ପ୍ରତିଦିନ ସକାଳେ ଖାଆନ୍ତୁ ଗଜା ବୁଟ, ମିଳିବ ଏସବୁ ଜବରଦସ୍ତ ଲାଭ
Advertisement

ପ୍ରତିଦିନ ସକାଳେ ଖାଆନ୍ତୁ ଗଜା ବୁଟ, ମିଳିବ ଏସବୁ ଜବରଦସ୍ତ ଲାଭ

Sprouted Gram: ଅଙ୍କୁରିତ ବା ଗଜା ବୁଟ (Sprouted gram) କୋମଳ, କ୍ଷୁଧା ବୃଦ୍ଧିକାରୀ, ବୀର୍ଯ ବୃଦ୍ଧିକାରୀ, ଶକ୍ତି ବୃଦ୍ଧିକାରୀ, ରକ୍ତ ସଫା, ପ୍ରୋଟିନରେ ଭରପୂର ତଥା ଥଣ୍ଡା ହୋଇଥାଏ । ଜାଣନ୍ତୁ ଗଜା ବୁଟ ଖାଇବାର ଫାଇଦା…

ପ୍ରତିଦିନ ସକାଳେ ଖାଆନ୍ତୁ ଗଜା ବୁଟ, ମିଳିବ ଏସବୁ ଜବରଦସ୍ତ ଲାଭ

ନୂଆଦିଲ୍ଲୀ: Sprouted Gram: ଆଜିକାଲି କୋରୋନା ମହାମାରୀ ବିପର୍ଯ୍ୟସ୍ତ ମଧ୍ୟ ଦେଇ ଜୀବନ ଜିଇବାକୁ ପଡୁଛି । ଏପରି ପରିସ୍ଥିତିରେ ଆଜି ଆମେ ଆପଣଙ୍କୁ ସୁସ୍ଥ ରହିବା ପାଇଁ କିଛି ଉପାୟ କହିବାକୁ ଯାଉଛୁ । ସିଝା ହୋଇଥିବା ବୁଟ (Boiled Gram) ପିତ୍ତ ଓ କଫକୁ ଦୂର କରିଥାଏ । କିନ୍ତୁ ଅଙ୍କୁରିତ ବା ଗଜା ବୁଟ (Sprouted gram) କୋମଳ, କ୍ଷୁଧା ବୃଦ୍ଧିକାରୀ, ବୀର୍ଯ ବୃଦ୍ଧିକାରୀ, ଶକ୍ତି ବୃଦ୍ଧିକାରୀ, ରକ୍ତ ସଫା, ପ୍ରୋଟିନରେ ଭରପୂର ତଥା ଥଣ୍ଡା ହୋଇଥାଏ । ଜାଣନ୍ତୁ ଗଜା ବୁଟ ଖାଇବାର ଫାଇଦା…

୧. ଶାରୀରିକ ଦୁର୍ବଳତାକୁ ଦୂର କରିବା ପାଇଁ, ଶରୀରକୁ ମଜବୁତ କରିବା ପାଇଁ ତଥା ଓଜନ ବଢ଼ାଇବା ପାଇଁ ସନ୍ଧ୍ୟାରେ ଦୁଇ ମୁଠାଏ ବୁଟକୁ ବିଶୁଦ୍ଧ ପାଣିରେ ଭିଜାଇ ଦିଅନ୍ତୁ । ଏହାପରେ ଏହି ଅଙ୍କୁରିତ ହେବା ପରେ ଏହାକୁ ଚୋବାଇ ଚୋବାଇ ଖାଆନ୍ତୁ ।

୨. ଲୁଣ ନ ମିଶାଇ ଗଜା ବୁଟ ଚୋବାଇ  ଖାଇଲେ ତ୍ୱଚା ସୁସ୍ଥ ରହେ ଓ ଏହା ଚିକ୍କଣ ଦିଶେ । କାଛୁ କୁଣ୍ଡିଆ ଭଳି ରୋଗ ମଧ୍ୟ ହୋଇ ନ ଥାଏ ।

