Road Accident: ରାସ୍ତାରେ ଛକି ବସିଥିଲା ଯମ । କେହି କିଛି ଭାବିବା ପୂର୍ବରୁ ଓଲଟ ପାଲଟ ହୋଇଗଲା ସବୁ କିଛି । କ୍ଷଣିକ ମଧ୍ୟରେ ଚୁନା ହୋଇଗଲା ସବୁ ସ୍ବପ୍ନ। ବସ୍ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଘଟିଗଲା ଦୁର୍ଘଟଣା। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ  ୨୮ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଉତ୍ତରପ୍ରଦେଶର ଫିରୋଜାବାଦର ଆଗ୍ରା -ଲକ୍ଷ୍ନୌ ଏକ୍ସପ୍ରେସ୍ ଓ୍ବେରେ ଘଟିଛି ଏହି ଦୁର୍ଘଟଣା। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


COMMERCIAL BREAK
SCROLL TO CONTINUE READING

ALSO READ: T20 World Cup 2024: ଆଜି ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍


ALSO READ: Mahalakshmi Rajyoga 2024: ଏହି ସବୁ ରାଶିଙ୍କ ଭାଗ୍ୟ ବଦଳାଇବ ମହାଲକ୍ଷ୍ମୀ ରାଜଯୋଗ, କ୍ୟାରିୟରକୁ ନେଇ ମିଳିପାରେ ଖୁସି ଖବର!


ସୂଚନା ଅନୁସାରେ, ଛତିଶଗଡରୁ ୬୫ ଜଣ ଯାତ୍ରୀ ଏକ ବସ୍ ଯୋଗେ ବୈଷ୍ଣଦେବୀ ଙ୍କ ଦର୍ଶନ ପାଇଁ ଯାଇଥିଲେ। ସେଠାରୁ ଦର୍ଶନ ସାରି ସେମାନେ ଉତ୍ତର ପ୍ରଦେଶର ବୃନ୍ଦାବନକୁ ଯାଇଥିଲେ। କିନ୍ତୁ ସେମାନେ ଗତକାଲି ସେଠାରୁ ଦର୍ଶନ ସାରି ବସ ଯୋଗେ ଛତିଶଗଡ ଯାଉଥିବା ସମୟରେ ଆଜି ଭୋର ସମୟରେ ଡ୍ରାଇଭରଙ୍କ ଆଖି ଲାଗିଯାଇଥିଲା। ଫଳରେ ବସଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣ ପ୍ରାଣ ହରାଇଥିଲେ।  ଏହାଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି  ବସ୍ ମଧ୍ୟରୁ ଆହତଙ୍କୁ ଉଦ୍ଧାର କରି ମେଡିକାଲ୍ ପଠାଇବା ସହିତ ୩ ମୃତଦେହକୁ ଉଦ୍ଧାର କରି ପୋଷ୍ଟ ମଟମ୍ ପାଇଁ ପଠାଇଥିଲା।କିଭଳି ସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେନେଇ ପୋଲିସ୍ ଛାନଭିନ୍ ଆରମ୍ଭ କରିଛି। 


ଗତକାଲି ଯାଜପୁରର ବଡଚଣା ଥାନା କଡେଇ ଛକ ନିକଟରେ ଏକ ବସ୍ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ ଜଣରୁ ଅଧିକ ଆହତ ହୋଇଛନ୍ତି । ମୃତକ ୨ ଜଣ ହେଉଛନ୍ତି ବସର କଣ୍ତକ୍ଟର ଓ ଡ୍ରାଇଭର ।  ସୂଚନା ଅନୁସାରେ, ଶନିବାର ଏକ ଘରୋଇ ବସ୍ କଲିକତାରୁ ପୁରୀ ଅଭିମୁଖେ ଯାଉଥିଲା। ବଡ଼ଚଣା କଡେଇ ଛକ ନିକଟରେ ଛିଡା ହୋଇଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ ସହ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଡ୍ରାଇଭର ଓ କଣ୍ତକ୍ଟଙ୍କର ମୃତ୍ୟୁ ଘଟିଥିଲା। ଏହାଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ବସ୍ ମଧ୍ୟରୁ  ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଛି। ଏବଂ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। କିଭଳି ସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେନେଇ ପୋଲିସ୍ ପକ୍ଷରୁ ଛାନଭିନ୍ ଆରମ୍ଭ ହୋଇଛି।  ତେବେ, ଏହି ବସ୍ ରେ ପ୍ରାୟ ୫୦ରୁ ଅଧିକ ଯାତ୍ରୀ ଥିବା ଜଣାପଡିଛି।