Vakri Guru 2024: ନବରାତ୍ରୀରେ ବୃହସ୍ପତିଙ୍କ ଓଲଟା ଚଳନ, ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ!

Vakri Guru 2024: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଅକ୍ଟୋବର ୩ ତାରିଖ ଠାରୁ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି। ନବରାତ୍ରୀ ୩ ତାରିଖରୁ ଆରମ୍ଭ ହୋଇ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ମାସରେ ଦ୍ବୀତିୟ ସପ୍ତାହରେ (ଅକ୍ଟୋବର ୯) ସକାଳ ୭ଟା ୪୦ ମିନିଟ୍ ସମୟରେ ଦେବଗୁରୁ ବୃହସ୍ପତି ବୃଷ ରାଶିରେ ପୁଣି ଥରେ ଓଲଟା ଚଳନ କରିବେ। ନବରାତ୍ରୀରେ ବୃହସ୍ପତିଙ୍କ ଓଲଟା ଚଳନ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭଦାୟୀ ରହିବ। ବୃହସ୍ପତିଙ୍କୁ ସୁଖର କାରକ ବୋଲି ବିବେଚନା କରାଯାଏ। ତେବେ, ଆସନ୍ତୁ ଜାଣିବା ବୃହସ୍ପତିଙ୍କ ଏହି ଚଳନ କେଉଁ ରାଶିକୁ ଶୁଭଫଳ ପ୍ରଦାନ କରିବାକୁ ଯାଉଛି।...

Narmada Behera Tue, 01 Oct 2024-7:30 am,
1/4

ମେଷ: ଦେବଗୁରୁ ବୃହସ୍ପତିଙ୍କ ଓଲଟା ଚଳନ ଏହି ରାଶିକୁ ଧନବାନ୍ କରିବ। ବିଶେଷକରି, ଦିର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମକ୍ଷେତ୍ରରୁ ଶୁଭଫଳ ପାଇବେ।  ମହିଳାମାନେ କର୍ମକ୍ଷେତ୍ରରେ ସମ୍ମାନୀତ ହେବେ। ପଦୋନ୍ନତି ମିଳିବା ସହ ଦରମା ବୃଦ୍ଧି ହେବ। ପ୍ରତ୍ୟକ କାର୍ଯ୍ୟରେ ଭାଗ୍ୟ ଆପଣଙ୍କ ସାଥ୍ ଦେବ। ଘରେ କୌଣସି ପ୍ରକାର ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ବ୍ୟବସାୟୀଙ୍କ ପାଇଁ ସମୟ ବେଶ୍ ଅନୁକୂଳ ରହିବ।  ବ୍ୟବସାୟରେ ବଡ଼ ଡିଲ୍ ଫାଇନାଲ୍ କରିବା ସହିତ ବାକି ପଡିଥିବା ଟଙ୍କା ମିଳିବ। ବିଶେଷକରି, ଆର୍ଥିକ ଦେଣନେଣ ପାଇଁ ସମୟ ଭଲ ରହିବ। ଯେଉଁମାନେ କମ୍ପିଟେଟିଭ୍ ଏକ୍ସାମ୍ ପାଇଁ ପ୍ରସ୍ତୁତ ହେଉଛନ୍ତି। ସେମାନେ ଭଲ ରେଜଲ୍ଟ କରିବେ।  ମାନସିକ ଶାନ୍ତି ମିଳିବା ସହ ସ୍ବାସ୍ଥ୍ୟ ଭଲ ରହିବ। 

ALSO READ: Today Horoscope: ଏହିସବୁ ରାଶିଙ୍କ ପାଇଁ ମଙ୍ଗଳମୟ ହେବ ମଙ୍ଗଳବାର, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଆଜିର ଦିନ? ମୂଲ୍ୟ

ALSO READ: Weekly Special Horoscope: ଏହିସବୁ ରାଶିଙ୍କ ପାଇଁ ଆଗମୀ ସପ୍ତାହ ରହିବ ଅତ୍ୟନ୍ତ ଶୁଭ, କର୍ମକ୍ଷେତ୍ରରୁ ମିଳିବ ଖୁସି ଖବର ସହ ବ୍ୟବସାୟରୁ ମିଳିବ ଲାଭ!

2/4

ବୃଷ: ଏ-ହି ରାଶିରେ ଦେବଗୁରୁ ବୃହସ୍ପତିଙ୍କ ଓଲଟା ଚଳନ ବୃଷ ରାଶି ଲୋକଙ୍କ ପାଇଁ ବେଶ୍ ଶୁଭଦାୟୀ ରହିବ। ବିଶେଷ କରି କଳା, ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ପାଇଁ ସମୟ ଭଲ ରହିବ। କୌଣସି ସ୍ଥାନରେ  ଅର୍ଥାତ୍ ସଭା -ସମିତିରେ ସମ୍ମାନୀତ ହୋଇପାରନ୍ତି। ଆତ୍ମ ବିଶ୍ବାସ ବୃଦ୍ଧି ପାଇବା ସହ ଅଧା ପଡିଥିବା କାର୍ଯ୍ୟକୁ ଶେଷ କରିବାରେ ସଫଳ ହେବେ। ବ୍ୟବସାୟୀମାନେ ଆର୍ଥିକ ଦୃଷ୍ଟିକୋଣରୁ ଲାଭବାନ୍ ହେବେ। ଅବିବାହିତ ଲୋକଙ୍କ ପାଇଁ ଘରକୁ ଭଲ ବିବାହ ପ୍ରସ୍ତାବ ଆସିବ। ସ୍ବାସ୍ଥ୍ୟରେ ଉନ୍ନତି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହ ନିଜ ପରିବାର ଲୋକଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ଆୟ-ବ୍ୟୟ ସମାନ ରହିବ।

