Advertisement
Article Detail0/zeeodisha/odisha2773393
Zee OdishaOdisha LifeStyle and OthersSabitri Brata 2025: ଆଜି ସାବିତ୍ରୀ ବ୍ରତ, ଜାଣନ୍ତୁ ପୂଜା କରିବାର ଶୁଭ ସମୟ

Sabitri Brata 2025: ଆଜି ସାବିତ୍ରୀ ବ୍ରତ, ଜାଣନ୍ତୁ ପୂଜା କରିବାର ଶୁଭ ସମୟ

ଭୁବନେଶ୍ୱର: ଆଜି ପବିତ୍ର ସାବିତ୍ରୀ ଅମାବାସ୍ୟା । ସ୍ବାମୀଙ୍କ ମଙ୍ଗଳ ମନାସୀ ବ୍ରତ ପାଳୁଛନ୍ତି ସଧବା ନାରୀ । ପୌରାଣିକ ବିଶ୍ୱାସ ଅନୁଯାୟୀ ଯମରାଜଙ୍କ ପଛରେ ଯାଇ ସ୍ବାମୀ ସତ୍ୟବାନଙ୍କ ଜୀବନ ଫେରାଇ ଆଣିଥିଲେ ସାବିତ୍ରୀ। ରାଜ୍ୟର ବିଭିନ୍ନ ପୀଠରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଫଳ, ନୂଆ ଶାଢୀ, ସଙ୍ଖା, ସିନ୍ଦୁର ଓ

Sabitri Brata 2025: ଆଜି ସାବିତ୍ରୀ ବ୍ରତ, ଜାଣନ୍ତୁ ପୂଜା କରିବାର ଶୁଭ ସମୟ

Sabitri Brata 2025: ଭୁବନେଶ୍ୱର: ଆଜି ପବିତ୍ର ସାବିତ୍ରୀ ଅମାବାସ୍ୟା । ସ୍ବାମୀଙ୍କ ମଙ୍ଗଳ ମନାସୀ ବ୍ରତ ପାଳୁଛନ୍ତି ସଧବା ନାରୀ । ପୌରାଣିକ ବିଶ୍ୱାସ ଅନୁଯାୟୀ ଯମରାଜଙ୍କ ପଛରେ ଯାଇ ସ୍ବାମୀ ସତ୍ୟବାନଙ୍କ ଜୀବନ ଫେରାଇ ଆଣିଥିଲେ ସାବିତ୍ରୀ। ରାଜ୍ୟର ବିଭିନ୍ନ ପୀଠରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଫଳ, ନୂଆ ଶାଢୀ, ସଙ୍ଖା, ସିନ୍ଦୁର ଓ ଅଳତା ନେଇ ବିଭିନ୍ନ ପୀଠରେ  ପୂଜାର୍ଚ୍ଚନା କରୁଛନ୍ତି। ଘରେ ଘରେ ବି ସାବିତ୍ରୀଙ୍କ ପ୍ରତିମା ଗଢି ପୂଜା କରୁଛନ୍ତି ସଧବା।  ତିଥି ଅନୁଯାୟୀ ଆଜି ୨୬ ମଇ ଅର୍ଥାତ ଜ୍ୟୋଷ୍ଠ ମାସ ଅମାବାସ୍ୟା ତିଥିରେ ସାବିତ୍ରୀ ବ୍ରତ ପାଳନ କରାଯାଉଛି। ଆଜି ଦିନ ୧୨ଟା ୧୧ ମିନିଟରୁ ଏହି ଅମାବାସ୍ୟା ତିଥି ଆରମ୍ଭ ହୋଇ ପରଦିନ ଅର୍ଥାତ ମଇ ୨୭ ସକାଳ ୮ଟା ୩୧ ମିନିଟରେ ଶେଷ ହେବ। ସେଥିପାଇଁ ୨୬ ମଇ ୨୦୨୫ରେ ସାବିତ୍ରୀ ବ୍ରତକୁ ପାଳନ କରାଯାଉଛି। 