୩. ଦୁର୍ବଳ ହୃଦୟ ଥିବା ବ୍ୟକ୍ତିମାନେ ପ୍ରତିଦିନ ଗଜା ବୁଟ ଖାଇବା ଉଚିତ । ଏହି ଚନାରେ ପ୍ରଚୁର ମାତ୍ରାରେ ମ୍ୟାଗ୍ନେସିୟମ୍ ଓ ଫୋଲେଟ୍ ଥାଏ । ଯାହା କୋଲେଷ୍ଟ୍ରଲ୍ ହ୍ରାସ କରିବାରେ ସହାୟକ ହୋଇଥାଏ ।

୪. ପ୍ରତିଦିନ ସକାଳେ ଗଜା ବୁଟ ଖାଇଲେ ପାଚନ ତନ୍ତ୍ର ସୁସ୍ଥ ହୋଇଯାଏ । କାରଣ ଏଥିରେ ପ୍ରଚୁର ମାତ୍ରାରେ ଫାଇବର୍‌ ଥାଏ ।

ଏହା ବି ପଢ଼ନ୍ତୁ:-ହିନ୍ଦୁ ଧର୍ମକୁ ନେଇ ଏ କ’ଣ କହିଗଲେ ଅଖିଳେଶ?

ଏହା ବି ପଢ଼ନ୍ତୁ:-ସାଧାରଣ ଜନତାଙ୍କୁ ଡବଲ ଝଟକା: ପୁଣି ବଢ଼ିଲା LPG ର ଦାମ୍, ଜାଣନ୍ତୁ ଆଜି କେତେ ଟଙ୍କା ମହଙ୍ଗା ହେଲା ସିଲିଣ୍ଡର

ଏହା ବି ପଢ଼ନ୍ତୁ:-ଦୁଷ୍କର୍ମ ପରେ ପୀଡ଼ିତାଙ୍କ କ'ଣ ପାଇଁ କରାଯାଇଥାଏ 'ଟୁ ଫିଙ୍ଗର ଟେଷ୍ଟ୍', ଜାଣନ୍ତୁ ଏହା ପଛର କାରଣ

୫. ଗଜା ବୁଟ ଖାଇଲେ ଶରୀରରେ ପ୍ରଜନନ କ୍ଷମତା ବୃଦ୍ଧି ପାଇଥାଏ ।

୬. ରକ୍ତହୀନତା ରୋଗ ମହିଳାମାନଙ୍କଠାରେ ଅଧିକ ଦେଖାଯାଏ । ସେମାନେ ଅଙ୍କୁରିତ ବୁଟ, ଗହମର ବେସନ ମିଶାଇ ରୁଟି କିମ୍ବା ଅନ୍ୟ ଉପାୟ ସେବନ କରିବା ଆବଶ୍ୟକ । ଏଥିରୁ ଲାଭ ମିଳିଥାଏ ।

୭. ଯଦି ରକ୍ତଚାପ ଥାଏ । ତେବେ ଗଜା ବୁଟ ଖାଇବା ଉଚିତ । କାରଣ ଏହା ରକ୍ତବାହୀକୁ ସ୍ୱାଭାବିକ କରିଥାଏ । ଯାହା ଉଚ୍ଚ ରକ୍ତଚାପର ଆଶଙ୍କା ହ୍ରାସ କରିଥାଏ ।

୮. ଯଦି ଆପଣଙ୍କର ମୂତ୍ରଜନିତ ସମସ୍ୟା ଥାଏ । ତେବେ ଗଜା ବୁଟ ଖାଇବା ଦ୍ୱାରା  ସେହି ସମସ୍ୟା ରହିବ ନାହିଁ । ଏହା ପାଇଲ୍ସ ପାଇଁ ମଧ୍ୟ ଉପକାରୀ ହୋଇଥାଏ ।