ପୁଣି ବଢ଼ିଲା କୋରୋନା ମାମଲା, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୫,୫୧୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ନୂଆଦିଲ୍ଲୀ: Coronavirus in India: ଦେଶରେ ଲଗାତର କୋରୋନା ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ପ୍ରତିଦିନ ପ୍ରାୟ ୧୦ ହଜାର କୋରୋନା ଭୂତାଣୁ ମାମଲା ସାମ୍ନାକୁ ଆସୁଛି । ଏହାସହ ମୃତ୍ୟୁ ମାମଲାରେ ମଧ୍ୟ ହ୍ରାସ ଘଟିବାରେ ଲାଗିଛି । ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାର ୧୯୭ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦୧ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୧୩୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୨୨୩୮ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୫,୫୧୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୦ ଲକ୍ଷ ୭୧ ହଜାର ୧୩୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୦ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୬,୦୮୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬,୭୦୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୯,୭୧,୦୮୦ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୬୩,୩୩୮ କୋରୋନାର ସକ୍ରିୟ ମାମଲା ରହିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୪ ଲକ୍ଷ ୫୭ ହଜାର ୭୩୩ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୮ ଲକ୍ଷ ୭୩ ହଜାର ୮୯୦ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୨୮ ହଜାର ୫୫୫ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୬୪ ହଜାର ୧୫୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୧୬ ପର୍ଯ୍ୟନ୍ତ ସାରା ଦେଶରେ ୧୧୩ କୋଟି ୬୮ ଲକ୍ଷ ୭୯ ହଜାର ୬୮୫ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୭ ଲକ୍ଷ ୮୨ ହଜାର ୦୪୨ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୨ କୋଟି ୭୦ ଲକ୍ଷ ୧୬ ହଜାର ୩୩୬ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୪୨ ହଜାର ୧୭୭ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।
ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୫ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୪୩ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଅଷ୍ଟାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।
ଏହା ବି ପଢ଼ନ୍ତୁ:-ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆପଣଙ୍କ ସହରରେ ଶସ୍ତା ନା ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ
ଏହା ବି ପଢ଼ନ୍ତୁ:-ଦିଲ୍ଲୀ-NCR ରେ ସ୍କୁଲ-କଲେଜ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ବନ୍ଦ, ୫୦ ପ୍ରତିଶତ କର୍ମଚାରୀ ଘରୁ କରିବେ କାମ, ଜାଣନ୍ତୁ CAQM ର ପୂରା ଆଦେଶ
ଏହା ବି ପଢ଼ନ୍ତୁ:-ପ୍ରତିଦିନ ସକାଳେ ଉଠି ଗରମ ପାଣିରେ ଏହା ମିଶାଇ ପିଇଲେ ମିଳିଥାଏ ଜବରଦସ୍ତ ଲାଭ
ଏହା ବି ପଢ଼ନ୍ତୁ:-ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରଥମ ଟି-20 ହେବ 'ସ୍ପେଶାଲ', ଦେଖିବାକୁ ମିଳିବ ୩ଟି ବଡ଼ ଡେବ୍ୟୁ
ଏହା ବି ପଢ଼ନ୍ତୁ:-ନବାବ ମଲିକଙ୍କ ନୂଆ ଖୁଲାସା; ଗୋସାଭି ଓ କାଶିଫଙ୍କ ହ୍ୱାଟସଆପ୍ ଚ୍ୟାଟ୍ ସେୟାର କରି ସମୀର ୱାଙ୍ଖେଡେଙ୍କୁ କଲେ ଏହି ପ୍ରଶ୍ନ