)
ନୂଆଦିଲ୍ଲା: ଦେଶରେ ଏବେ କିଛି ଦିନ ହେଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ତୀବ୍ର ଗତିରେ ବଢ଼ୁଛି । ଲଗାତାର ୫ ଦିନ ହେଲା ଦୈନିକ ୬ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୬୭୬୭ଟି ନୂଆ ମାମଲା ଆସିଛି । ସେହିପରି ୧୪୭ ଜଣଙ୍କ ମୃତ୍ୟୁ ହୋଇଛି । କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି । ତେବେ ଗୋଟିଏ ଦିନରେ ଏତେ ସଂଖ୍ୟାକ ଆକ୍ରାନ୍ତ ଚିହ୍ନଟ ହେବାରେ ଏହା ସର୍ବାଧିକ ।
Highest ever spike of 6767 #COVID19 cases & 147 deaths in India in the last 24 hours. Total number of cases in the country now at 1,31,868, including 73,560 active cases, 54,440 cured/discharged and 3867 deaths: Ministry of Health and Family Welfare pic.twitter.com/0r5cnBfxnC
— ANI (@ANI) May 24, 2020
ତେବେ ଏହାକୁ ମିଶାଇ ଦେଶରେ ଏପର୍ଯ୍ୟନ୍ତ ୧ଲକ୍ଷ ୩୧ ହଜାର ୮୬୮ ଜଣ ଆକ୍ରାନ୍ତ ଚିହ୍ନଟ ହେଲେଣି । ସେହିପରି ୩୮୬୭ ଜଣଙ୍କ ମୃତ୍ୟୁ ମଧ୍ୟ ହେଲାଣି । ତେବେ ଆଶ୍ୱସ୍ତିକର ଖବର ଏହା ଯେ, ୫୪୪୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି । ଅନ୍ୟପଟେ ଏବେବି ୭୩୫୬୦ଟି ଆକ୍ଟିଭ କେସ ରହିଛି ।