ନୂଆଦିଲ୍ଲୀ: Coronavirus in India: ଦେଶରେ ପ୍ରତିଦିନ ପ୍ରାୟ ୧୦ ହଜାର  କୋରୋନା ଭୂତାଣୁ ମାମଲା ସାମ୍ନାକୁ ଆସୁଛି । ସେପଟେ ମୃତ୍ୟୁ ମାମଲାରେ ମଧ୍ୟ ହ୍ରାସ ଘଟିବାରେ ଲାଗିଛି । ସୋମବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାର ୨୨୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨୫ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧,୯୨୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧୮୨୨ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 


COMMERCIAL BREAK
SCROLL TO CONTINUE READING

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ରବିବାର ୫,୮୪୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । 


ନୂଆଦିଲ୍ଲୀ: Coronavirus in India: ଦେଶରେ ପ୍ରତିଦିନ ପ୍ରାୟ ୧୦ ହଜାର  କୋରୋନା ଭୂତାଣୁ ମାମଲା ସାମ୍ନାକୁ ଆସୁଛି । ସେପଟେ ମୃତ୍ୟୁ ମାମଲାରେ ମଧ୍ୟ ହ୍ରାସ ଘଟିବାରେ ଲାଗିଛି । ସୋମବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାର ୨୨୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨୫ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧,୯୨୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧୮୨୨ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 


ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଗୁରୁବାର ୭,୨୨୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୦ ଲକ୍ଷ ୪୨ ହଜାର ୦୮୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧୯ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୫,୦୪୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୬୩୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୯,୩୬,୭୯୧ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୬୯,୬୨୬ କୋରୋନାର ସକ୍ରିୟ ମାମଲା ରହିଛି ।


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୪ ଲକ୍ଷ ୪୭ ହଜାର ୫୩୬ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୮ ଲକ୍ଷ ୪୯ ହଜାର ୭୮୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୩୪ ହଜାର ୦୯୬ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୬୩ ହଜାର ୬୫୫ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 


ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୧୪ ପର୍ଯ୍ୟନ୍ତ ସାରା ଦେଶରେ ୧୧୨ କୋଟି ୩୪ ଲକ୍ଷ ୩୦ ହଜାର ୪୭୮ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ଲକ୍ଷ ୨୦ ହଜାର ୧୧୯ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୨ କୋଟି ୪୬ ଲକ୍ଷ ୬୬ ହଜାର ୫୪୨ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯ ଲକ୍ଷ ୧୫ ହଜାର ୧୯୮ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।


ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୫ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୪୩ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଅଷ୍ଟାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।