ସୁରମା ଭାଜପାର ଜଣେ ବରିଷ୍ଠ ଏବଂ ଅଭିଜ୍ଞ ନେତ୍ରୀ ଭାବେ ଜଣାଶୁଣା। ସେ ପୂର୍ବରୁ ମଧ୍ୟ ବିଜେଡି-ଭାଜପା ମେଣ୍ଟ ସରକାର ସମୟରେ ନିର୍ବାଚିତ ହୋଇ ମନ୍ତ୍ରୀ ରହିସାରିଛନ୍ତି। ତେଣୁ ସେହି ଦୃଷ୍ଟିରୁ ଦଳ ଜଣେ ମହିଳା ଏବଂ ଅଭିଜ୍ଞତା ଦୃଷ୍ଟିରୁ ତାଙ୍କ ଉପରେ ଭରସା କରିଛି।
Trending Photos
)
ଭୁବନେଶ୍ଵର: ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ସୁରମା ପାଢ଼ୀ। ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି ଆଜି ସୁରମା। ନାମାଙ୍କନ ପତ୍ର ଦାଖଲ କରିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପ ମଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ବିଜେପିର ବରିଷ୍ଠ ବିଧାୟକମାନେ ଉପସ୍ଥିତ ଥିଲେ। ତେବେ ସୁରମା ଭାଜପାର ଜଣେ ବରିଷ୍ଠ ଏବଂ ଅଭିଜ୍ଞ ନେତ୍ରୀ ଭାବେ ଜଣାଶୁଣା। ସେ ପୂର୍ବରୁ ମଧ୍ୟ ବିଜେଡି-ଭାଜପା ମେଣ୍ଟ ସରକାର ସମୟରେ ନିର୍ବାଚିତ ହୋଇ ମନ୍ତ୍ରୀ ରହିସାରିଛନ୍ତି। ତେଣୁ ସେହି ଦୃଷ୍ଟିରୁ ଦଳ ଜଣେ ମହିଳା ଏବଂ ଅଭିଜ୍ଞତା ଦୃଷ୍ଟିରୁ ତାଙ୍କ ଉପରେ ଭରସା କରିଛି।
ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବିଧାନସଭା ୫୪ ନମ୍ବର ପ୍ରକୋଷ୍ଠରେ ବିଜେପି ବିଧାୟକ ଦଳ ବୈଠକ ବସିଥିଲା। କାହାକୁ ବାଚସ୍ପତି ପ୍ରାର୍ଥୀ କରାଯିବ ସେନେଇ ମାନସ ମନ୍ଥନ କରାଯାଇଥିଲା। ବିଜେପି ବିଧାୟକ ଦଳ ବୈଠକରେ ସୁରମା ପାଢ଼ୀଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ମନୋନୀତ କରାଯାଇଥିଲା। ରଣପୁରରୁ ବିଧାୟିକା ଥିବା ସୁରମା ପାଢୀ ଏହାପୂର୍ବରୁ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ବିଧାନସଭା କେମିତି ପରିଚାଳନା ହୁଏ ସେନେଇ ସୁରମାଙ୍କର ଯଥେଷ୍ଟ ଅନୁଭବ ରହିଛି । ବରିଷ୍ଠତା ଓ ଅନୁଭବ ଦୃଷ୍ଟିରୁ ସୁରମାଙ୍କୁ ବାଚସ୍ପତି ପ୍ରାର୍ଥୀ କରିଛି ବିଜେପି ।
ଆସନ୍ତାକାଲି ବାଚସ୍ପତି ନିର୍ବାଚନ। ଆଜି ନାମାଙ୍କନ ଦାଖଲର ଶେଷ ଦିନ ଥିଲା। ଆଉ କେହି ନାମାଙ୍କନ ଦାଖଲ ନକଲେ ସୁରମା ପାଢ଼ୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ। ବିଜେପି ପାଖରେ ବହୁମତ ଥିବାରୁ କୌଣସି ଅସୁବିଧା ହେବନି।