Surya Gochar 2024: ଅଗଷ୍ଟ ୧୬ରେ ସୂର୍ଯ୍ୟଦେବ ବଦଳାଇବେ ଏହିସବୁ ରାଶିଙ୍କ ଭାଗ୍ୟ, ମିଳିବ ନୂଆ ଚାକିରି ସାଙ୍ଗକୁ...

Surya Gochar 2024: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କର ରାଜା ବୋଲି କୁହାଯାଏ। ପ୍ରତ୍ୟକ ମାସରେ ସୂର୍ଯ୍ୟଦେବ ନିଜର ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ, ସକଳ ଶକ୍ତିର ଆଧାର ସୂର୍ଯ୍ୟ ବର୍ତ୍ତମାନ କର୍କଟ ରାଶିରେ ବିରାଜମାନ ଅଛନ୍ତି। ଏବଂ ଚଳିତ ମାସ ୧୬ ତାରିଖ ସକାଳ ୭ଟା ୨୦ ମିନିଟ୍ ସମୟରେ ସିଂହ ରାଶିକୁ ଚଳନ କରିବେ। ସୂର୍ଯ୍ୟଦେବଙ୍କ ଏହି ଚଳନ କିଛି ରାଶିକୁ ଶୁଭଫଳ ପ୍ରଦାନ କରୁଥିବା ବେଳେ ଆଉ କିଛି ରାଶିକୁ ଅଶୁଭଫଳ ପ୍ରଦାନ କରିବ। ତେବେ, ଆସନ୍ତୁ ଜାଣିବା ସୂର୍ଯ୍ୟଙ୍କ ଏହି ଗୋଚର କେଉଁ ରାଶିର ଲୋକଙ୍କୁ ଧନବାନ୍ କରିବାକୁ ଯାଉଛି।....

Narmada Behera Tue, 06 Aug 2024-7:22 am,
1/3

ବୃଷ: ସୂର୍ଯ୍ୟଙ୍କ ଚଳନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ରହିବ। ଏହି ଏବଧି ମଧ୍ୟରେ ଦିର୍ଘ ଦିନର ଆଶା ପୂରଣ ହେବ। ନୂତନ ଗାଡି କିମ୍ବା ଘର କିଣି ପାରନ୍ତି। କର୍ମକ୍ଷେତ୍ରରେ ଭଲ କାମ କରି ବରିଷ୍ଠ ଅଧିକାରୀଙ୍କ ମନ ଜିତିବେ। ପଦୋନ୍ନତି ସହ ଦରମା ବୃଦ୍ଧି ହୋଇପାରେ। ପୁରୁଣା ବିନିଯୋଗରୁ ଲାଭ ପାଇବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜବୁତ୍ ହେବ। ଦିର୍ଘ ଦିନ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିବ। ବ୍ୟବସାୟୀମାନଙ୍କ ପାଇଁ ସମୟ ଖୁବ୍ ଅନୁକୂଳ ରହିବ। ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିବେ। ବିଦେଶ ଯାତ୍ରାର ଯୋଗ ରହିଛି।

ALSO READ: Today Horoscope: ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର?

ALSO READ: Shani Vakri 2024: ପୁଣି ଥରେ କୁମ୍ଭରେ ଓଲଟା ଚଳନ କରିବେ ଶନି, ଏହି ୫ ରାଶିଙ୍କ ଉପରେ ପଡ଼ିବ ବଡ଼ ପ୍ରଭାବ

2/3

ସିଂହ: ଅଗଷ୍ଟ ମାସର ମଧ୍ୟ ଭାଗରେ ଚମକିବାକୁ ଯାଉଛି ଏହି ରାଶିର ଭାଗ୍ୟ। କାହିଁକିନା, ସିଂହ ରାଶିର ପ୍ରଭୁ ହେଉଛନ୍ତି ସୂର୍ଯ୍ୟଦେବ। ସୂର୍ଯ୍ୟଙ୍କ ଏହି ଗୋଚର ଏହି ରାଶିର ବ୍ୟକ୍ତି ବିଶେଷଙ୍କୁ ପ୍ରତ୍ୟକ କ୍ଷେତ୍ରରେ ଶୁଭଫଳ ପ୍ରଦାନ କରିବ। ଏହି ସମୟ ମଧ୍ୟରେ, ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଆର୍ଥିକ ସ୍ଥିତିକୁ ମଜବୁତ୍ ହେବା ସହ ବେକାରିଙ୍କୁ ଭଲ ଚାକିରି ମିଳିବ। ଦିର୍ଘ ଦିନ ଧରି ଜୀବନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ନୂତନ ଗାଡି କିମ୍ବା ଜମି କିଣିବେ। ବୈବାହିକ ଜୀବନ ସୁଖମୟ ହେବା। ଦୂରଯାତ୍ରା ଶୁଭ ଫଳ ପ୍ରଦାନ କରିବ। ଏବଂ ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ। 

3/3

ଧନୁ: ସୂର୍ଯ୍ୟଙ୍କ ଚଳନ ଏହି ରାଶିକୁ ଲାଭବାନ୍ କରିବ। ପ୍ରତ୍ୟକ କାର୍ଯ୍ୟରେ ଭାଗ୍ୟ ଆପଣଙ୍କ ସାଥ୍ ଦେବ। ଧାର୍ମିକ କାର୍ଯ୍ୟ ପ୍ରତି ମନୋବଳିବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ଦରମା ବୃଦ୍ଧି ହେବ। ସହକର୍ମୀ ଓ ବରିଷ୍ଠ ଅଧିକାରୀମାନେ ଆପଣଙ୍କୁ ପ୍ରତ୍ୟକ କାର୍ଯ୍ୟରେ ସମର୍ଥନ କରିବେ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି । ସେମାନଙ୍କୁ ଭଲ ନିଯୁକ୍ତି ଅଫର ମିଳିବ। ଖାସ୍ କରି, ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ରହିବ। କମ୍ପିଟେଟିଭ୍ ଏକ୍ସାମ୍ ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀମାନେ ଭଲ ରେଜଲ୍ଟ କରିବେ। ପ୍ରେମୀମାନଙ୍କ ପାଇଁ ମଧ୍ୟ ସମୟ ଭଲ ରହିବ। ନିଜ ସାଥୀଙ୍କ ଏକ ରୋମାଣ୍ଟିକ୍ ଡେଟ୍ ରେ ଯିବା ସହ ଦାମୀ ଉପହାର ମଧ୍ୟ ପାଇପାରନ୍ତି।  

(Disclamer: ଉପରେ ଦିଆଯାଇଥିବା ସୂଚନା ZEE ODISHA NEWSର ନିଜସ୍ୱ ମତ ନୁହେଁ। ଜ୍ୟୋତିଷ ଶାସ୍ତ୍ର, ପଞ୍ଚାଙ୍ଗ, ପୁରାଣ ତଥ୍ୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି ତଥ୍ୟ ପ୍ରଦାନ କରାଯାଇଛି। ଏଥିପାଇଁ ZEE ODISHA NEWS ଦାୟୀ ରହିବ ନାହିଁ।)

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link