 

3/4

ମିଥୁନ:  ବୃହସ୍ପତିଙ୍କ ଓଲଟା ଚଳନର ପ୍ରଭାବ ମିଥୁନ ରାଶି ଉପରେ ମଧ୍ୟ ଦେଖିବାକୁ ମିଳିବ। ବ୍ୟବସାୟୀମାନେ ଅଗ୍ରଗତି କରିବା ସହ ଲାଭବାନ୍ ହେବେ। ପ୍ରତ୍ୟକ କାର୍ଯ୍ୟରେ ପରିବାର ଲୋକଙ୍କ ଠାରୁ ପୂର୍ଣ୍ଣ ସମର୍ଥନ ପାଇବେ। ପୁରୁଣା ରୋଗରୁ ମୁକ୍ତି ମିଳିବ। କର୍ମକ୍ଷେତ୍ରରେ ଆପଣଙ୍କ କାର୍ଯ୍ୟକୁ ବରିଷ୍ଠ ଅଧିକାରୀ ଭୁରି ଭୁରି ପ୍ରଶଂସା କରିବେ। ପଦୋନ୍ନତି ମିଳିବା ଖବର ଚର୍ଚ୍ଚା ନେଇ ମନ ଖୁସି ରହିବ। ପୌତୃକ ସମ୍ପତ୍ତିରୁ ଲାଭ ପାଇବେ। ଗାଡି଼ କିମ୍ବା ନୂତନ ଘର କିଣିପାରନ୍ତି। ନିଜ ସନ୍ତାନମାନଙ୍କ ଠାରୁ କୌଣସି ଖୁସି ଖବର ଶୁଣିବାକୁ ମିଳିବ। ନୂଆକରି ବିବାହ କରିଥିବା ଲୋକେ ସନ୍ତାନ ପ୍ରାପ୍ତି ନେଇ ଖୁସି ଖବର ପାଇପାରନ୍ତି। ଆୟ ଠାରୁ ବ୍ୟୟ ଅଧିକ ରହିବ। ଦିର୍ଘ ଦିନ ଧରି ଅଧା ରହିଥିବା କାର୍ଯ୍ୟକୁ ଶେଷ କରିବାରେ ସଫଳ ହେବେ। ଏହି ଏବଧି ମଧ୍ୟରେ ନୂତନ ଘର କିମ୍ବା ଜମି କିଣିବେ। 

4/4

ଧନୁ:  ବୃହସ୍ପତିଙ୍କ ଓଲଟା ଚଳନ ବା ବକ୍ରୀ ହେବା ଏହି ରାଶି ପାଇଁ ବେଶ ଫଳଦାୟୀ ରହିବ।  ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜବୁତ୍ ହେବ। ଆୟର ନୂତନ ଉତ୍ସ ଖୋଲିବ। ସେୟାର ମାର୍କେଟ୍ ରୁ ଅଧିକ ଲାଭବାନ୍ ହେବେ। ବିଶେଷକରି ପ୍ରଶାସନିକ, ଡାକ୍ତରୀ ଓ ରିସର୍ଚ୍ଚ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ରହିବ। ବ୍ୟବସାୟୀମାନଙ୍କ ପାଇଁ ସମୟ ଖାସ୍ ରହିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଅଧିକ ଲାଭ ପାଇବେ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି । ସେମାନଙ୍କୁ ଭଲ ଚାକିରି ମିଳିବ। ପରିବାରରେ ଶୁଭ କାର୍ଯ୍ୟ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରେମୀମାନଙ୍କ ପାଇଁ ସମୟ ଅତ୍ୟନ୍ତ ଭଲ ରହିବ। ସାଥୀଙ୍କ ସହ ଏକ ରୋମାଣ୍ଟିକ୍ ଡେଟ୍ ରେ ଯିବେ। କିନ୍ତୁ ସ୍ବାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ। ଗାଡ଼ି ଚାଳନା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।

(Disclamer: ଉପରେ ଦିଆଯାଇଥିବା ସୂଚନା ZEE ODISHA NEWSର ନିଜସ୍ୱ ମତ ନୁହେଁ। ଜ୍ୟୋତିଷ ଶାସ୍ତ୍ର, ପଞ୍ଚାଙ୍ଗ, ପୁରାଣ ତଥ୍ୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି ତଥ୍ୟ ପ୍ରଦାନ କରାଯାଇଛି। ଏଥିପାଇଁ ZEE ODISHA NEWS ଦାୟୀ ରହିବ ନାହିଁ।)

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link