Shani Jayanti 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟର ଦେବତା ବୋଲି ବିବେଚନା କରାଯାଏ। ଏହି କ୍ରମରେ ଶନିଦେବ ବର୍ତ୍ତମାନ ମୀନ ରାଶିରେ ବିରଜାମାନ ଥିବା ବେଳେ ଚଳିତ ମାସ ୨୭ ତାରିଖ ଦିନ ଶନି ଜୟନ୍ତୀ ପଡୁଛି। ଏହି ଦିନ ମୀନ ରାଶିକୁ ଶୁକ୍ର ମଧ୍ୟ ଚଳନ କରିବେ। ଗୋଟିଏ ରାଶିରେ ଶନି-ଶୁକ୍ରଙ୍କ ମିଳନ ଶୁକ୍ଲ ଯୋଗ ଓ ଶୁଭ ଯୋଗ ମଧ୍ୟ ସୃଷ୍ଟି କରୁଛି। ଶନି ଜୟନ୍ତୀରେ ପଡୁଥିବା ଏହି ୨ଟି ଦୁର୍ଲଭ ଯୋଗ କିଛି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ଯଦି ଜାତକରେ ଶନି-ଶୁକ୍ରଙ୍କ ସ୍ଥିତି ଭଲ ଥାଏ। ତେବେ, ବ୍ୟକ୍ତି ଜୀବନରେ ଅଗ୍ରଗତି କରିଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି।...
)
ମିଥୁନ: ଶନି ଜୟନ୍ତୀରେ ପଡୁଥିବା ୨ଟି ଦୁର୍ଲଭ ଯୋଗ ଏହି ରାଶିଙ୍କ ଭାଗ୍ୟ ଚମକାଇବା। କଳା, ସାହିତ୍ୟ, ରିସର୍ଚ୍ଚ ଓ ମନୋରଂଜନ କ୍ଷେତ୍ରରେ କାର୍ଯ୍ୟରତ ଲୋକେ କୌଣସି ସଭା ସମିତିରେ ସମ୍ମାନୀତ ହେବେ। ଦିର୍ଘ ଦିନର ଆଶା ପୂରା ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମକ୍ଷେତ୍ରରେ ଲାଗି ରହିଥିବା ବିବାଦର ଅନ୍ତଘଟିବ। ସହକର୍ମୀମାନେ ପ୍ରତ୍ୟକ କାର୍ଯ୍ୟରେ ସହଯୋଗ କରିବେ। ବ୍ୟବସାୟରେ ଅଗ୍ରଗତି କରିବେ। ଘରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ଅବିବାହିତଙ୍କ ବିବାହର ଯୋଗ ଫିଟିବ। ପ୍ରେମୀମାନଙ୍କ ପାଇଁ ସମୟ ଖାସ୍ ରହିବ। ଏହି ସମୟରେ,ସିଙ୍ଗଲ୍ ଥିବା ଲୋକମାନଙ୍କୁ ନୂଆ ଜୀବନସାଥୀ ମିଳିବେ। କମ୍ପିଟେଟିଭ୍ ଏକଜାମ୍ ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଅନୁକୂଳ ରହିବ। ଏହି ସମୟରେ ଭଲ ରେଜଲ୍ଟ କରିବେ।
ALSO READ: Gold Rate Today: ସୁନାଦରରେ ଅହେତୁକ ବୃଦ୍ଧି, ଭୁବନେଶ୍ବରରେ ଏତିକି ରହିଛି ଭରି ପିଛା ମୂଲ୍ୟ
)
ତୁଳା: ଶନି ଜୟନ୍ତୀରେ ପଡୁଥିବା ଦୁର୍ଲଭ ଯୋଗ ଏହି ରାଶିକୁ ମାଲାମାଲ୍ କରିବ। ଅବିବାହିତଙ୍କ ବିବାହ ଯୋଗ ଫିଟିବ। ପ୍ରେମ ବିବାହରେ ଆସୁଥିବା ବାଧାବିଘ୍ନ ଦୂର ହେବ। ବ୍ୟବସାୟୀମାନଙ୍କ ପାଇଁ ସମୟ ଅନୁକୂଳ ରହିଛି। ଏହି ସମୟରେ ନୂଆ ବ୍ୟବସାୟ ଆରମ୍ଭ କଲେ ଅଧିକ ଲାଭ ପାଇବେ। ଆଣିଥିବା ଧାର-କରଜ ଟଙ୍କାକୁ ସୁଝିବାରେ ସଫଳ ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ପ୍ରିୟପାତ୍ର ହେବେ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନଙ୍କ ପାଇଁ ସମୟ ଅନୁକୂଳ ରହିଛି। ଭଲ କମ୍ପାନୀରୁ ଚାକିରି ଅଫର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦେଶ ଯିବାର ଆଶା ପୂରା ହେବ। ପୁରୁଣା ବିନିଯୋଗରୁ ଲାଭ ପାଇବେ।
)
ମକର: ଶନି ଜୟନ୍ତୀରେ ପଡୁଥିବା ୨ଟି ଦୁର୍ଲଭ ଯୋଗ ଏହି ରାଶିର ଭାଗ୍ୟ ଉଦୟ କରିବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମକ୍ଷେତ୍ରରୁ କିଛି ବଡ଼ ଦାୟିତ୍ବ ମିଳିବ। ଦରମା ବଢିବା ସହ ବ୍ୟାଙ୍କ୍ ବାଲାନ୍ସ ବଢିବ। ବ୍ୟବସାୟୀମାନେ ବଡ଼ ଡିଲ୍ ଫାଇନାଲ୍ କରିବେ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ନିଜ ବ୍ୟବସାୟୀ ପ୍ରତିଦ୍ବନ୍ଦୀଙ୍କୁ ପଛରେ ପକାଇବାରେ ସମର୍ଥ ହେବେ। ପୁଞ୍ଜି ବିନିଯୋଗ ପାଇଁ ସମୟ ଅନୁକୂଳ ରହିଛି, ଏହି ସମୟରେ ବିନିଯୋଗ କଲେ ଅଧିକ ଲାଭ ପାଇବେ। ନୂଆ ଘର ଓ ଗାଡି଼ କିଣିବାର ଆଶା ପୂରଣ ହେବ। ଦିର୍ଘ ଦିନ ଧରି କୋର୍ଟ-କଚେରୀରେ ଚାଲିଥିବା କେସର ରାୟ ଆପଣଙ୍କ ସପକ୍ଷରେ ଯିବ । ପ୍ରେମୀମାନଙ୍କ ପାଇଁ ସମୟ ଖାସ୍ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୁରୁଣା ରୋଗରୁ ମୁକ୍ତି ମିଳିବ।
(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)
ट्रेन्डिंग फोटोज़