Road Accident: ଦେବ ଦର୍ଶନ ସାରି ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା, ଗୋଟିଏ ପରିବାରର ୩ ମୃତ
Advertisement
Article Detail0/zeeodisha/odisha2386434

Road Accident: ଦେବ ଦର୍ଶନ ସାରି ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା, ଗୋଟିଏ ପରିବାରର ୩ ମୃତ

Road Accident: ଏ-ମିତିବି ଆସେ ମୃତ୍ୟୁ। କେହି କିଛି ଭାବିବା ପୂର୍ବରୁ ଓଲଟ ପାଲଟ ହୋଇଗଲା ସବୁକିଛି। ଠାକୁର ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ଘଟିଗଲା ଏହି ଭୟଙ୍କର ସଡ଼କ ଦୁର୍ଘଟଣା।  ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଆହତ ହୋଇଛନ୍ତି ।

Road Accident: ଦେବ ଦର୍ଶନ ସାରି ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା, ଗୋଟିଏ ପରିବାରର ୩ ମୃତ

Road Accident: ଏ-ମିତିବି ଆସେ ମୃତ୍ୟୁ। କେହି କିଛି ଭାବିବା ପୂର୍ବରୁ ଓଲଟ ପାଲଟ ହୋଇଗଲା ସବୁକିଛି। ଠାକୁର ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ଘଟିଗଲା ଏହି ଭୟଙ୍କର ସଡ଼କ ଦୁର୍ଘଟଣା।  ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଆହତ ହୋଇଛନ୍ତି । ସମସ୍ତ ମୃତକ ଗୋଟିଏ ପରିବାରର ହୋଇଥିବା ଜଣାପଡିଛି।  ଆହତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। କାର୍ ଓ ଏକ ମାଲ୍ ବୋଝେଇ ଭ୍ୟାନ୍ ମୁହାଁମୁହିଁ ଧକ୍କା ହେବା କାରଣରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି।  ସାମସଦାବାଦ୍ ର ପେଡ୍ଡା ଗୋଲକୋଣ୍ତା ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କିଭଳି ସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେନେଇ ଛାନଭିନ୍ ଆରମ୍ଭ କରିଛି ପୋଲିସ୍।

ALSO READ: Career Horoscope Today: ଏହିସବୁ ରାଶିଙ୍କ ପାଇଁ ଆଜିର ଦିନ ରହିବ ବହୁତ ଖାସ୍, କର୍ମକ୍ଷେତ୍ରରୁ ମିଳିବ ଖୁସି ଖବର ସାଙ୍ଗକୁ...

ସୂଚନା ଅନୁସାରେ, ମହାବୁନଗର ଜିଲ୍ଲାର ଗୋଟିଏ ପରିବାରର ୬ ଜଣ ସଦସ୍ୟ  ୟାଦାତ୍ରୀ ମନ୍ଦିରରୁ ଦର୍ଶନ ସାରି ଫେରୁଥିଲେ। କିନ୍ତୁ  କାର୍ ଟି ସାମସଦାବାଦ୍ ର ପେଡ୍ଡା ଗୋଲକୋଣ୍ତା ଅଞ୍ଚଳରେ ପହଞ୍ଚିଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ମାଲ୍ ବୋଝେଇ ଗାଡି଼ ସହ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ କାର୍ ମଧ୍ୟରେ ଥିବା ୬ ଜଣଙ୍କ ମଧ୍ୟରୁ ତିନି ଜଣଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି  କାର୍ ମଧ୍ୟରୁ ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ହସପିଟାଲ୍ ରେ ଭର୍ତ୍ତି କରିବା ସହିତ ମୃତଦେହ ଗୁଡିକୁ ଉଦ୍ଧାର କରି ପୋଷ୍ଟ ମଟମ୍ ପାଇଁ ପଠାଇଛି। ତେବେ, କାର୍ କୁ ଧକ୍କା ଦେଇଥିବା ଗାଡିଟିର ଚାଳନ ମଦ୍ୟପାନ କରି ଗାଡି଼ ଚଳାଇଥିବାରୁ ଏହି ଦୁର୍ଘଟଣା ଘଟିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।