଶି ପାଇଁ ଶୁଭ ପ୍ରମାଣିତ ହେବ। ଯଦି ଜାତକରେ ଶନି-ଚନ୍ଦ୍ରଙ୍କ ସ୍ଥିତି ଭଲ ଥାଏ। ତେବେ, ବ୍ୟକ୍ତି ଜୀବନରେ ସମସ୍ତ ଧନ-ଐଶ୍ବର୍ଯ୍ୟ ପ୍ରାପ୍ତ କରିବା ସହିତ ସୁଖି ହୋଇଥାଏ। ତେବେ, ଆସନ୍ତୁ ଜାଣିବା ଶନି-ଚନ୍ଦ୍ରଙ୍କ କୃପାରୁ କେଉଁସବୁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି।...
)
ବୃଷ: ଶନି-ଚନ୍ଦ୍ରଙ୍କ ଦୁର୍ଲଭ ଯୋଗ ଏହି ରାଶି ପାଇଁ ବେଶ୍ ଫଳଦାୟୀ ରହିବ। ବିଶେଷ କରି, କ୍ୟାରିୟର ଦୃଷ୍ଟିକୋଣରୁ ସମୟ ଖାସ୍ ରହିବ। କର୍ମକ୍ଷେତ୍ରରୁ କୌଣସି ବଡ଼ ଦାୟିତ୍ବ ମିଳିବ। ଯେଉଁମାନେ ଚାକିରି ବଦଳାଇବା ପାଇଁ ଚେଷ୍ଟା କରୁଛନ୍ତି। ସେମାନେ ଚେଷ୍ଟା ଜାରି ରଖନ୍ତୁ ସଫଳତା ନିଶ୍ଚୟ ପାଇବେ। ପୁରୁଣା ବିନିଯୋଗରୁ ମାଲାମାଲ୍ ହେବେ। ପୁରୁଣା ରୋଗରୁ ମୁକ୍ତି ମିଳିବ। ଯେଉଁମାନେ, ବିଦେଶରେ ପାଠ ପଢିବା ପାଇଁ ସ୍ବପ୍ନ ଦେଖୁଛନ୍ତି। ସେମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ଏହି ସମୟରେ ସେମାନଙ୍କ ଆଶା ପୂରା ହେବ।
ALSO READ: Today Horoscope: ଏହିସବୁ ରାଶିଙ୍କ ପାଇଁ ଶୁଭ ରହିବ ଆଜିର ଦିନ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?
ALSO READ: Shani Budh Yuti 2025: ଶନି-ବୁଧଙ୍କ କୃପାରୁ ଉଦୟ ହେବ ୩ ରାଶିଙ୍କ ଭାଗ୍ୟ, ଆରମ୍ଭ ହେବ ଶୁଭ ଦିନ!
)
ମିଥୁନ: ଶନି- ଚନ୍ଦ୍ରଙ୍କ ଦୁର୍ଲଭ ଯୋଗ ଏହି ରାଶି ପାଇଁ ବେଶ୍ ଶୁଭଦାୟୀ ପ୍ରମାଣିତ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଭଲ ରହିବ। କମ୍ପିଟେଟିଭ୍ ଏକଜାମ୍ ଦେଉଥିବା ଛାତ୍ରଛାତ୍ରୀମାନେ ଭଲ ରେଜଲ୍ଟ କରିବେ। ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଆଶାୟୀଙ୍କ ଆଶା ପୂରା ହେବ। ଧାର୍ମିକ କାର୍ଯ୍ୟ-କଳାପ ପାଇଁ ରୁଚି ବଢିବ। ଆଣିଥିବା ଧାର-କରଜ ଟଙ୍କାକୁ ସୁଝିବାରେ ସଫଳ ହେବେ। ପରିବାର ଭିତରେ ହୋଇଥିବା ମନୋମାଳିନ୍ୟ ଦୂର ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନିଜ ପରିବାର ସହ ଦୂରଯାତ୍ରା କରିବେ। ବ୍ୟବସାୟୀମାନେ ଲାଭବାନ୍ ହେବେ।
)
କନ୍ୟା: ଶନି-ଚନ୍ଦ୍ରଙ୍କ କୃପାରୁ ଏହି ରାଶିର ଭାଗ୍ୟ ଉଦୟ ହେବ। ପ୍ରତ୍ୟକ କାର୍ଯ୍ୟରେ ସଫଳତା ପାଇବେ। ବ୍ୟବସାୟୀମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ଯଦି ଆପଣ କୌଣସି ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରୁଛନ୍ତି। ତେବେ, ଆପଣଙ୍କ ପାଇଁ ସମୟ ଖାସ୍ ରହିବ। ଏ-ହି ସମୟରେ ନୂଆ ବ୍ୟବସାୟ ଆରମ୍ଭ କଲେ ଅଧିକ ଲାଭ ପାଇବେ। ଦିର୍ଘ ଦିନ ଧରି କର୍ମକ୍ଷେତ୍ରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ପ୍ରେମୀମାନଙ୍କ ପାଇଁ ସମୟ ଶୁଭ ରହିବ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ-କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ସ୍ବାସ୍ଥ୍ୟ ଭଲ ରହିବ।
)
ଧନୁ: ଶନି-ଚନ୍ଦ୍ରଙ୍କ ଶୁଭ ଦୃଷ୍ଟି ଏହି ରାଶି ଉପରେ ରହିବ। ବିଶେଷକରି, ଏହି ସମୟ ମଧ୍ୟରେ ଆର୍ଥିକ ସ୍ଥିତି ଭଲ ରହିବ। ମିଡିଆ, ଅନଲାଇନ୍ ମାର୍କେଟିଂ, କଳା, ସାହିତ୍ୟ କ୍ଷେତ୍ରରେ ଜଡିତ ବ୍ୟକ୍ତି ବିଶେଷଙ୍କ ପାଇଁ ସମୟ ଶୁଭ ରହିବ। ଏମାନେ ପ୍ରତ୍ୟକ କାର୍ଯ୍ୟରେ ସଫଳତା ପାଇବେ। ଏହି ସମୟରେ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଭଲ ପ୍ରଦର୍ଶନ କରିବେ। ଦିର୍ଘ ଦିନ ଧରି ଅଧା ରହିଥିବା କାର୍ଯ୍ୟକୁ ଶେଷ କରିବାରେ ସଫଳ ହେବେ। ଗାଡି଼ କିଣିବାର ସ୍ବପ୍ନ ସାକାର ହେବ। ଯେଉଁମାନେ କୌଣସି ସଂସ୍ଥା ବା ସେୟାର ମାର୍କେଟ୍ ରେ ପୁଞ୍ଜିଂ ବିନିଯୋଗ କରିବା ପାଇଁ ଯୋଜନା କରିଛନ୍ତି। ଏହି ସମୟରେ ସେମାନେ ଜଣେ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବିନିଯୋଗ କଲେ ଅଧିକ ଲାଭ ପାଇବେ। ପ୍ରେମୀମାନେ ନିଜ ସାଥୀଙ୍କ ସହ ଦୂରଯାତ୍ରା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
)
ମକର: ମକର ରାଶିର ଲୋକଙ୍କ ପାଇଁ ଶୁଭ ସମୟ ଆରମ୍ଭ ହୋଇଛି। ବିଶେଷକରି, ଆର୍ଥିକ ସ୍ଥିତି ମଜବୁତ୍ ହେବ। ପ୍ରେମୀ ମାନଙ୍କ ପାଇଁ ସମୟ ଖାସ୍ ରହିବ । ପ୍ରେମ ବିବାହରେ ଆସୁଥିବା ବାଧାବିଘ୍ନ ଦୂର ହେବ। ବିଦେଶରେ ଚାଲିଥିବା ବାଣିଜ୍ୟ-ବ୍ୟବସାୟରେ ପ୍ରଚୁର ଲାଭ ହେବ। ଚାକିରିଆମାନେ କର୍ମକ୍ଷେତ୍ରରେ ସମ୍ମାନୀତ ହେବେ। କଠିନ ପରିଶ୍ରମର ଫଳ ମିଳିବ। ଦରମା ବଢିବା ସହିତ ବ୍ୟାଙ୍କ୍ ବାଲାନ୍ସ ବୃଦ୍ଧି ପାଇବ। ଲଟେରୀରୁ ଲାଭବାନ୍ ହେବେ। ପୈତୃକ ସମ୍ପତ୍ତିରୁ ଅଧିକ ଲାଭ ପାଇବେ। ପାରିବାରିକ ଜୀବନ ସୁଖମୟ ହେବ।
)
କୁମ୍ଭ: ଶନି-ଚନ୍ଦ୍ରଙ୍କ କୃପାରୁ ଏହି ରାଶିର ଭାଗ୍ୟ ଚମକିବ। ଏହି ସମୟ ମଧ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଆଣିଥିବା ଧାର-କରଜ ଟଙ୍କାକୁ ସୁଝିବାରେ ସଫଳ ହେବେ। ପରିବାର ଓ ବନ୍ଧୁବାନ୍ଧବଙ୍କ ସହ ହୋଇଥିବା ମନୋମାଳିନ୍ୟ ଦୂର ହେବ। କ୍ୟାରିୟରକୁ ନେଇ କୌଣସି ପ୍ରକାର ଖୁସି ଖବର ପାଇବେ। ବ୍ୟବସାୟୀମାନେ ବଡ଼ ଡିଲ୍ ଫାଇନାଲ୍ କରିବେ। ଯେଉଁଥିରୁ ମୋଟା ଅଙ୍କର ଲାଭ ପାଇବେ। ନୂଆ ଘର ଓ ଗାଡି଼ କିଣିବାର ସ୍ବପ୍ନ ସାକାର ହେବ। ପ୍ରେମୀ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟ ଭଲ ରହିବ।
(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)
ट्रेन्डिंग फोटोज़