Horoscope Today 12 March 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମାର୍ଚ୍ଚ ୧୨ ହେଉଛି ବୁଧବାର । ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...
)
ମେଷ: ଆଜି ଆପଣ ବ୍ୟବସାୟ କିମ୍ବା ଅଫିସ୍ କାମରେ ଯାତ୍ରା କରିପାରନ୍ତି । ଯାହାର ଲାଭ ଆଗକୁ ଆସୁଥିବା ସମୟରେ ମିଳିବ । ବ୍ୟବସାୟୀଙ୍କ ପାଇଁ ଦିନଟି ଭଲ ରହିବ । ବାହାରକୁ ଯାତ୍ରା କରିବାର ସମ୍ଭାବନା ରିହିଛି । ଭାଇଙ୍କ ସହ ସମ୍ପର୍କ ସଦୃଢ ହେବ । ଯାହାଦ୍ୱାରା ଆପଣଙ୍କ ଭବିଷ୍ୟତରେ ଲାଭ ହେବ ।
ALSO READ: Shani Gochar 2025: ମାର୍ଚ୍ଚ ୨୯ ରୁ ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ହେବ ଟଙ୍କା ବର୍ଷା ସହ ଆରମ୍ଭ ହେବ ଶୁଭଦିନ
ALSO REA: Dwadash Yog 2025: ମାର୍ଚ୍ଚରେ ଶନି-ବୁଧଙ୍କ ଦ୍ବାଦଶ ଯୋଗ, ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ !
)
ବୃଷ: ଆପଣଙ୍କ ପାଇଁ ଆଜିର ଦିନ ଭଲ ରହିବ । ପାରିବାରିକ ସମ୍ପର୍କ ଭଲ ରହିବ । ସନ୍ଧ୍ୟାରେ ପିଲାଙ୍କ ସହ ଭଲ ସମୟ ଅତିବାହିତ କରିବେ । ଶୁଭ ସମାଚାର ମିଳିବାର ସମ୍ଭାବନା ରହିଛି । ଅଟକିଥିବା କାମ ପୂରା ହେବ । ମିତ୍ର କୌଣସି କାମରେ ସାହାଯ୍ୟ କରିବେ, ଯାହାଦ୍ୱାରା କାମ ବହୁତ ସହଜରେ ପୂରା ହୋଇଯିବ । କୌଣସି କାମ କରୁଥିବା ସମୟରେ ଆପଣ ଅନ୍ୟ କାମ ସାରିବା ପାଇଁ ଚେଷ୍ଟା କରିବେ ।
)
ମିଥୁନ: ଆଜି ଦିନଟି ସାମାନ୍ୟ ରହିବ । କୋର୍ଟ କଚେରୀ କାମରେ ସଫଳତା ମିଳିବ । ଅଫିସ୍ର ବରିଷ୍ଠ କର୍ମଚାରୀମାନେ ଆପଣଙ୍କ କାମରେ ଖୁସି ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । କୌଣସି ପୁରୁଣା ଲୋନ୍ ଇ.ଏମ.ଆଇରୁ ଆରାମ ମିଳିବ । ଏହି ରାଶିର ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ଏବଂ ପଢିବାରେ ମନ ଲାଗିବ । ଆଜି ଲଭମେଟଙ୍କ ସମ୍ପର୍କ ବହୁତ ଭଲ ରହିବ ।
)
କର୍କଟ: ଆଜି ଆପଣ ପୂଜା କାର୍ଯ୍ୟରେ ଧ୍ୟାନ ଦେବେ । ଅଫିସ୍ର ଯେକୌଣସି କାମ ଧିରେ ଧିରେ କରିବା ଆପଣଙ୍କ ପାଇଁ ଲାଭଦାୟକ ହେବ । ଛାତ୍ରଛାତ୍ରୀମାନଙ୍କୁ କୌଣସି ପ୍ରତିଯୋଗିତାରେ ଭାଗ ନେବା ପାଇଁ ମଉକା ମିଳିବ । କୌଣସି ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ । ଖେଳାଳିଙ୍କୁ କାର୍ଯ୍ୟରେ ସଫଳତା ମିଳିବ । ଆପଣଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଲଭମେଟଙ୍କ ପାଇଁ ଦିନଟି ଭଲ ରହିବ ।
)
ସିଂହ: ଆପଣଙ୍କ ଦିନ ଠିକ୍ ଠାକ୍ ରହିବ । ଓକିଲମାନଙ୍କ ପାଇଁ ଦିନଟି ଭଲ । ନିଜ ଉପରେ ଭରସା ରଖିଲେ ଭବିଷ୍ୟତ ମଧ୍ୟ ଭଲ ରହିବ । ପୂର୍ବରୁ କରିଥିବା କାମରେ ସଫଳତା ମିଳିବ, ଚାକିରି ମଧ୍ୟ ମିଳିଯିବ । ଏହାସହ ସାଙ୍ଗସାଥିଙ୍କ ସହ ଭେଟ ହେବାର ସୁଯୋଗ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପରିବାରରେ ବିବାଦ ଥିଲେ ତାହା ବହୁତ ଶୀଘ୍ର ଠିକ୍ ହୋଇଯିବ । ଲଭମେଟଙ୍କ ପାଇଁ ଦିନଟି ଭଲ ରହିବ ।
)
କନ୍ୟା: କୌଣସି କାମ କରିବା ପୂର୍ବରୁ ଅନୁଭବୀ ବ୍ୟକ୍ତିଙ୍କ ଠାରୁ ଉପଦେଶ ନେବା ଠିକ୍ ହେବ। ଗାଡି ମଧ୍ୟ କିଣିବା ପାଇଁ ମନ କରିବେ । ଆପଣ ଏପରି କିଛି କାମ କରନ୍ତୁ ନାହିଁ, ଯାହାକୁ ପୂରା କରିପାରିବେ ନାହିଁ । ଆପଣ ଅଧିକ ସମୟ ପରିବାର ଏବଂ ସାଙ୍ଗଙ୍କ ସହ ଅତିବାହିତ କରିବେ । ଲଭମେଟଙ୍କ ସହ ବାହାରକୁ ଯାଇ ପାରନ୍ତି ।
)
ତୁଳା: ଆଜି ଆପଣ ପରିବାର ସହ ସମୟ କାଟିବେ । ବ୍ୟବହାର ଖରାପ ଯୋଗୁ ଲୋକଙ୍କ ସହ ଆପଣଙ୍କର ଝଗଡା ହୋଇପାରେ । ଆଜି ଆପଣ ଘରକୁ ସଜାଇବା ପାଇଁ ଯୋଜନା କରିବେ । ସାଙ୍ଗଙ୍କ ସହ ଦିନଟି ଭଲ ରହିବ । ଛାତ୍ରଛାତ୍ରୀ ଗୁରୁଙ୍କଠାରୁ ଉପଦେଶ ନେବେ । କିଛି ନୂଆ କରିବା ପାଇଁ ଚେଷ୍ଟା କରିବେ ।
)
ବିଛା : ଆଜି ଭ୍ରମଣ ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ବିଭିନ୍ନ ସୂତ୍ରରୁ ରୋଜଗାର କରିବେ ଏବଂ ଋଣ ପରିଶୋଧର ଯୋଜନା କରିପାରନ୍ତି । ଶାରୀରିକ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ବଜାୟୀ ରହିବ।
)
ଧନୁ : ବ୍ୟବସାୟ, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ର ଉନ୍ନତ ରହିବ । କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବାରୁ ମନଦୁଃଖ ହେବ । ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିବ । ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନଚେତ ପରେ ବ୍ୟସ୍ତ ହେବାକୁ ପଡ଼ିପାରେ ।
)
ମକର : ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ବନ୍ଧୁଙ୍କ ସହ ଭ୍ରମଣ ସୁଖ ବେଶ୍ ଉପଭୋଗ୍ୟ ହୋଇପାରେ ଏବଂ ପାରିବାରିକ ସ୍ଥିତି ଭଲ ରହିବ । ବ୍ୟବସାୟ,ଆନୁଷ୍ଠାନିକ କାର୍ଯ୍ୟ,ସଭାସମିତି କାମରେ ଅଗ୍ରଣୀ ହେବେ । ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ।
)
କୁମ୍ଭ : ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଯୋଗିତା ପ୍ରଭୃତି କ୍ଷେତ୍ରରେ ସଫଳତା ହାସଲ କରିବେ । ଆପଣଙ୍କ ପ୍ରତି ଅସହିଷ୍ଣୁତା ମନୋଭାବ କାରଣରୁ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ । ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ । ଅଟକିରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି ।
)
ମୀନ : ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ ନଚେତ ଠକାମିରେ ପଡିପାରନ୍ତି । ପାରିବାରିକ ସ୍ଥିତି ସୁଖ,ସନ୍ତୋଷରେ କଟିବ । ଆଜି ଅର୍ଥ ସଂକଟ ଦେଖାଦେବା କାରଣରୁ ଚାହୁଁଥିବା ଜିନିଷ ପାଇବେ ନାହିଁ । ଭଲ ସମ୍ପର୍କ ରହିଥିବା କୌଣସି ଭଦ୍ର ମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି ।
ट्रेन्डिंग फोटोज़