ଶୁଭ ମୁହୂର୍ତ୍ତ
ସୂର୍ଯ୍ୟୋଦୟ – ସକାଳ ୦୫:୨୭ ରେ
ସୂର୍ଯ୍ୟାସ୍ତ – ସନ୍ଧ୍ୟା ୦୭:୧୧
ବ୍ରହ୍ମ ମୁହୂର୍ତ୍ତ – ସକାଳ ୦୪:୦୩ ରୁ ସକାଳ ୦୪:୪୪ ପର୍ଯ୍ୟନ୍ତ
ବିଜୟ ମୁହୂର୍ତ୍ତ – ଅପରାହ୍ନ ୦୨:୩୬ ରୁ ଅପରାହ୍ନ ୦୩:୩୧ ପର୍ଯ୍ୟନ୍ତ
ଗୋଧୂଳି ସମୟ – ସନ୍ଧ୍ୟା ୦୭:୧୬ ରୁ ସନ୍ଧ୍ୟା ୦୭:୩୬ ପର୍ଯ୍ୟନ୍ତ
ନିଶିତା ମୁହୁର୍ତ୍ତ – ରାତି ୧୧:୫୮ ରୁ ୧୨:୩୯ ପର୍ଯ୍ୟନ୍ତ
ଅଭିଜିତ୍ ମୁହୁର୍ତ୍ତ – ସକାଳ ୧୧:୫୨ ରୁ ୧୨:୪୮ ପର୍ଯ୍ୟନ୍ତ

ପୌରାଣିକ କଥାବସ୍ତୁ
ମହାଭାରତ ମତେ ମଦ୍ର ଦେଶରେ ଅଶ୍ୱପତି ନାମରେ ଜଣେ ରାଜା ରାଜତ୍ୱ କରୁଥିଲେ। ସେ ସାବିତ୍ରୀଦେବୀଙ୍କୁ କନ୍ୟା ରୂପେ ପାଇବା ପାଇଁ ଏକଦା ଯଜ୍ଞର ଆୟୋଜନ କଲେ । ନିର୍ଦ୍ଦିଷ୍ଟ ସମୟ ଉପନୀତ ଉତ୍ତାରୁ ଦେବୀ ଅଶ୍ୱପତିଙ୍କୁ ଦର୍ଶନ ଦେଇ ଇପ୍‌ସିତ ବର ମାଗିବାକୁ କହିଲେ । ରାଜା ନିଃସନ୍ତାନ ଥିବାରୁ ପୁତ୍ରସନ୍ତାନ ପାଇଁ ଦେବୀଙ୍କ ପାଖରେ ମିନତୀ କଲେ । ଦେବୀ ରାଜାଙ୍କୁ ପୁତ୍ରସନ୍ତାନ ଲାଭ କରିବା ଯୋଗ ନ'ଥିବା ସୂଚାଇ ଦେଲେ ଏବଂ ଏକ ଉତ୍ତମ କନ୍ୟା ହେବାର ଆଶୀର୍ବାଦ ଦେଇ ଅନ୍ତର୍ଦ୍ଧାନ ହୋଇଗଲେ । ଉପଯୁକ୍ତ ସମୟରେ ଦେବୀଙ୍କ କୃପାରୁ ଅଶ୍ୱପତିଙ୍କ ପତ୍ନୀଙ୍କ କୋଳରେ କନ୍ୟାଟିଏ ଜାତ ହେଲା । ସାବିତ୍ରୀ (ଗାୟତ୍ରୀ)ଙ୍କୁ ଉପାସନା କରି ତାଙ୍କ ଆଶୀର୍ବାଦରୁ କନ୍ୟା ସନ୍ତାନଟିଏ ଲାଭ କରି ତାହର ନାମ ସାବିତ୍ରୀ ରଖିଥିଲେ । ଗାୟତ୍ରୀ କ୍ରମେ ଯୌବନରେ ପାଦ ଦେବାପରେ ପିତା ଅଶ୍ୱପତିଙ୍କ ଆଦେଶମତେ ନିଜ ଇଚ୍ଛାରେ ବର ଖୋଜିବାକୁ ସମ୍ମତି ପ୍ରକାଶ କରି ସହଚରୀମାନଙ୍କ ସହ ପତି ଅନ୍ୱେଷଣାର୍ଥେ ଭ୍ରମଣ କରିବାକୁ ବାହାରିଲେ।

