)
ବୃଷ-:ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଏହି ରାଶିଙ୍କ ଭାଗ୍ୟ ଉଦୟ କରିବ। ବିଶେଷକରି,ଏହି ସମୟରେ ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଆଣିଥିବା ଧାର-କରଜ ଟଙ୍କାକୁ ସୁଝିବାରେ ସଫଳ ହେବେ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଯେଉଁମାନେ ଦିର୍ଘ ଦିନ ଧରି ଚାକିରି ଖୋଜୁଛନ୍ତି। ସେମାନଙ୍କୁ କୌଣସି ଏକ ସ୍ଥାନରୁ ଚାକିରି ମିଳିବ। ବ୍ୟବସାୟୀମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ଏହି ସମୟ ମଧ୍ୟରେ,ନୂଆ ବ୍ୟବସାୟ ଆରମ୍ଭ କଲେ ଅଧିକ ଟଙ୍କା ପାଇବେ। ପୁରୁଣା ବିନିଯୋଗରୁ ମାଲାମାଲ୍ ହେବେ। ଯେଉଁମାନେ ଦିର୍ଘ ଦିନ ହେବ ବିଦେଶରେ ପାଠ ପଢିବା ପାଇଁ ଯୋଜନା କରୁଛନ୍ତି। ସେମାନଙ୍କ ଆଶା ପୂରା ହେବ। ପରିବାର ସହ ଦୂରଯାତ୍ରା କରିବେ। ଅଧା ରହିଥିବା କାର୍ଯ୍ୟକୁ ଶେଷ କରିବାରେ ସଫଳ ହେବେ।
ALSO READ: Gold Rate Today: ଚମକୁଛି ସୁନା;ଆଜି ଭରି ପିଛା ମୂଲ୍ୟରେ ଏତେ ହଜାର ବଢିଲା ରେଟ୍,ଓଡ଼ିଶାରେ ରହିଛି...
ALSO READ: Heavy Rain Alert: ଆସୁଛି ଲଘୁଚାପ! ରୁହନ୍ତୁ ସତର୍କ,ଭୀଷଣ ବର୍ଷା ନେଇ ଏହିସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
)
କର୍କଟ-: ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ରହିବ। ଆର୍ଥିକ ସ୍ଥିତି ମଜବୁତ୍ ହେବ। ଉଭୟ ଚାକିରିଆ ଓ ବ୍ୟବସାୟୀଙ୍କ ପାଇଁ ବେଶ୍ ଶୁଭ ରହିବ। କର୍ମକ୍ଷେତ୍ରରେ ବରିଷ୍ଠ ଅ-ଧିକାରୀଙ୍କ ପ୍ରିୟ ପାତ୍ର ହେବେ। ଯେଉଁମାନେ,ଚାକିରି ବଦଳାଇବାକୁ ଚେଷ୍ଟା କରୁଛନ୍ତି। ଉଦ୍ୟମ ଜାରି ରଖନ୍ତୁ, ଶୁଭଫଳ ପାଇବେ। ବ୍ୟବସାୟୀମାନେ ନିଜ ବ୍ୟବସାୟରେ ଏହି ସମୟରେ ବିନିଯୋଗ କଲେ ଭଲ ଲାଭ ପାଇବେ। ଅବିବାହିତଙ୍କ ପାଇଁ ଭଲ ବିବାହ ପ୍ରସ୍ତାବ ଆସିପାରେ। ପ୍ରେମ ବିବାହରେ ଆସୁଥିବା ବାଧାବିଘ୍ନ ଦୂର ହେବ। ନିଜ ସନ୍ତାନଙ୍କ ଠାରୁ କୌଣସି ଏକ ଶୁଭ ଖବର ପାଇବେ। ଦିର୍ଘ ଦିନ ଧରି ପରିବାର ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ସ୍ବାସ୍ଥ୍ୟରେ ଉନ୍ନତି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
)
ବିଛା-: ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଏହି ରାଶି ପାଇଁ ବେଶ୍ ଫଳଦାୟୀ ରହିବ। ବିଶେଷକରି,ଜୀବନରେ ଲାଗି ରହିଥିବା ସମସ୍ୟା ଦୂର ହେବ। କର୍ମକ୍ଷେତ୍ରରୁ ବଡ଼ ଦାୟିତ୍ବ ମିଳିବ। ଦରମାରେ ବୃଦ୍ଧି ହେବ। ଯେଉଁମାନେ, ଗାଡି଼ କିମ୍ବା ଘର କିଣିବା ଲାଗି ଯୋଜନା କରୁଛନ୍ତି। ଏହି ସମୟରେ ସ୍ବପ୍ନ ସାକାର ହେବ। ବ୍ୟ-ବସାୟରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବ। ଦିର୍ଘ ଦିନ ଧରି କୋର୍ଟ କଚେରୀରେ ଲାଗି ରହିଥିବା ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ଫସି ରହିଥିବା ଟଙ୍କା ପଇସା ମିଳିବ। ପୁରୁଣା ରୋଗରୁ ମୁକ୍ତି ମିଳିବ।ଲଟେରୀରୁ ଲାଭବାନ୍ ହେବେ।
)
କୁମ୍ଭ-:ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଏହି ରାଶିଙ୍କୁ ଧନବାନ୍ କରିବ। ପ୍ରତ୍ୟକ କ୍ଷେତ୍ରରେ ଶୁଭଫଳ ମିଳିବ। ଶନି ଏହି ରାଶିର ଦ୍ବିତୀୟ ଘରେ ଥିବାରୁ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିବ। ଆର୍ଥିକ ଦୃଷ୍ଟିକୋଣରୁ ମାସଟି ଭଲ ରହିବ। ଚାକିରିଆମାନେ ନିଜ ବସ୍ କୁ ଖୁସି କରିବାରେ ସଫଳ ହେବେ। କର୍ମକ୍ଷେତ୍ରରେ ସମ୍ମାନୀତ ହେବେ। ପ୍ରତ୍ୟକ କାର୍ଯ୍ୟ କରିବା ପାଇଁ ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ପ୍ରେମୀମାନେ ନିଜ ସାଥୀଙ୍କ ସହ ଦୂର ଯାତ୍ରା କରିବେ। ଦା-ମୀ ଉପହାର ପାଇବେ। ପିତାମାତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିବ।
)
ମୀନ-: ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଏହି ରାଶିଙ୍କ ଭାଗ୍ୟ ଚମକାଇବ। କଳା,ସାହିତ୍ୟ ,ସାମ୍ବାଦିକତା ଓ ରିସର୍ଚ୍ଚ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକେ କୌଣସି ସଭା ସମିତିରେ ସମ୍ମାନୀତ ହେବେ। ଅନ-ଲାଇନ୍ କାରବାର କରୁଥିବା ଲୋକଙ୍କୁ ଲାଭ ଦ୍ବି-ଗୁଣିତ ହେବ। ଯେଉଁମାନେ ଟଙ୍କା ବିନିଯୋଗ କରିବାକୁ ଯୋଜନା କରୁଛନ୍ତି। ଏହି ସମୟରେ କରନ୍ତୁ ଭଲ ଲାଭ ପାଇବେ। ନିଜ ପ୍ରେମିକାଙ୍କ ସହ ରୋମାଣ୍ଟିକ୍ ସମୟ ଅତିବାହିତ ହେବେ। କ୍ୟାରିୟର ଦୃଷ୍ଟିକୋଣରୁ ସମୟ ଖାସ୍ ରହିବ। ସମାଜରେ ମାନ-ସମ୍ମାନ ବୃଦ୍ଧି ହେବ।
(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)
ट्रेन्डिंग फोटोज़