Advertisement
Photo Details/zeeodisha/odisha2679276
Zee OdishaPhotosToday Horoscope: ମେଷ -ସିଂହ ସହ ସତର୍କ ରୁହନ୍ତୁ ଏହିସବୁ ରାଶି, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?
photoDetails0hindi

Today Horoscope: ମେଷ -ସିଂହ ସହ ସତର୍କ ରୁହନ୍ତୁ ଏହିସବୁ ରାଶି, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?

Horoscope Today 13 March 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମାର୍ଚ୍ଚ ୧୩ ହେଉଛି ଗୁରୁବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

1/12

ମେଷ: ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ। ଜରୁରୀ କାର୍ଯ୍ୟ କିମ୍ବା ନିର୍ଣ୍ଣୟ ନିଅନ୍ତୁ ନାହିଁ। କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥନଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ। ବ୍ୟାପରରେ ବାଧା ଆସିପାରେ। ଦୂରଯାତ୍ରା ବେଳେ ସାବଧାନତା ଅବଲମ୍ବନ କରନ୍ତୁ। 

ALSO READ: Shani Uday 2025: ମୀନରେ ଶନିଦେବ ହେବେ ଉଦୟ, ମାଲାମାଲ୍ ହେବେ ଏହିସବୁ ରାଶି, ମିଳିବ ଖୁସି ଖବର!

ALSO READ: Politician Wedding: ରାଜନେତାଙ୍କ ପ୍ରେମରେ ଅଣ ରାଜନୀତିକ କନ୍ୟା

2/12

ବୃଷ: ନିଜ ସ୍ୱାସ୍ଥ୍ୟ ବିଷୟକୁ ନେଇ ଚିନ୍ତିତ ରହିବେ। ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ। ଦୁଃସମ୍ବାଦ ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ। ଦୂରଯାତ୍ରା ନକରିବା ଭଲ। ଦିନଟି ଜଗିରଖି ଚଳିବେ। 

3/12

ମିଥୁନ: ଦୃଢମନା ହେବେ। ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ। ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

4/12

କର୍କଟ: ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ। ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ। କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ଆୟ ଉତ୍ତମ  ହେବ। ପାରିବାରିକ ସୁଖଶାନ୍ତି ଲାଭ କରିବେ।

5/12

ସିଂହ: ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇପାରେ। ମାନସିକ ଅବସାଦ ଦେଖାଦେବ। କର୍ମ ଚାପ ବଢିବ। ଆୟ ବ୍ୟୟ ପ୍ରାୟ ସମାନ ରହିବ। ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ। ଦୂରଯାତ୍ରା କରନ୍ତୁ ନାହିଁ।  

6/12

କନ୍ୟା: ସ୍ୱାସ୍ଥ୍ୟ ଭଲ ରହିବ। ଦୂରଯାତ୍ରା ଶୁଭପ୍ରଦ ହେବ। ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ। ପୂର୍ବରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ।

 

7/12

ତୁଳା: ଦେହ ଓ ମନ ଭଲ ରହିବ। ଦିନଟିରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ। ବ୍ୟବସାୟ ଲାଭପ୍ରଦ ହେବ। ଆୟ ବୃଦ୍ଧି ପାଇବ। ପଡୋଶୀମାନଙ୍କ ସହ ମଧୁରତା ହେଖା ଦେବ। ପାରିବାରିକ ଜୀବନ ଶାନ୍ତରେ କଟିବ। ମଜଲିସରେ ଦିନ କାଟିବେ। ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ।

 

8/12

ବିଛା: ଶରୀର ସୁସ୍ଥ ରହିବ। ମାନସିକ ଶାନ୍ତି ବଜାୟ ରହିବ। ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି। ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ। ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ। ପିତାମାତାଙ୍କ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ।

 

9/12

ଧନୁ:  ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ। ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ।

 

10/12

ମକର: ମଉଜ ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ପୂଜା ପାଇଁ ମନ ବଳିବ।

11/12

କୁମ୍ଭ: ଶାରୀରିକ ସୁସ୍ଥତା ଲାଭ କରିବେ। କର୍ମକ୍ଷେତ୍ର ଉଜ୍ଜଳମୟ ହେବ। ଆୟ ବୃଦ୍ଧି ପାଇବ। ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ। କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ। ପାରିବାରିକ ସୁଖଶାନ୍ତି ବଜାୟ ରହିବ। ସେବା ପୂଜା ପାଇଁ ମନ ବଳିବ।

12/12

ମୀନ: ସୌଭାଗ୍ୟ ବନ୍ତ ହେବେ। ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ। ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ। ଆୟ ବୃଦ୍ଧି ପାଇବ।