Add Zee News as a Preferred Source

ଶାଲ୍ୱଦେଶର ରାଜା ଦ୍ୟୁମତସେନଙ୍କ ଔରସରେ ଶୈବ୍ୟାଙ୍କ ଗର୍ଭରୁ ସତ୍ୟବାନ ଜନ୍ମଗ୍ରହଣ କରିଥିଲେ । ଦୈବୀ ଦୁର୍ବିପାକରୁ ସତ୍ୟବାନଙ୍କ ଶୈଶବାସ୍ଥାରେ ଦ୍ୟୁମତସେନ ଅନ୍ଧ ଓ ଭ୍ରଷ୍ଟରାଜ୍ୟ ହୋଇ ବନବାସୀ ହୋଇ ଥିଲେ। ସତ୍ୟବାନ ବଣରେ ଫଳମୂଳ ଖାଇ ମୁନିବୃତ୍ତି ଅବଲମ୍ବନ କରି ଭକ୍ତି ସହକାରେ ପିତାମାତାଙ୍କର ସେବା କରୁଥିଲେ।

ସାବିତ୍ରୀ ଭ୍ରମଣ କରୁ କରୁ ସେହି ବଣରେ ପହଞ୍ଚି ସତ୍ୟବାନଙ୍କ ଅସୀମ ପିତୃଭକ୍ତି, ଧର୍ମପରାୟଣାତା ଓ ରୂପରେ ମୁଗ୍ଧା ହୋଇ ଐଶ୍ୱର୍ଯ୍ୟ ଭୋଗଲାଳସା ତ୍ୟାଗ କରି ଏହାଙ୍କ ସଙ୍ଗରେ ଜୀବନଯାପନ କରିବା ପାଇଁ ସଂକଳ୍ପ କରି ସତ୍ୟବାନଙ୍କୁ ପତିରୂପେ ମନୋନୀତ କରି ରାଜଧାନୀକୁ ଫେରି ପିତାଙ୍କୁ ଜଣାଇଲେ। ଏହି ସମୟରେ ନାରଦ ଉପସ୍ଥିତ ହୋଇ ସତ୍ୟବାନଙ୍କ ପରମାୟୁ ଆଉ ମାତ୍ର ଏକ ବର୍ଷ ଥିବା ଜଣାଇ, ନିଜ ମତ ବଦଳାଇବାକୁ ସାବିତ୍ରୀଙ୍କୁ ଅନୁରୋଧ କଲେ। ମାତ୍ର ସାବିତ୍ରୀ ଏ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି ନିଜ ନିଷ୍ପତ୍ତିରେ ଅଟଳ ରହିଲେ। ଅଗତ୍ୟା ଉଭୟ ପକ୍ଷଙ୍କ ପିତାମାତାଙ୍କ ଅନୁମତି କ୍ରମେ ସାବିତ୍ରୀଙ୍କର ସତ୍ୟବାନଙ୍କ ସହିତ ଯଥାରୀତି ବିବାହ ସମ୍ପନ୍ନ ହେଲା । ବିବାହ ପରେ ସାବିତ୍ରୀ ପିତୃଗୃହର ରାଜ ସମ୍ପଦ, ବିଳାସ ଓ ଦାସଦାସୀ ବର୍ଗଙ୍କୁ ତ୍ୟାଗ କରି ସ୍ୱାମୀଙ୍କ ସହିତ ତପୋବନର କୁଟୀରରେ ରହି ଶାଶୁ ଓ ଶ୍ୱଶୁରଙ୍କ ସେବାରେ ଲାଗିଲେ ।

