ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୩୬୯ ସଂକ୍ରମିତ
Advertisement

ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୩୬୯ ସଂକ୍ରମିତ

Coronavirus in India: ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୮୭୫ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । 

ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୩୬୯ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ମାମଲାରେ ଲଗାତର ହ୍ରାସ ବୃଦ୍ଧି ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କୋରୋନା ମାମଲାରେ ପୁଣି ବଦ୍ଧି ରେକର୍ଡ କରାଯାଇଛି । ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୮୭୫ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୧୧୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୧୬୮ ସଂକ୍ରମିତ ମାମଲାରେ ହ୍ରାସ ଘଟିଛି ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ବୁଧବାର ୨୫,୭୭୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୨ ଲକ୍ଷ ୫୩ ହଜାର ୨୯୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୯ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧,୮୨୦ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୦ ଲକ୍ଷ ୯୬ ହଜାର ୭୧୮ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୨ ଲକ୍ଷ ୬୪ ହଜାର ୫୧ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୯୧ ହଜାର ୨୫୬ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୧ ହଜାର ୪୧୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ସେପ୍ଟେମ୍ୱର ୭ ପର୍ଯ୍ୟନ୍ତ ସାରା ଦେଶରେ ୭୦ କୋଟି ୭୫ ଲକ୍ଷ ୪୩ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୮ ଲକ୍ଷ ୪୭ ହଜାର କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୩ କୋଟି ୪୦ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୪ ଲକ୍ଷ ୧୦ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୧୯ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଷଷ୍ଠ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଅଧିକ ପଢ଼ନ୍ତୁ:-ଏହିପରି ରାସନ କାର୍ଡରେ ଯୋଡ଼ନ୍ତୁ ନିଜ ପରିବାର ସଦସ୍ୟଙ୍କ ନାମ, ମାଗଣାରେ ମିଳିବ ଏସବୁ ସୁବିଧା

ଅଧିକ ପଢ଼ନ୍ତୁ:-କର୍ମଚାରୀଙ୍କ ପାଇଁ ବହୁତ ବଡ଼ ଖୁସି ଖବର! ସରକାର ଆଉ ଏକ ଭତ୍ତାକୁ ଦେଲେ ମଞ୍ଜୁରୀ, ପ୍ରତି ମାସରେ ମିଳିବ ବର୍ଦ୍ଧିତ ଦରମା