ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୪୫୯ ସଂକ୍ରମିତ
Advertisement
Article Detail0/zeeodisha/odisha1030617

ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୪୫୯ ସଂକ୍ରମିତ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଗୁରୁବାର ୬,୧୧୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 

ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୪୫୯ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ ଭୂତାଣୁ ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । ସେପଟେ ଦେଶରେ ମୃତ୍ୟୁ ମାମଲାରେ ବୃଦ୍ଧି ଘଟିଛି । ଶୁକ୍ରବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧ ହଜାର ୧୦୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫୯ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୭୮୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୨୧୪୨ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଗୁରୁବାର ୬,୧୧୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୦ ଲକ୍ଷ ୮୪ ହଜାର ୯୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭୨ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୬,୮୪୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୨୦୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୯,୮୪,୩୨୮ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୬୨,୨୮୮ କୋରୋନାର ସକ୍ରିୟ ମାମଲା ରହିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୪ ଲକ୍ଷ ୮୦ ହଜାର ୭୫୮ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୮ ଲକ୍ଷ ୯୭ ହଜାର ୯୨୧ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୨୬ ହଜାର ୬୨୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୬୫ ହଜାର ୦୮୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୧୮ ପର୍ଯ୍ୟନ୍ତ ସାରା ଦେଶରେ ୧୧୫ କୋଟି ୨୩ ଲକ୍ଷ ୪୯ ହଜାର ୩୫୮ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୨ ଲକ୍ଷ ୯୪ ହଜାର ୮୬୪ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୨ କୋଟି ୯୩ ଲକ୍ଷ ୮୭ ହଜାର ୫୪୦ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୩୮ ହଜାର ୬୯୯ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୫ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୪୩ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଅଷ୍ଟାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଏହା ବି ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଏହା ବି ପଢ଼ନ୍ତୁ:-ଆଜି ଶତାବ୍ଦୀର ସବୁଠାରୁ ବଡ଼ ଚନ୍ଦ୍ର ଗ୍ରହଣ, ଜାଣନ୍ତୁ କ'ଣ କରିବେ ଓ କ'ଣ କରିବେ ନାହିଁ?

ଏହା ବି ପଢ଼ନ୍ତୁ:-'ସିଡନୀ ଡାଏଲୋଗ'କୁ ସମ୍ବୋଧନ କଲେ ପିଏମ ମୋଦି, ଜାଣନ୍ତୁ ତାଙ୍କ ଭାଷଣର ୧୦ଟି ଗୁରୁତ୍ୱପୂର୍ଣ୍ଣ କଥା