ବିବାହର ଏକ ବର୍ଷ ପୂରିବାକୁ ତିନି ଦିନ ପୂର୍ବରୁ ସାବିତ୍ରୀ ତ୍ରିରାତ୍ର-ବ୍ରତ ଅବଲମ୍ବନ କଲେ । ଅନନ୍ତର ଯେଉଁଦିନ ଏକ ବର୍ଷ ପୂର୍ଣ୍ଣ ହେବ ଓ ସତ୍ୟବାନଙ୍କର ପରମାୟୁ ଶେଷ ହେବ, ସେ ଦିନ ସତ୍ୟବାନ ଫଳମୂଳ ଓ ସମିଧ ସଂଗ୍ରହ କରିବାକୁ ବଣକୁ ଯିବାବେଳେ ସାବିତ୍ରୀ ତାଙ୍କ ସଙ୍ଗରେ ଗଲେ । ବଣରେ ସତ୍ୟବାନ ଅଶ୍ୱସ୍ତି ବୋଧ କରିବାରୁ ସାବିତ୍ରୀଙ୍କ କୋଳରେ ମୁଣ୍ଡ ରଖି ନିଦ୍ରା ଗଲେ ଓ ତାହାହିଁ ତାଙ୍କର ମହାନିଦ୍ରା (ମୃତ୍ୟୁ) ହେଲା । କିନ୍ତୁ ସାବିତ୍ରୀ ନିଜ ମୃତ ସ୍ୱାମୀଙ୍କ ମସ୍ତକକୁ ନିଜ କ୍ରୋଡ଼ରେ ରଖି ସେହିଠାରେ ବସି ରହିଲେ । ଯମଦୂତମାନେ ସତ୍ୟବାନଙ୍କ ଜୀବ ନେବା ପାଇଁ ଆସି ସାଧ୍ୱୀ ସାବିତ୍ରୀଙ୍କ ନିକଟରୁ ଛଡ଼ାଇ ନେଇ ନ ପାରି ଫେରିଗଲେ। ବିଫଳ ଯମଦୂତଙ୍କଠାରୁ ଖବର ପାଇ ନିଜେ ଯମ ଆସି ସେଠାରେ ପହଞ୍ଚି ସତ୍ୟବାନଙ୍କ ଜୀବ ଧରି ବାହାରିଲେ। ସାବିତ୍ରୀ ମଧ୍ୟ ଯମଙ୍କୁ ଅନୁଗମନ କଲେ। ଯମରାଜା ଏହାଙ୍କ ପତିଭକ୍ତି ଓ ସ୍ତୁତିପାଠରେ ତୁଷ୍ଟ ହୋଇ ସତ୍ୟବାନଙ୍କ ବଦଳରେ ତିନୋଟି ବର ଦେବାକୁ ସତ୍ୟକଲେ ସର୍ତ୍ତ ରଖିଲେ ଯେ ସତ୍ୟବାନଙ୍କ ଜୀବନ ବଦଳରେ ଆଉ ଯାହା କିଛି ମାଗି ପାରନ୍ତି । ଏହି କ୍ରମରେ ପ୍ରଥମ ବରରେ ଶ୍ୱଶୁରଙ୍କ ନଷ୍ଟ ଚକ୍ଷୁ ଓ ହୃତ ରାଜ୍ୟ ପୁନଃ ପ୍ରାପ୍ତ, ଦ୍ୱିତୀୟ ବରରେ ନିଜ ପିତାଙ୍କ ପାଇଁ ଏକ ପୁତ୍ର ସନ୍ତାନ ଓ ତୃତୀୟ ବରରେ ନିଜ ଗର୍ଭରୁ ଶତପୁତ୍ର କାମନା କଲେ । ଯମ ତଥାସ୍ତୁ କହି, ଫେରିଯିବାକୁ କହିବାରୁ, ସାବିତ୍ରୀ ସ୍ୱାମୀଙ୍କ ବିନା କିପରି ଶତପୁତ୍ର ପାଇବେ ପଚାରିଲେ, ଅଗତ୍ୟା ନିରୁପାୟ ହୋଇ ସତ୍ୟବାନଙ୍କୁ ପୁନଃ ଜୀବିତ କରାଇ ଆୟୁଦାନ କଲେ ।

About the Author