ନୂଆଦିଲ୍ଲୀ: Coronavirus in India: ଭାରତରେ କୋରୋନା ସଙ୍କଟର ବିପଦ ହ୍ରାସ ପାଇଛି କିନ୍ତୁ ମହାମାରୀ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ । ବିଗତ କିଛି ଦିନ ଧରି ଦେଶରେ ୪୦ ହଜାରରୁ ଅଧିକ କୋରୋନା ମାମଲା ସାମ୍ନାକୁ ଆସିଛି । ଶୁକ୍ରବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାର ୧୨୦ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୨୯୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୨୭୬୦ ସଂକ୍ରମିତ ମାମଲା ହ୍ରାସ ଘଟିଛି । 


COMMERCIAL BREAK
SCROLL TO CONTINUE READING

ଗୁରୁବାର କେରଳରେ ୨୧,୪୪୫ ନୂଆ କୋରୋନା ଭୂତାଣୁ ମାମଲା ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ସଂକ୍ରମିତ ସଂଖ୍ୟା ୩୬ ଲକ୍ଷ ୩୧ ହଜାର ୬୩୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୦ ଜଣ ସଂକ୍ରମିତ ମୃତ୍ୟୁ ବରଣ କରିଛନ୍ତି, ଏହା ପରେ ରାଜ୍ୟରେ କୋଭିଡ ଜନିତ ମୃତ୍ୟୁ ସଂଖ୍ୟା ୧୮,୨୮୦କୁ ବୃଦ୍ଧି ପାଇଛି । ରାଜ୍ୟରେ ସଂକ୍ରମଣ ହାର ୧୪.୭୩ ପ୍ରତିଶତ ରହିଛି । ବର୍ତ୍ତମାନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୪ ଲକ୍ଷ ୮୩ ହଜାର ୧୭୨ ରୋଗୀ ଆଇସୋଲେଶନରେ ଅଛନ୍ତି ।


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୧ ଲକ୍ଷ ୧୭ ହଜାର ୮୨୬  କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୧୩ ଲକ୍ଷ ୨ ହଜାର ୩୪୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୮୫ ହଜାର ୨୨୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୩୦ ହଜାର ୨୫୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 


ଅଧିକ ପଢ଼ନ୍ତୁ:-୪୫ ଲକ୍ଷ ଚାଷୀଙ୍କ ଠାରୁ ଫେରାଇ ନିଆଯିବ 'ପିଏମ କିସାନ ନିଧି ଯୋଜନା'ର ଟଙ୍କା


ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍


ଅଧିକ ପଢ଼ନ୍ତୁ:-କେବଳ ୨ ଚାମଚ ମେଥିର ସେବନ ପୁରୁଷଙ୍କ ଯୌନ ସ୍ୱାସ୍ଥ୍ୟ ପାଇଁ ହୋଇଥାଏ ବହୁତ ଲାଭଦାୟକ, ଜାଣନ୍ତୁ କିପରି...


ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅଗଷ୍ଟ ୧୨ ପର୍ଯ୍ୟନ୍ତ ସାରା ଦେଶରେ ୫୨ କୋଟି ୯୫ ଲକ୍ଷ ୮୨ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୭ ଲକ୍ଷ ୩୧ ହଜାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୮ କୋଟି ୯୪ ଲକ୍ଷ ୭୦ ହଜାର ୭୭୯ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୯ ଲକ୍ଷ ୭୦ ହଜାର ୪୯୫ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।


ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୨୧ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଏକାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।