Horoscope Today 24 April 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଏପ୍ରିଲ୍ ୨୪ ହେଉଛି ଗୁରୁବାର। ତେବେ,ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ।
ମେଷ: ଆଜି କର୍ମକ୍ଷେତ୍ରରେ ଯେତିକି ସୁବିଧା ସୁଯୋଗ ପାଇବା କଥା ସେଥିରୁ ବଞ୍ଚିତ ହୋଇ ମନସ୍ତାପ କରିବେ । ସାମାନ୍ୟ କଥାବାର୍ତ୍ତାକୁ ନେଇ ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । ଏଣୁ ଜଗିରଖି ଚଳନ୍ତୁ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହେବ। ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ।
ALSO READ: Shani Gochar 2025: ଏପ୍ରିଲ୍ ୨୮ରେ ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ୨୦୨୭ ପର୍ଯ୍ୟନ୍ତ ଧନୀ ରହିବେ ଏହି୫ ରାଶି!
ବୃଷ: କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଦୂର ସମ୍ପର୍କୀୟ ବନ୍ଧୁଙ୍କଠାରୁ ସାହାଯ୍ୟ ପାଇ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ ।
ମିଥୁନ:ଆଜି ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବ । ସ୍ୱାସ୍ଥ୍ୟ ଠିକ୍ ରହିବା ସହ ଅଟକିଥିବା ଧନ ମିଳିଯିବା ଫଳରେ ଉଚ୍ଚ ଆଶା ସଫଳ ହେବ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ବିଦେଶ ଯାତ୍ରାରେ ସଫଳ ହେବେ ।
କର୍କଟ: ଆଜି ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ନୂତନ ବ୍ୟବସାୟ ଆରମ୍ଭ କରିବେ। ପରିବାରରେ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ।
ସିଂହ: ଆଜି କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ନଚେତ୍ ଦୁର୍ଘଟଣାର ସମ୍ମୁଖିନ ହେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।
କନ୍ୟା: ରାଜନୈତିକ କ୍ଷେତ୍ରରେ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ୍ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ।
ତୁଳା: କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇ ଶାନ୍ତି ଲଭିବେ । ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବା ସହିତ ପଢ଼ାପଢ଼ିରେ ମନଯୋଗ ଦେଇ ସଫଳତା ଲାଭ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
ବିଛା: ଆଜି ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ। କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ।
ଧନୁ: ଆଜି କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ।
ମକର: କର୍ମକ୍ଷେତ୍ରରେ ଜନସେବା କରି ଯଶ,ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ରାଜନୀତି କ୍ଷେତ୍ରରେ ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିପାରନ୍ତି ।
କୁମ୍ଭ:ପରିବାରରେ ଛୋଟ ଛୋଟ କଥାକୁ ନେଇ ମନୋମାଳିନ୍ୟ,ସନ୍ଦେହ ଓ ଭୁଲ୍ ବୁଝାମଣା ଦେଖାଦେଇପାରେ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିବେ । ବିଳମ୍ବରେ ହେଲେ ମଧ୍ୟ କାର୍ଯ୍ୟ ହାସଲ କରିବେ । ପୁରାତନ ରୋଗର ଉପଶମ ହେବ । ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ।
ମୀନ: କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ ।ଦୂର ସମ୍ପର୍କୀୟ ବନ୍ଧୁଙ୍କଠାରୁ ସାହାଯ୍ୟ ପାଇ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ ।
ट्रेन्डिंग फोटोज़