Advertisement
Photo Details/zeeodisha/odisha2401755
photoDetails0hindi

Today Horoscope: ଏହିସବୁ ରାଶିଙ୍କ ପାଇଁ ମଙ୍ଗଳମୟ ହେବ ମଙ୍ଗଳବାର, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଆଜିର ଦିନ?

Horoscope Today 27 August 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅଗଷ୍ଟ ୨୭ ହେଉଛି ମଙ୍ଗଳବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

1/12

ମେଷ: ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବା ସହିତ ମାନସମ୍ମାନ ମିଳିବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବା ସହିତ ଅଚାନକ ଅର୍ଥପ୍ରାପ୍ତି ହେବ। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବାରୁ ମନ ଖୁସି ରହିବ।

ALSO READ: Janmashtami 2024: ଜନ୍ମାଷ୍ଟମୀରେ ଦୁର୍ଲଭ ସଂଯୋଗ, ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ!

2/12

ବୃଷ: ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ । ବ୍ୟବସାୟରେ ଲାଭ ପାଇବେ ଓ ବାକି ପଡ଼ିଥିବା ଅର୍ଥ ଆଦାୟ ହେବ । ଦୂରସ୍ଥାନକୁ ଗଲାବେଳେ ସାବଧାନତା ସହିତ ଯାଆନ୍ତୁ ଏବଂ କାହାରି ସହିତ କଳହ କରନ୍ତୁ ନାହିଁ । 

 

3/12

ମିଥୁନ: ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବାରୁ ମନ ଖୁସି ରହିବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ ଓ ସୁସ୍ୱାଦୁ ଭୋଜନ କରିବେ।ବ୍ୟବସାୟରେ ଲାଭ ମିଳିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ ।

4/12

କର୍କଟ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

 

5/12

ସିଂହ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।

 

6/12

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

 

7/12

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

8/12

ବିଛା: ବ୍ୟବସାୟରେ ଲାଭ ପାଇଲେ ମଧ୍ୟ କୌଣସି କାରଣ ପାଇଁ ଚିନ୍ତାରେ ରହିବେ । ନିର୍ମାଣାଧୀନ କାର୍ଯ୍ୟ ପାଇଁ ବ୍ୟସ୍ତ ରହିବେ ଓ ବନ୍ଧୁଙ୍କର ଆଗମନ ହେବ ନୂତନ ବ୍ୟବସାୟ ପାଇଁ ଋଣ କରିପାରନ୍ତି ଓ ବାକିପଡ଼ିଥିବା ଅର୍ଥ ଆଦାୟ ହେବ ।

 

9/12

ଧନୁ: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

 

10/12
ମକର: ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ । ଫଳରେ ମନ ଭାରାକ୍ରାନ୍ତ ହେବ। ବ୍ୟବସାୟରେ ଲାଭ ମିଳିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

11/12
  କୁମ୍ଭ: ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ଭ୍ରମଣ ଯୋଗ ରହିଛି। ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ମାନସମ୍ମାନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ପଦୋନ୍ନତି ହେବାରୁ ମନ ଖୁସି ରହିବ ।

12/12
  ମୀନ: ବହୁଦିନରୁ ଆଶା କରିଥିବା କାର୍ଯ୍ୟରେ ସଫଳତା ମିଳିବାରୁ ମନ ଭଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହିତ ଦୂରସ୍ଥାନକୁ ଯାତ୍ରା କରିବେ। ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବା ସହିତ ସୁସ୍ୱାଦୁ ଭୋଜନ କରିବେ।