ଦେଶରେ ୮୮ ଦିନ ପରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ
Advertisement

ଦେଶରେ ୮୮ ଦିନ ପରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

Coronavirus in India: ଦେଶରେ କୋରୋନା ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ଏହାସହ ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଦେଶରେ ୮୮ ଦିନ ପରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ କରାଯାଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩ ହଜାର ୨୫୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪

ଦେଶରେ ୮୮ ଦିନ ପରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ଏହାସହ ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଦେଶରେ ୮୮ ଦିନ ପରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ କରାଯାଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩ ହଜାର ୨୫୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୪୨୨ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୮ ହଜାର ୧୯୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୨୬,୩୫୬ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଛି ।

ଅଧିକ ପଢ଼ନ୍ତୁ:-ଭାରତୀୟ ରେଲୱେରେ ୩୩୭୮ ପଦ ପାଇଁ ଆବେଦନର ଶେଷ ତାରିଖ ଜୁନ୍ ୩୦, ଶୀଘ୍ର କରନ୍ତୁ ଅପ୍ଲାଇ

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୨ କୋଟି ୯୯ ଲକ୍ଷ ୩୫ ହଜାର ୨୨୧ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୮୮ ଲକ୍ଷ ୪୪ ହଜାର ୧୯୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୭ ଲକ୍ଷ ୨ ହଜାର ୮୮୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୮୮ ହଜାର ୧୩୫ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଆଜି ଦେଶରେ କ୍ରମାଗତ ୩୯ ଦିନ କୋରୋନାର ନୂଆ ମାମଲା ଅପେକ୍ଷା ଅଧିକ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଜୁନ ୨୦ ପର୍ଯ୍ୟନ୍ତ ସାରା ଦେଶରେ ୨୮ କୋଟି କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଲକ୍ଷ ୩୯ ହଜାର କୋରୋନା ଟିକାର ଡୋଜ୍ ଲାଗିସାରିଛି । ଏଥି ସହିତ ଏପର୍ଯ୍ୟନ୍ତ ୩୯ କୋଟିରୁ ଅଧିକ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଲକ୍ଷ  କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ ଅଧିକ ରହିଛି ।

ଅଧିକ ପଢ଼ନ୍ତୁ:-ଏଠାରେ ଯଦି ଜୁନ ୩୦ ସୁଦ୍ଧା ସରକାରୀ କର୍ମଚାରୀ ନ ଲଗାଇବେ ଟିକା ତ ମିଳିବ ନାହିଁ ବେତନ

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୨୯ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୬ ପ୍ରତିଶତ ରହିଛି । ସକ୍ରିୟ ମାମଲା ୩ ପ୍ରତିଶତରୁ କମ୍ ହୋଇଯାଇଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ରବିବାର ରାଜସ୍ଥାନରେ କୋରୋନାର ୧୪୪ ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ  ଏହି ମାରାତ୍ମକ ସଂକ୍ରମଣ ହେତୁ ଆଉ ଚାରି ଜଣଙ୍କର ମୃତ୍ୟୁ ଘଟିଛି । ଏହି ନୂଆ ମାମଲାରେ ଜୟପୁରର ୩୦, ଅଲୱରର ୨୬, ଯୋଧପୁରର ୧୩, ସିକରର ୧୨ ମାମଲା ସାମିଲ ରହିଛି ।