Afghanistan Earthquake: ଆଫଗାନିସ୍ତାନରେ ପୁଣି ଥରେ  ଭୂକମ୍ପ ଝଟକା । ବୁଧବାର ରିକ୍ଟର ସ୍କେଲରେ ତୀବ୍ରତା ୪.୨ ରେକର୍ଡ଼ ହୋଇଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତି ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।


COMMERCIAL BREAK
SCROLL TO CONTINUE READING

ଲଗାତର ଦୁଇ ଦିନ ଧରି ଭୂକମ୍ପ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ମଙ୍ଗଳବାର ଆଫଗାନିସ୍ତାନ ଫୈଜାବାଦରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା।  ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୪.୭ ଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ଫୈଜାବାଦଠାରୁ ୧୩୧ କିଲୋମିଟର ଦୂର ଓ ୧୩୦ କିଲୋମିଟର ଗଭୀରରେ ରହିଥିଲା।  ସେପଟେ ରବିବାର ସନ୍ଧ୍ୟାରେ ମଧ୍ୟ ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଥିଲା। ତେବେ ଗତ ୪୮ ଘଣ୍ଟା ମଧ୍ୟରେ ଏହା ହେଉଛି ତୃତୀୟ ଭୂକମ୍ପ । ପ୍ରକାଶ ଥାଉ କି, ଗତ ବର୍ଷ ଅକ୍ଟୋବର ମାସରେ ଆଫଗାନିସ୍ତାନର ହେରାତ୍ ପ୍ରଦେଶରେ ଭୟଙ୍କର ଭୂକମ୍ପ ୪ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଥିଲେ।


Also Read- Mahashivratri 2024: ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ପାଇଁ ନୀତି ନିର୍ଘଣ୍ଟ ସ୍ଥିର, ଜାଣନ୍ତୁ ଏଥର କେଉଁ ସମୟରେ ଉଠିବ ମହାଦୀପ?


Also Read- Matric Exam 2024: ମାଟ୍ରିକ୍ ପରୀକ୍ଷାର ପ୍ରଥମ ଦିନରେ ୧୦ ଜଣଙ୍କୁ ଧରିଲା AI କ୍ୟାମେରା


Also Read- LaccMI Bus Service: ଆଜି ଆଉ ୫ ଜିଲ୍ଲାରେ ଗଡି଼ବ 'ଲକ୍ଷ୍ମୀ ବସ୍'