Gold-Silver Rate: ଖୁସି ଖବର: ପାର୍ବଣ ଋତୁରେ ସୁନା ହେଲା ବହୁତ ଶସ୍ତା ତ ରୁପା ମୂଲ୍ୟରେ ବି ହ୍ରାସ
Advertisement
trendingNow11389600

Gold-Silver Rate: ଖୁସି ଖବର: ପାର୍ବଣ ଋତୁରେ ସୁନା ହେଲା ବହୁତ ଶସ୍ତା ତ ରୁପା ମୂଲ୍ୟରେ ବି ହ୍ରାସ

Gold-Silver Rate: ଆଜି ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଏପରି ପରିସ୍ଥିତିରେ ଆପଣ ପାର୍ବଣ ଋତୁରେ କମ୍ ମୂଲ୍ୟରେ ସୁନା କିଣିପାରିବେ । ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନା ମୂଲ୍ୟରେ ବଡ଼ ହ୍ରାସ ଘଟିଛି ।

Gold-Silver Rate: ଖୁସି ଖବର: ପାର୍ବଣ ଋତୁରେ ସୁନା ହେଲା ବହୁତ ଶସ୍ତା ତ ରୁପା ମୂଲ୍ୟରେ ବି ହ୍ରାସ

ନୂଆଦିଲ୍ଲୀ: Gold-Silver Rate: ସୁନା ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ବୃଦ୍ଧି ଲାଗି ରହିଥାଏ । ଗତକାଲି ସୁନା ମୂଲ୍ୟରେ ହ୍ରାସ ଘଟିଥିଲା । ସେହିପରି ଆଜି ବି ସୁନା ଶସ୍ତା ହୋଇଛି । ରୂପା ମୂଲ୍ୟ ମଧ୍ୟ ହ୍ରାସ ରେକର୍ଡ କରାଯାଇ । ଆଜି (ମଙ୍ଗଳବାର) ଅର୍ଥାତ୍ ଅକ୍ଟୋବର ୧୧ରେ ଯେଉଁମାନେ ସୁନା ଓ ରୁପା କିଣୁଛନ୍ତି ସେମାନଙ୍କ ପାଇଁ ଖୁସି ଖବର ରହିଛି । ଭାରତୀୟ ସର୍ରାଫା ବଜାରରେ ଆଜି (ମଙ୍ଗଳବାର) ଅର୍ଥାତ ଅକ୍ଟୋବର ୧୧ରେ ସୁନା ଓ ରୁପାର ଦାମ୍ ଜାରି କରିଦେଇଛି । ଆଜି ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଏପରି ପରିସ୍ଥିତିରେ ଆପଣ ପାର୍ବଣ ଋତୁରେ କମ୍ ମୂଲ୍ୟରେ ସୁନା କିଣିପାରିବେ । ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନା ମୂଲ୍ୟରେ ବଡ଼ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶରେ ଘରୋଇ ବଜାରରେ ଦେଖିବାକୁ ମିଳିଛି । 

ଦେଶରେ ଗତକାଲି (ସୋମବାର) ସୁନା ମୂଲ୍ୟରେ ୨୭୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୯୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୬୦୦ ଟଙ୍କା ଥିଲା । 
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଦେଖାଦେଇଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୩୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୮,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୯,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୫,୮୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫,୯୫୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୨୭୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୫୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୫୧,୯୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୬୦୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱରରେ ରୁପା (Silver Price) ବି ଶସ୍ତା ହୋଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୧୨୦୦ ଟଙ୍କାର ହ୍ରାସ ଘଟିଥିବାବେଳେ ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୪୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଟି-୨୦ ବିଶ୍ୱକପରେ ରବିନ୍ଦ୍ର ଜାଡେଜାଙ୍କ ଅଭାବ ପୂରଣ କରିପାରିବେ ଏହି ବୋଲର, ଚହଲ କହିଲେ ନାମ

ଅଧିକ ପଢ଼ନ୍ତୁ:-ପ୍ରବଳ ବର୍ଷାରେ ବି ଚାଲୁଛନ୍ତି ରାହୁଲ ଗାନ୍ଧୀ, ଡିକେ ଶିବକୁମାରଙ୍କ ସହ ଦୌଡ଼ିଲେ କଂଗ୍ରେସ ନେତା

 

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ । 

Trending news