ପ୍ରତିଦିନ ସକାଳେ ଖାଆନ୍ତୁ ଗଜା ବୁଟ, ଜାଣନ୍ତୁ ଏହାର ଉପକାରିତା
Advertisement
Article Detail0/zeeodisha/odisha880215

ପ୍ରତିଦିନ ସକାଳେ ଖାଆନ୍ତୁ ଗଜା ବୁଟ, ଜାଣନ୍ତୁ ଏହାର ଉପକାରିତା

ଶାରୀରିକ ଦୁର୍ବଳତାକୁ ଦୂର କରିବା ପାଇଁ, ଶରୀରକୁ ମଜବୁତ କରିବା ପାଇଁ ତଥା ଓଜନ ବଢ଼ାଇବା ପାଇଁ ସନ୍ଧ୍ୟାରେ ଦୁଇ ମୁଠା ବୁଟ ଟଣାକୁ ବିଶୁଦ୍ଧ ପାଣିରେ ଭିଜାଇ ଦିଅନ୍ତୁ । ଏହାପରେ ଏହି ଅଙ୍କୁରିତ ହେବା ପରେ ଏହାକୁ ଚୋବାଇ ଚୋବାଇ ଖାଆନ୍ତୁ ।

ପ୍ରତିଦିନ ସକାଳେ ଖାଆନ୍ତୁ ଗଜା ବୁଟ, ଜାଣନ୍ତୁ ଏହାର ଉପକାରିତା

ଆଜିକାଲି କୋରୋନା ମହାମାରୀ ବିପର୍ଯ୍ୟସ୍ତ ମଧ୍ୟ ଦେଇ ଜୀବନ ଜିଇବାକୁ ପଡୁଛି । ଏପରି ପରିସ୍ଥିତିରେ ଆଜି ଆମେ ଆପଣଙ୍କୁ ସୁସ୍ଥ ରହିବା ପାଇଁ କିଛି ଉପାୟ କହିବାକୁ ଯାଉଛୁ । ସିଝା ହୋଇଥିବା ବୁଟ (Boiled Gram) ପିତ୍ତ ଓ କଫକୁ ଦୂର କରିଥାଏ । କିନ୍ତୁ ଅଙ୍କୁରିତ ବୁଟ (Sprouted gram) କୋମଳ, କ୍ଷୁଧା ବୃଦ୍ଧିକାରୀ, ବୀର୍ଯ ବୃଦ୍ଧିକାରୀ, ଶକ୍ତି ବୃଦ୍ଧିକାରୀ, ରକ୍ତ ସଫା, ପ୍ରୋଟିନରେ ଭରପୂର ତଥା ଥଣ୍ଡା ହୋଇଥାଏ । ଜାଣନ୍ତୁ ଅଙ୍କୁରିତ ବୁଟ ଖାଇବାର ଫାଇଦା…

ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କୁ ସ୍ୱାସ୍ଥ୍ୟ ଯୋଜନାରେ ମିଳିବ ନୂତନ ସୁବିଧା, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

1. ଶାରୀରିକ ଦୁର୍ବଳତାକୁ ଦୂର କରିବା ପାଇଁ, ଶରୀରକୁ ମଜବୁତ କରିବା ପାଇଁ ତଥା ଓଜନ ବଢ଼ାଇବା ପାଇଁ ସନ୍ଧ୍ୟାରେ ଦୁଇ ମୁଠାଏ ବୁଟକୁ ବିଶୁଦ୍ଧ ପାଣିରେ ଭିଜାଇ ଦିଅନ୍ତୁ । ଏହାପରେ ଏହି ଅଙ୍କୁରିତ ହେବା ପରେ ଏହାକୁ ଚୋବାଇ ଚୋବାଇ ଖାଆନ୍ତୁ ।

2. ଦୁର୍ବଳ ହୃଦୟ ଥିବା ବ୍ୟକ୍ତିମାନେ ପ୍ରତିଦିନ ଅଙ୍କୁରିତ ବୁଟ ଖାଇବା ଉଚିତ । ଏହି ଚନାରେ ପ୍ରଚୁର ମାତ୍ରାରେ ମ୍ୟାଗ୍ନେସିୟମ୍ ଏବଂ ଫୋଲେଟ୍ ଥାଏ । ଯାହା କୋଲେଷ୍ଟ୍ରଲ୍ ହ୍ରାସ କରିବାରେ ସହାୟକ ହୋଇଥାଏ ।

3. ରକ୍ତହୀନତା ରୋଗ ମହିଳାମାନଙ୍କଠାରେ ଅଧିକ ଦେଖାଯାଏ । ସେମାନେ ଅଙ୍କୁରିତ ବୁଟ, ଗହମର ବେସନ ମିଶାଇ ରୁଟି କିମ୍ବା ଅନ୍ୟ ଉପାୟ ସେବନ କରିବା ଆବଶ୍ୟକ । ଏଥିରୁ ଲାଭ ମିଳିଥାଏ ।

4. ଯଦି ରକ୍ତଚାପ ଥାଏ । ତେବେ ଅଙ୍କୁରିତ ବୁଟ ଖାଇବା ଉଚିତ । କାରଣ ଏହା ରକ୍ତବାହୀକୁ ସ୍ୱାଭାବିକ କରିଥାଏ । ଯାହା ଉଚ୍ଚ ରକ୍ତଚାପର ଆଶଙ୍କା ହ୍ରାସ କରିଥାଏ ।