Today  Horoscope 29 May 2023: ମେଷ- ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ। ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ। ସେବା ପୂଜା ପାଇଁ ମନ ବଳିବ। ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ। ଦୂରଯାତ୍ରା ଶୁଭମୟ।


COMMERCIAL BREAK
SCROLL TO CONTINUE READING

ବୃଷ- ଶରୀର ଅସୁସ୍ଥ ରହିବ । ଚିଡିଚିଡା ସ୍ୱଭାବର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପଲାଭ ଯୁକ୍ତ ହେବ । ସନ୍ତାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ । 


ମିଥୁନ- ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ ।  ପାରିବାରିକ ସୁଖଶାନ୍ତି ଲାଭ କରିବେ । ବ୍ୟାଙ୍କିଙ୍ଗ୍‌, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।  


କର୍କଟ- ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।  


ସିଂହ- ଶାରୀରିକ କ୍ଲେଶ ବୃଦ୍ଧିପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।


କନ୍ୟା- ଶାରୀରିକ ଅସୁସ୍ଥତା ଦେଖାଦେବ । କର୍ମକ୍ଷେତ୍ରରେ ଉନ୍ନତି ଘଟିବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ଦୂରଯାତ୍ରା କରନ୍ତୁ ନାହିଁ ।


ତୁଳା- ଶାରୀରିକ ଯନ୍ତ୍ରଣା ଦେଖାଦେଇପାରେ । ମାନସିକ ଶାନ୍ତି ବଜାୟ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ  ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦୂରଯାତ୍ରା କରନ୍ତୁ ନାହିଁ ।  


ବିଛା- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । 


ଧନୁ- ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।  


ମକର- ଦୃଢମନା ହେବେ । କର୍ମକ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।  


କୁମ୍ଭ- ଦେହ ଅସୁସ୍ଥ ହୋଇପାରେ । କର୍ମକ୍ଷେତ୍ରରେ ମଧ୍ୟମ ଧରଣର ଫଳ ମିଳିବ । ଉପରିସ୍ଥ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ଆୟ ବ୍ୟୟ ସମାନ ରହିବ ।  ଦୂରଯାତ୍ରା ନକରିବା ଭଲ ।


ମୀନ- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ବ୍ୟସ୍ତତା ମଧ୍ୟେ ଦିନ କାଟିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ ।